• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Crime Updates

minor
୫ ହଜାର ଟଙ୍କା ପାଇଁ ଦୁଇ ନାବାଳକ ପୁଅଙ୍କୁ ବନ୍ଧା ପକାଇଛି ବାପା

ଋଣ ଶୁଝିବା ପାଇଁ ମାତ୍ର ୫ ହଜାର ଟଙ୍କା ପାଇଁ ଦୁଇ ନାବାଳକୁ ପୁଅକୁ ବନ୍ଧା ପକାଇଛି ବାପା । କୋମଳମତି ଶିଶୁଙ୍କ ଭବିଷ୍ୟତ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ପୁରୀ ଜିଲ୍ଲା କଣାସ ବ୍ଲକରୁ ଏଭଳି ଖବର ଆସିଛି, ଯାହା ପ୍ରଶାସନ ଉପରେ ପ୍ରଶ୍ନ ବାଚୀ ସୃଷ୍ଟି କରୁଛି ।

firing
ଢାବା ମାଲିକାଣୀଙ୍କୁ ଫାୟାରିଂ

ଢାବା ମାଲିକାଣୀଙ୍କୁ ଫାୟାରିଂ। ଏଥିରେ ଢାବା ମାଲିକାଣୀଙ୍କ ମୃତ୍ୟୁ ଘଟିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ଡୁଆଝର ଗାଁରେ ଥିବା ଏକ ଢାବାରେ ଫାୟାରିଂ ହୋଇଛି।

Mother Affairs
ମା'ର ଅନୈତିକ ସମ୍ପର୍କର କାହାଣୀ ବଖାଣିଲେ ଭାଇ ଭଉଣୀ

ବାପା ଜେଲରେ ରହିବା ପରଠାରୁ ଉଭୟେ ଭାଇ ଭଉଣୀ ଚଳିବା ସମସ୍ୟା ହେଉଛି। ହେଲେ ବାହାର ଲୋକ ଘରକୁ ଆସି ମଦ୍ୟପାନ କରି ଯାବତୀୟ ଅନୈତିକ କାମ କରୁଛନ୍ତି। ଏଥିରେ ବିରୋଧ କଲେ ମା ଆମକୁ ପିଟୁଛନ୍ତି।

CROREPATI PS
କୁବେର ବିରଞ୍ଚିଙ୍କ କେଳେଙ୍କାରୀ ପଛରେ ବଡ଼ମୁଣ୍ଡ କିଏ ?

ଭିଜିଲାନ୍ସ ରେଡ୍ ବେଳେ ବିରଞ୍ଚିଙ୍କ ଘରୁ ନିଯୁକ୍ତି ସମ୍ପର୍କିତ ପରୀକ୍ଷାର ବହୁ ସଂଖ୍ୟକ ଆଡମିଟ କାର୍ଡ ମିଳିବା ପଛର ସମ୍ଭାବ୍ୟ କାରଣ ବି ଦର୍ଶାଇଛନ୍ତି। ଆବେଦନକାରୀ ହିଁ କେବଳ ଆଡ୍‌ମିଟ୍ କାର୍ଡ ଡାଉନଲୋଡ଼ କରିପାରିବେ। ତାହେଲେ ନିଯୁକ୍ତି ଆଳରେ ଆଶାୟୀଙ୍କ ସହ ମିଶି ବଡ଼ଧରଣର ରାକେଟ୍ ଚଳାଇଥିଲେ କି ବିରଞ୍ଚି ?

ps biranchi Narayan Sahu arrested
ଗିରଫ ହେଲେ କୋଟିପତି ପିଏସ୍‌

 ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନଙ୍କ କୁବେର ପିଏସ୍  ବିରଞ୍ଚି ନାରାୟଣ ସାହୁଙ୍କୁ ପୋଲିସ ଗିରଫ କରିଛି।  ଗତକାଲି ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ରେଡ୍ କରିଥିବା ବେଳେ କୋଟି କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରିଥିଲା  ।

