ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୭୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୭୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୯୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୫୮୬ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୮୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬୮୯୪ରେ ପହଞ୍ଚିଛି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିର, ଯାଜପୁର, କନ୍ଧମାଳ,କେନ୍ଦୁଝର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୧୬ ହୋଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୭୭୭ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ କେବଳ […]
ନୂଆଦିଲ୍ଲୀ: ଦେଶରେ ପୁଣି ରେକର୍ଡ ଭାଙ୍ଗିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୭ ହଜାର ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ୧୨୦୧ ଜଣଙ୍କ ମୃତ୍ୟୁ ହୋଇଛି। ଏଯାବତ୍ ଦେଶରେ ୭୭ ହଜାର ୪୭୨ଜଣଙ୍କ ମୃତ୍ୟୁ ହେଲାଣି। ଆଜିର ଆକ୍ରାନ୍ତଙ୍କୁ ମିଶାଇଵା ପରେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଲକ୍ଷ ୫୯ ହଜାର ୯୮୫କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯ଲକ୍ଷ ୫୮ ହଜାର ୩୧୬ ଜଣ ଚିକିତ୍ସିତ ହେଉଥିବା […]
ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେଉଥିବା ବେଳେ କରୋନା ଭ୍ୟାକ୍ସିନ୍ ପରୀକ୍ଷଣକୁ ନେଇ ଏକ ଆଶ୍ୱସ୍ତିକର ଖବର ଆସିଛି। କରୋନା ପାଇଁ ଭାରତରେ ପ୍ରସ୍ତୁତ ହେଉଥିବା କରୋନା ଭ୍ୟାକ୍ସିନ୍ କୋଭାକ୍ସିନ୍ ପଶୁଙ୍କ ଉପରେ ପରୀକ୍ଷଣ ସଫଳ ହୋଇଥିବା ଜଣାପଡ଼ିଛି। ଏ ନେଇ ଗତକାଲି କୋଭାକ୍ସିନ୍ ଭ୍ୟାକ୍ସିନ୍ ପ୍ରସ୍ତୁତ କରୁଥିବା ଭାରତ ବାୟୋଟେକ୍ ପକ୍ଷରୁ ଘୋଷଣା କରାଯାଇଛି। ଭାରତରେ ପ୍ରାଇମେଟ ବର୍ଗର ପଶୁଙ୍କ ଶରୀରରେ ଏହି କୋଭାକ୍ସିନ୍ ପ୍ରୟୋଗ ଫଳପ୍ରଦ ହୋଇଛି ବୋଲି କମ୍ପାନୀ […]
ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ବ୍ୟବହାର କରାଯାଉଥିବା Favipiravir ଟାବ୍ଲେଟ୍ ଓ Remdesivir ଇଞ୍ଜେକ୍ସନ ବିକ୍ରି ପାଇଁ Drugs Controller General of India(DCGI) ପକ୍ଷରୁ ଅନୁମତି ଦିଆଯାଇଛି। ଏଣିକି ଏହି ୨ଟି ଔଷଧ ବଜାରେ ମିଳିବ। ଏ ନେଇ ଓଡ଼ିଶା DIRECTORATE OF DRUGS CONTROL ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ପ୍ରେସକ୍ରିପସନ ଥିଲେ ଏହି ଔଷଧ ଗୁଡ଼ିକ କିଣି ହେବ। ଚିକିତ୍ସା ଆରମ୍ଭ ପୂର୍ବରୁ ଏକ ନିର୍ଦ୍ଦିଷ୍ଟ ଫର୍ମରେ ରୋଗୀ […]
ଭୁବନେଶ୍ୱର: ଭୁବନେଶ୍ୱରରେ ଲଗାତର ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟିନ୍ରୁ ୧୮୨ ଓ ଲୋକାଲ କେସ ୨୯୮ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଟ୍ୱିଟ୍ କରି ସୂଚନା ନେଇଛି। ଏହାଛଡ଼ା ଆଜି ୬୪୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under […]
ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ମୁକାବିଲା ଲାଗି ଲାଗୁ ହୋଇଛି ଗଞ୍ଜାମ ମଡେଲ। ବସ୍ତି ଓ ବ୍ଲକରେ ଥର୍ମାଲ ସ୍କ୍ରିନିଂ ହେଲଥ ୱାର୍କର, କୋଭିଡ ସଚେତକ ଓ ୱାର୍ଡ ଅଫିସରଙ୍କ ଟିମ ଘରକୁ ଘର ବୁଲି ସ୍କ୍ରିନିଂ କରୁଛନ୍ତି। ଗତକାଲିଠାରୁ ରାଜଧାନୀରେ କରୋନା ରୋକିବାକୁ ଏହି ମେଗା ହେଲଥ ସ୍କ୍ରିନିଂ ଆରମ୍ଭ ହୋଇଛି। ପର୍ଯ୍ୟାୟକ୍ରମେ ଏହା ସାରା ସହରରେ କରାଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି। ମେଗା ସ୍କ୍ରିନିଂ ପାଇଁ ବିଏମସିରେ ୧୦୦ ଆୟୁଷ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି। […]
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଉଥିବା ବେଳେ ଏପଟେ ସୁସ୍ଥ ସଂଖ୍ୟା ବଧ୍ୟ ବଢ଼ୁଛି। ଏହିକ୍ରମରେ ଆଜି ରାଜ୍ୟରେ ମୋଟ ୩୨୧୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୧୫୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍ କରି ସୂଚନା ଦେଇଛି। 21 from Gajapati12 from Kalahandi7 from Boudh4 from Deogarh […]
ନୂଆଦିଲ୍ଲୀ: ଅକ୍ସଫୋର୍ଡ ୟୁନିଭର୍ସିଟି ପୁଣିଥରେ ଆଷ୍ଟ୍ରାଜେନେକା କରୋନା ଭ୍ୟାକସିନର ଟ୍ରାଏଲ୍ ଆରମ୍ଭ କରିବ। ମେଡିସିନ୍ସ ହେଲଥ ରେଗୁଲେଟୋରୀ ଅଥରିଟି (MHRA) ଭ୍ୟାକସିନର ପୁନର୍ବାର ଟ୍ରାଏଲକୁ ନେଇ କ୍ଲିନଚିଟ୍ ମିଳିଛି। ଏହା ପୂର୍ବରୁ ଆଷ୍ଟ୍ରାଜେନେକା ପିଏଲସି ପକ୍ଷରୁ ପ୍ରସ୍ତୁତ ହୋଇଥିବା କୋଭିଡ୍-୧୯ ଭ୍ୟାକସିନର ଟ୍ରାଏଲ ଚାଲିଥିବା ବ୍ରିଟେନର ଜଣେ ଭଲ୍ୟୁଣ୍ଟିୟରଙ୍କର ସ୍ୱାସ୍ଥ୍ୟ ବିଗିଡ଼ି ଯାଇଥିଲା। ଯେଉଁ କାରଣରୁ ସେପ୍ଟେମ୍ବର ୬ ତାରିଖରେ ଟ୍ରାଏଲକୁ ରୋକି ଦିଆଯାଇଥିଲା। ଅକ୍ସଫୋର୍ଡ ୟୁନିଭର୍ସିଟି ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି, ବ୍ରିଟେନର ସବୁ ପରୀକ୍ଷଣ […]
ନୂଆଦିଲ୍ଲୀ: କରୋନା ପରବର୍ତ୍ତୀ ପରିଚାଳନା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପ୍ରୋଟୋକଲ୍ ଜାରି ହୋଇଛି। ଏହି ନୂଆ ପ୍ରୋଟୋକଲ୍ରେ କରୋନାରୁ ମୁକ୍ତ ହୋଇଥିବା ବ୍ୟକ୍ତି କିପରି ରହିବେ, କିପରି ନିଜ ସ୍ୱାସ୍ଥ୍ୟର ଯତ୍ନ ନେବେ ସେସମ୍ପର୍କରେ ଉଲ୍ଲେଖ କରାଯିବା ସହ ଏହାକୁ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ଜାଣନ୍ତୁ ପ୍ରୋଟୋକଲ୍ରେ କ’ଣ କ’ଣ ସବୁ ରହିଛି… ସାମର୍ଥ୍ୟ ମୁତାବକ ଯୋଗାସନ, ପ୍ରାଣାୟମ ଓ ଧ୍ୟାନ ଆଦି କରିବାକୁ କୁହାଯାଇଛି। ସବୁବେଳେ ମାସ୍କ, […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ ଲକ୍ଷ ପାର୍ କରିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୭୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୪୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୫୬୫ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୫୬ ଆକ୍ରାନ୍ତ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ୩, କଟକରୁ ୨, ବାଲେଶ୍ୱର, ଗଞ୍ଜାମ, କଳାହାଣ୍ଡି, ମୟୂରଭଞ୍ଜ, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୨୬ ହୋଇଛି। ପଢ଼ନ୍ତୁ: ଓଡ଼ିଶାରେ ଦେଢ଼ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ୯୪, ୩୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୧୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮,୫୮୬ରେ ପହଞ୍ଚିଛି। ସେହିପରି ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬କୁ ଛୁଇଁଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬ରେ ପହଞ୍ଚିଛି। ସେଥିମଧ୍ୟରୁ ଆକ୍ଟିଭ୍ କେସ୍-୯,୭୩,୧୭୫ ଥିବାବେଳେ ୩୭,୦୨,୫୯୫ଜଣ ସୁସ୍ଥ ହୋଇଛନ୍ତି। ୭୮,୫୮୬ଜଣଙ୍କ ମୃତ୍ୟୁ ଘଟିଛି।
