ଦିନକ ତଳେ ନୂଆପଡ଼ା ସୀମାନ୍ତ ଗରିଆବନ୍ଧ ଜଙ୍ଗଲରେ ୧୩ ସହଯୋଗୀଙ୍କ ସହ ନିପାତ ହୋଇଛି ସେଣ୍ଟ୍ରାଲ୍ କମିଟି ମେମ୍ବର ଚଲପତି ଓରଫ୍ ଜୟୀରାମ। ଏବେବି ସେଠାରେ ଅପରେସନ୍ ଜାରି ଥିବା ବେଳେ, ଏପଟେ ଖୋଲିବାରେ ଲାଗିଛି ଜୟୀରାମର ଜନ୍ମକୁଣ୍ଡଳୀ।
ହାତୀ ଦାନ୍ତ ଦୁଇଟିକୁ ଗାମୁଛାରେ ଗୋଡ଼ାଇ ବ୍ୟାଗରେ ପୂରାଇ ବାଇକରେ ପଳାଉଥିଲେ ମାଫିଆ। ବନ ବିଭାଗ ସେମାନଙ୍କଠାରୁ ୨ଟି ହାତୀ ଦାନ୍ତ ଜବତ କରିଛି।
ଦାରିଙ୍ଗବାଡି ଥାନା ଗୋବିନ୍ଦ ପ୍ରଧାନ ବିବାହର ପ୍ରଲୋଭନ ଦେଖାଇ ୨୦୧୬ ମସିହାରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିଲେ। ପରବର୍ତ୍ତୀ ସମୟରେ ଅର୍ଥାତ ୨୦୧୮ ମସିହାରେ ସେ ରାଜ୍ୟ ପୋଲିସ୍ ବିଭାଗରେ କନ୍ଷ୍ଟେବଳ ଭାବେ ନିଯୁକ୍ତି ପାଇଥିଲେ।
ଦୁର୍ଦ୍ଦାନ୍ତ ମାଓ ନେତା ଜୟୀରାମ। ଜୟୀରାମକୁ ଧରିବା ପାଇଁ ସବୁ ପ୍ରକାର ଉଦ୍ୟମ କରିଥିଲେ ସୁରକ୍ଷାକର୍ମୀ। ତଥାପି ନକ୍ସଲ କେନ୍ଦ୍ରୀୟ କମିଟିର ବରିଷ୍ଠ ସଦସ୍ୟ ଜୟରାମ ରେଡ୍ଡୀ ଓରଫ ଚଲପତିର କିଛି ବି ସୁରାଗ ପାଇପାରୁନଥିଲେ। ଜାଣନ୍ତୁ କେମିତି ହେଲା ନିହତ...
ସୌରଭଙ୍କ ଶେଷ ମୋବାଇଲ୍ ଲୋକେସନ୍ ଇଛାପୁରମ୍ ଥିବା ପରିବାର ଲୋକ କହିଛନ୍ତି। ପୁଅକୁ ଖୋଜି ଆଣିବାକୁ ପୁଲିସ ଓ ନୌସେନାକୁ ନିବେଦନ କରିଛନ୍ତି ମା’।
ବଲିଉଡ ଅଭିନେତା ସୈଫ ଅଲୀ ଖାନଙ୍କ ଆକ୍ରମଣ ଘଟଣାରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଆକ୍ରମଣକାରୀ ଘରେ ପଶିବା ସମୟରେ ସୁରକ୍ଷା ଦାୟିତ୍ବରେ ଥିବା ଗାର୍ଡ ନିଦରେ ଶୋଇ ପଡିଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।
ଓଡ଼ିଶା ସୀମାନ୍ତରେ ଛିନଛତ୍ର ହୋଇଗଲା ମାଓମେଳି। ପୋଲିସ ଏନକାଉଣ୍ଟରରେ ସଫା ହୋଇଗଲେ ୧୪ ଜଣ ମାଓବାଦୀ। ଏବେ ବି ଅପରେସନ ଜାରି ରହିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଅନୁମାନ କରାଯାଉଛି।
ଭୁବନେଶ୍ବର ଆପୋଲୋ ହସ୍ପିଟାଲରେ ପହଞ୍ଚିବା ବେଳକୁ ନବ ଦାସ ଜୀବିତ ଥିଲେ ତ । ନବ ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟରେ ଏମିତି ଅନେକ ପ୍ରଶ୍ନ ସାମ୍ନାକୁ ଆସିଛି।
ଛୁରା ମାଡ଼ ପରେ ହସ୍ପିଟାଲରେ ୬ ଦିନ ଧରି ଚିକିତ୍ସା ପରେ ମଙ୍ଗଳବାର ଡିସଚାର୍ଜ ହେଲେ ବଲିଉଡ ଅଭିନେତା ସୈଫ ଅଲୀ ଖାନ୍ । ସୁସ୍ଥ ହେବା ପରେ ମୁମ୍ବାଇ ଲୀଳାବତୀ ହସ୍ପିଟାଲରୁ ତାଙ୍କୁ ଡିସଚାର୍ଜ କରାଯାଇଛି । ବାନ୍ଦ୍ରା ସ୍ଥିତ ଘରେ ପଶି ଦୁର୍ବୃତ୍ତ ଛୁରା ମାଡ଼ କରିବାରୁ ଗୁରୁତର ଆହତ ହୋଇଥିଲେ ସୈଫ ।
ସେପଟେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ବରଗଡ଼ ପୋଲିସ। ଅଭିଯୁକ୍ତ ରାହୁଲ ଭୋସାଗରକୁ ଅଟକ ରଖିଥିଲା ପୋଲିସ। ଧନୁଯାତ୍ରା ଦିନ ରାହୁଲକୁ ପୀଡିତା ଯୁବତୀଙ୍କ ସହ ଦେଖାଯାଇଥିଲା। ଯୁବତୀଙ୍କ ସହ ରାହୁଲ ମଲକୁ ମଧ୍ୟ ଯାଇଥିବା ସିସିଟିଭି ଫୁଟେଜରେ ସ୍ପଷ୍ଟ ହୋଇଛି।
ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ସାଲୁଜାଙ୍କ ବଡ଼ ଖୁଲାସା । ଚାଂଚଲ୍ୟକର ବୟାନ ଦେଲେ କଂଗ୍ରେସର ବରିଷ୍ଠ ନେତା ସନ୍ତୋଷ ସିଂ ସାଲୁଜା । ନବ ଦାସଙ୍କ ଏକାନ୍ତ ଘନିଷ୍ଠ ଥିଲେ ସନ୍ତୋଷ ସିଂ ସାଲୁଜା ।
ରାଜସ୍ଥାନ କୋଟାରେ ଇଞ୍ଜିନିଅରିଂ ଛାତ୍ରଙ୍କ ମୃତ୍ୟୁ ସନ୍ଦେହ ଘେରରେ ରହିଥିବା ବେଳେ ଘରେ ପହଞ୍ଚିଛି ତାଙ୍କ ମୃତଦେହ ।
ନବଦାସ ହତ୍ୟାକାଣ୍ଡକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ଅଧିକାରୀ ଉପରେ ପ୍ରଶ୍ନ। ସନ୍ଦେହ ଘେରରେ ରମେଶଚନ୍ଦ୍ର ଦୋରା। ବିବାଦରେ ଥିବା ସତ୍ତ୍ୱେ ତାଙ୍କୁ କାହିଁକି ଦିଆଯାଇଥିଲା ତଦନ୍ତ ଭାର ? ନବ ହତ୍ୟା ତଦନ୍ତକୁ ବାଟବଣା କରି ନାହାନ୍ତି ତ ସେ ?
ପୂରା ଯୋଜନାବଦ୍ଧ ଥିଲା କି ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ? ପ୍ରମାଣ ନଷ୍ଟ ପାଇଁ ପାଦେ ପାଦେ ହୋଇଥିଲା କି ଷଡ଼ଯନ୍ତ୍ର ? କାରଣ ହତ୍ୟା ଘଟଣାଠୁ ଶବ ବ୍ୟବଚ୍ଛେଦ ପର୍ଯ୍ୟନ୍ତ ସବୁଥିରେ ପ୍ରମାଣ ନଷ୍ଟ ପାଇଁ ଭରା ଉଦ୍ୟମର ମିଳିବାରେ ଲାଗୁଛି ପୁଳା ପୁଳା ତଥ୍ୟ ।
ଓଡ଼ିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ପାଇଥିଲା। ସେହି ସୂଚନା ଆଧାରରେ ରବିବାହ ବିଳମ୍ବିତ ରାତିରେ ଛତିଶଗଡ଼, ଓଡ଼ିଶା ପୋଲିସ୍ ଓ ସିଆରପିଏଫ୍ ଯବାନମାନେ ମିଳିତ ଭାବେ ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କରିଥିଲେ।
ପୂରା ଯୋଜନାବଦ୍ଧ ଥିଲା କି ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ? ପ୍ରମାଣ ନଷ୍ଟ ପାଇଁ ପାଦେ ପାଦେ ହୋଇଥିଲା କି ଷଡ଼ଯନ୍ତ୍ର ? କାରଣ ହତ୍ୟା ଘଟଣାଠୁ ଶବ ବ୍ୟବଚ୍ଛେଦ ପର୍ଯ୍ୟନ୍ତ ସବୁଥିରେ ପ୍ରମାଣ ନଷ୍ଟ ପାଇଁ ଭରା ଉଦ୍ୟମର ମିଳିବାରେ ଲାଗୁଛି ପୁଳା ପୁଳା ତଥ୍ୟ ।