Vigilace Raid
ଓଏସ୍‌ଏସ୍‌ସି ପିଏସ୍‌ଙ୍କ ଘରେ ଚଢଉ : ଦେଢ କେଜି ସୁନା, ସାଢେ ୩ କୋଟି ସଂପତ୍ତି ଠାବ

ଦେଢ଼ କେଜି ସୁନା, ନଗଦ ୨୫ ଲକ୍ଷ ଟଙ୍କା, ପାଖାପାଖି ସାଢ଼େ ୩ କୋଟିର ସଂପତ୍ତି ତା’ ସାଙ୍ଗକୁ ଆହୁରି କେତେ କଣ ଏଭଳି ବିପୁଳ ପରିମାଣର ଆୟବହିର୍ଭୁତ ସଂପତ୍ତି ଭିଜିଲାନ୍ସ ରେଡ୍‌ରୁ ଜଣେ ଷ୍ଟାଫ୍ ସିଲେକ୍ସନ୍ କମିଶନଙ୍କ ପିଏସ୍‌ଙ୍କ ଘରୁ ଠାବ ହୋଇଛି। ଏହାକୁ ନେଇ ହଇଚଇ ସୃଷ୍ଟି ହୋ‍ଇଛି।

OSSC PS biranchi Vigilance Raid
ପିଏସ୍‌ଙ୍କ ଘରେ ରେଡ୍, ୨୫ ଲକ୍ଷ ଟଙ୍କା ନଗଦ ସହ ଦେଢ଼ କେଜି ସୁନା ଜବତ

OSSC ସଦସ୍ୟଙ୍କ ପିଏସ୍‌ଙ୍କ ଘରେ ଭିଜିଲାନ୍ସ ରେଡ୍ ଘଟଣା । ଘର ରେଡ୍ ବେଳେ ମିଳିଲା ୩ କୋଟି ୫୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସମ୍ପତ୍ତି । ନଗଦ ୨୫ ଲକ୍ଷ ଟଙ୍କା ସହ ଦେଢ କେଜି ସୁନା ଜବତ ହୋଇଥିବା ସୂଚନା ।

OSSC Vigilance Raid
ପିଏସ୍‌ଙ୍କ ଘରେ ଭିଜିଲାନ୍ସ ରେଡ୍ ଘଟଣା, ନଗଦ ୨୫ ଲକ୍ଷ ଟଙ୍କା ଜବତ ! OSSC ସଦସ୍ୟ କହିଲେ ‘କିଛି ଜାଣିନି’..

OSSC ସଦସ୍ୟଙ୍କ ପିଏସ୍‌ଙ୍କ ଘରେ ଭିଜିଲାନ୍ସ ରେଡ୍ ଘଟଣାକୁ ନେଇ OSSC ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ମିଶ୍ରଙ୍କ ପ୍ରତିକ୍ରିୟା । ‘ଘଟଣାର ଇଣ୍ଟରନାଲ୍ ଇନ୍‌କ୍ୱାରୀ କରାଯିବ । ଦୃଢ ପଦକ୍ଷେପ ନିଆଯିବ ।

vigilance raid at ps
ଅଫିସରଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା, ସୁନାଗହଣା

ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ କୁବେର ଅଫିସର। ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ବିରଞ୍ଚି ନାରାୟଣ ସାହୁଙ୍କ ଭୁବନେଶ୍ୱରସ୍ଥିତ ଘରେ ହୋଇଛି ରେଡ୍।

duplicate wrist watch
କଟକରେ ନକଲି ଘଣ୍ଟା ଜବତ, ନାମୀଦାମୀ ବ୍ରାଣ୍ଡ୍‌ ନାଁରେ ଚାଲିଥିଲା ବିକ୍ରି