ଭୁବନେଶ୍ୱର: ନବନିଯୁକ୍ତ ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲା କୁମାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ସଂକ୍ରମିତ ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ୍ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ଭାଇରସ୍ କମିବାର ନାଁ ନେଉନାହିଁ। ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟିନରୁ ୧୧୬ ଓ ଲୋକାଲ କେସ୍ ୨୭୯ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରି ସୂଚନା ଦେଇଛି। ଏହାଛଡ଼ା ଆଜି ୬୦୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs […]
ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୩୬୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ମୋଟ୍ ୧୧୮୬୪୨ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 22 from Malkangiri17 from Nuapada4 from Deogarh The total recovered cases of Odisha now stand at 118642 — H & FW Dept Odisha (@HFWOdisha) September […]
ଭୁବନେଶ୍ୱର: ଓଡ଼ିଶାରେ ଆଉଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏବେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କୁ କରୋନା ହୋଇଛି। ଏ ନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ କରୋନା ଟେଷ୍ଟ କରାଇବାକୁ ସେ ଅନୁରୋଧ କରିଛନ୍ତି। ଗତକାଲି କେନ୍ଦ୍ରାପଡ଼ା ବିଧାୟକ ଶଶୀଭୂଷଣ ବେହେରା ଓ ପାଟଣାଗଡ଼ ବିଧାୟକ ସରୋଜ ମେହେର କରୋନାରେ ଆକ୍ରାନ୍ତ ହୋଇଥିଲେ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୭ ଜଣ ବିଧାୟକ ଓ ମନ୍ତ୍ରୀ […]
ନୂଆଦିଲ୍ଲୀ: ୨୦୨୧ ମସିହା ଆରମ୍ଭ ବେଳକୁ କୋଭିଡ୍-୧୯ ଭ୍ୟାକ୍ସିନ୍ ଉପଲ୍ଲବ୍ଧ ହୋଇପାରେ। ଏ ନେଇ ଆଶା କରାଯାଉଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ କହିଛନ୍ତି। ତେବେ ଏହି ଭ୍ୟାକ୍ସିନ୍ କେବେ ଲଞ୍ଚ ହେବ ସେନେଇ ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇନଥିଲେ ମଧ୍ୟ ୨୦୨୧ ପ୍ରଥମ ୩ ମାସ ଭିତରେ ଭ୍ୟାକ୍ସିନ୍ ପ୍ରସ୍ତୁତ ହୋଇଯାଇପାରେ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଯେଉଁମାନଙ୍କର ଏହାର ଅଧିକ ଆବଶ୍ୟକତା ରହିଛି, ସେମାନଙ୍କ ପାଇଁ ଏହି ଭ୍ୟାକ୍ସିନ୍ ଉପଲ୍ଲବ୍ଧ ହେବ ବୋଲି […]
ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତକାଲି କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି ସମୀର ମହାନ୍ତି। କରୋନା ସଂକ୍ରମିତ ହେବାପରେ ତାଙ୍କୁ ଏବେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି। କିଛି ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ ସଂଗରୋଧରେ ରହିବା ସହ କରୋନା ଟେଷ୍ଟ୍ କରାଇନେବାକୁ ସମୀର ମହାନ୍ତି ଅନୁରୋଧ କରିଛନ୍ତି।