ଦୁଷ୍କର୍ମ ଉଦ୍ୟମ କରିଥିବା ଅଧ୍ୟାପକ ଓ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କରିବାକୁ ଦାବି କରିଥିଲେ ପୀଡ଼ିତା। ଖବର ପାଇ ପୋଲିସ କଲେଜରେ ପହଞ୍ଚିଥିଲା। ପୀଡ଼ିତା ଓ ତାଙ୍କ ସାଥୀମାନଙ୍କୁ ବୁଝାସୁଝା କରିଥିଲା। ମାମଲା ତଦନ୍ତ ଚାଲିଥିବା କହିଥିଲେ। ହେଲେ ପୀଡ଼ିତା ଓ ତାଙ୍କ ସାଥୀମାନେ ନିଜ ଜିଦରେ ଅଟଳ ରହିଥିଲେ।
୨୦୨୨ରେ ବୟଫ୍ରେଣ୍ଡ ଶାରନ ରାଜଙ୍କୁ ବିଷ ଦେଇ ହତ୍ୟା କରିଥିଲେ ଗ୍ରୀଷ୍ମା। ଉଭୟ ପରସ୍ପରକୁ ପ୍ରେମ କରୁଥିବା ବେଳ ଗ୍ରୀଷ୍ମା ସମ୍ପର୍କ ଶେଷ କରିବାକୁ ଚାହୁଁଥିଲେ।
ସିବିଆଇ ବଳପୂର୍ବକ ଭାବେ ଏହି କେସ ପଶ୍ଚିମବଙ୍ଗ ପୋଲିସ ହାତରୁ ନେଇଥିଲା। ଯଦି ଏହି କେସ କୋଲକାତା ପୋଲିସ ଅଧୀନରେ ଥାଆନ୍ତା ତେବେ ଫାଶୀ ଦଣ୍ଡାଦେଶ ନିଶ୍ଚିତ ଭାବେ ହୋଇଥାନ୍ତା ବୋଲି ମମତା କହିଛନ୍ତି।
ବରଗଡ଼ କୁର୍ଲା ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଯୁବତୀ ଉଦ୍ଧାର ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ମୁଖ୍ୟ ଅଭିଯୁକ୍ତକୁ ଫେରାର କରିବାରେ ଓ ପ୍ରମାଣ ନଷ୍ଟ କରିବାରେ ଏମାନେ ସହଯୋଗ କରିଥିଲେ।
କୋଲକାତା ଆରଜି କର ମେଡିକାଲର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀ ସଂଜୟ ରୟକୁ ଆଜୀବନ ଜେଲ। କୋଲକତାର ସିଆଲଦା କୋର୍ଟ ପୂର୍ବରୁ ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କରିସାରିଥିବା ବେଳେ ସୋମବାର ଆଜୀବନ କାରାଦଣ୍ଡ ପ୍ରଦାନ କରିଛନ୍ତି।
କୋଭିଡ୍ ପ୍ରୋଟୋକଲ୍ ଆଳରେ ନବଙ୍କ ରକ୍ତ ଭିଜା ସାର୍ଟ ଓ ପ୍ୟାଣ୍ଟ ପୋଡ଼ି ଦିଆଯାଇଛି ବୋଲି ଜଣାପଡ଼ିଛି। ସାର୍ଟ ପୋଡ଼ିଥିବା ନେଇ ହସ୍ପିଟାଲ କର୍ତ୍ତୃପକ୍ଷ କ୍ରାଇମବ୍ରାଞ୍ଚକୁ ଜଣାଇଛନ୍ତି। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ବୟାନ ରେକର୍ଡ କୋର୍ଟରେ ଦାଖଲ କରାଯାଇଛି।
ସାର୍ଟ ରଙ୍ଗ ବଦଳାଯାଇଛି, ତଦନ୍ତର ଢଙ୍ଗ ବଦଳାଯାଇଛି ତାହା ,ଏବେ ତଦନ୍ତ ସାପେକ୍ଷ ହୋଇଛି। ଅନ୍ୟପକ୍ଷରେ ପୂରା ପ୍ରକ୍ରିୟା ଦେଖିଲେ ଷଡ଼ଯନ୍ତ୍ର ଗନ୍ଧ ଡହ ଡହ ବାରି ହେଉଛି।
ନବ ଦାସ ହତ୍ୟା ମାମଲାର ସିବିଆଇ ତଦନ୍ତ ନେଇ ବଢିଲା ଆଶା। ରାଜ୍ୟ ସରକାରଙ୍କ କୋର୍ଟକୁ ବଲ୍ ଫିଙ୍ଗିଲେ ନବଙ୍କ ଝିଅ ଦୀପାଳି। ଆଇନ ମନ୍ତ୍ରୀଙ୍କ ଆହ୍ୱାନ ପରେ ଲିଖିତ ଅଭିଯୋଗ କରିବେ ବୋଲି କହିଛନ୍ତି ଦୀପାଳି ଦାସ।
ହଠାତ୍ ଏକ ଧମକପୂର୍ଣ୍ଣ ଫୋନ କଲ୍ ଆସିବା ସହ ଗିରଫ ହେବାର ଭୟ ଦେଖାଗଲେ ଆଉ ତାପରେ ଅନଲାଇନ୍ ମାଧ୍ୟମରେ ଆରମ୍ଭ ହେଲା ଲୁଟ୍ ।