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୧୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୪,୧୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୭୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୨୨ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୭୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଛି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୪, ବଲାଙ୍ଗିର ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏ, କନ୍ଧମାଳ, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୩୭ ହୋଇଛି। ପଢ଼ନ୍ତୁ: ଆଜି ସର୍ବାଧିକ ୪,୧୯୮ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଦିନକରେ ୯୨ ହଜାରରୁ ଅଧିକ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହା ଚିନ୍ତାର ବିଷୟ ସୋଇଛି। ଦିନକରେ ୯୨ ହଜାର ୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ୧ ହଜାର ୧୩୬ ଜଣଙ୍କର ମୃତ୍ଯୁ ଘଟିଛି। ଏଥିସହ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯,୭୨୨କୁ ବୃଦ୍ଧି ପାଇଛିି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଲକ୍ଷ ୪୬ ହଜାର ୪୨୮ରେ ପହଞ୍ଚିଛି। ଦେଶରେ ବର୍ତ୍ତମାନ ଆକ୍ଟିଭ କେସ୍ ରହିଛି […]
ଭୁବନେଶ୍ୱର: ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।ଉଭୟଙ୍କ କରୋନା ଟେଷ୍ଟ୍ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ଟ୍ୱିଟ୍ କରି ମନ୍ତ୍ରୀ ନିଜେ ଏହି ସୂଚନା ଦେଇଛନ୍ତି। ‘ଆମେ ସୁସ୍ଥ ଅଛୁ ଓ ଗତ ୭ଦିନ ମଧ୍ୟରେ ଆମ୍ଭମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ କରୋନ ଟେଷ୍ଟ କରାନ୍ତୁ’ ବୋଲି ମନ୍ତ୍ରୀ କହିଛନ୍ତି।
ଭୁବନେଶ୍ୱର: କରୋନା ନେଲା ଆଉ ଜଣେ କୋଭିଡ ଯୋଦ୍ଧାଙ୍କ ଜୀବନ। ଭୁବନେଶ୍ୱର ଖଣ୍ଡଗିରି ଥାନାର ଏଏସଆଇ ଶିଶିର କୁମାର ସେଠୀଙ୍କ କରୋନାରେ ମୃତ୍ୟୁ ହୋଇଛି। ଏନେଇ ଡିସିପି ଭୁବନେଶ୍ୱର ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ଦିଆଯାଇଛି। With deep sadness we inform that ASI Sisira Kumar Sethi who was working in Khandagiri PS has succumbed to Covid 19. He was an outstanding officer and has sacrificed […]
ନୂଆଦିଲ୍ଲୀ: କରୋନାରୁ ରକ୍ଷା କରିବା ପାଇଁ ସାଂସଦଙ୍କୁ ମିଳିଲା ସ୍ୱତନ୍ତ୍ର କୋଭିଡ୍ କିଟ୍। ସଂସଦର ମୌସୁମୀ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ଏହା ପୂର୍ବରୁ ସମସ୍ତ ସାଂସଦଙ୍କୁ ଏହି କିଟ୍ ପଠାଇଛନ୍ତି ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଗତକାଲିଠାରୁ ଏହି କିଟ୍ ଦିଆଯାଇଥିବା ଜଣାପଡିଛି। ସାଂସଦଙ୍କୁ ଦିଆଯାଇଥିବା ଏହି କିଟକୁ ଡିଆରଡିଓ ପକ୍ଷରୁ ପ୍ରସ୍ତୁତ କରାଯାଇଛି। ପ୍ରତ୍ୟେକ କିଟରେ ୪୦ଟି ଡିସ୍ପୋଜାଲ୍ ମାସ୍କ, ୫୦ ଏମ୍ଏଲର ୨୦ଟି ସାନିଟାଇଜର୍ ବୋତଲ, ଫେସ୍ ସିଲଡ୍, ୪୦ଟି ହ୍ୟାଣ୍ଡ […]