ଦେଖିବାକୁ ଅସଲି, ହେଲେ ଜିନିଷ ନକଲି। ବାହାରୁ ଶସ୍ତାରେ ଘଣ୍ଟା ଆଣି ତା’ଉପରେ ନାମୀଦାମୀ ବ୍ରାଣ୍ଡ୍‌ର ଲୋଗୋ ଓ ଷ୍ଟିକର ଲଗାଇ ଅଧିକ ଦାମ୍‌ରେ ଚାଲିଥିଲା ବିକ୍ରି। ଶେଷରେ ଏହି ଠକାମୀ ପୋଲିସ୍‌ ହାତରେ ଧରାପଡ଼ି ଯାଇଥିଲା।

Viral e-mail
“ମାସିକିଆ ଚାନ୍ଦା ନଦେଲେ ସାଙ୍ଘାତିକ ହଇରାଣ ହେବ”

ନଭେମ୍ବର ୯ ତାରିଖରେ ଯାଇଥିବା ଏହି ଭାଇରଲ ଇମେଲରେ ଲେଖାଯାଇଛି ଯେ, ଯଦି ମାସିକିଆ ଚାନ୍ଦା ଦିଆନଯାଏ ତେବେ ସ୍ଥାନୀୟ ପ୍ରଶାସନ, ସ୍ଥାନୀୟ ପୋଲିସ, ଲୋକାଲ ୟୁନିଅନ, ଆଞ୍ଚଳିକ ପ୍ରଦୂଷଣ ବିଭାଗ ଅଫିସରଙ୍କର ଆଦୌ ସହଯୋଗ ମିଳିବ ନାହିଁ। ତେଣୁ ଯଥାଶୀଘ୍ର ସେମାନଙ୍କର ମାସିକ ଚାନ୍ଦା ରିଲିଜ କରାଯାଉ।ଏପରିକି କାଳିଆପାଣି IIC ମଧ୍ୟ ଫୋନ କରି କାଳୀପୂଜା ଭେଟି ପାଇଁ ତାଗିଦ କରିଲେଣି ବୋଲି ଏଥିରେ ଉଲ୍ଲେଖ ରହିଛି।

Chitfund
୮ ବର୍ଷ ପରେ ଧରାପଡ଼ିଳା ଚିଟ୍‌ଫଣ୍ଡ ଠକ, ଓଡ଼ିଶାରୁ ଠକି ୟୁପିରେ ବୁଲୁଥିଲା

୮ ବର୍ଷ ଧରି ଫେରାର ଥିବା ଚିଟ ଫଣ୍ଡ ଠକେଇ ଅଭିଯୁକ୍ତକୁ ଉତ୍ତର ପ୍ରଦେଶର ବରେଲିରୁ ଗିରଫ । ଅଭିଯୁକ୍ତକୁ ଗିରଫ କରିଛି ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା । ଗିରଫ ଅଭିଯୁକ୍ତର ନାଁ ଦିଲୀପ କୁମାର ଜୈନ ।

woman jumps in front of train
ସ୍ୱାମୀଙ୍କ ସହ କାର୍‌ରେ ବାପ ଘରକୁ ଯାଉଥିଲେ, ଗାଡ଼ିରୁ ଓହ୍ଲାଇ ଟ୍ରେନ୍‌ ସାମ୍ନାକୁ ଡେଇଁ ପଡ଼ିଲେ ମହିଳା

ସ୍ୱାମୀଙ୍କ ସହ କାର୍‌ରେ ବାପ ଘରକୁ ଯାଉଥିଲେ। ହେଲେ ହଠାତ୍‌ ଚଳନ୍ତା ଗାଡ଼ିରୁ ଓହ୍ଲାଇ ଟ୍ରେନ୍‌ ସାମ୍ନାକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଭୁବନେଶ୍ୱର କାର୍ଗିଲ ବସ୍ତି ନିକଟରେ ଟ୍ରେନ୍ ଲାଇନ କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି।

10-year-old boy hacked to death
୧୦ ବର୍ଷର ଶିଶୁକୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣିଲେ ପଡ଼ୋଶୀ

୧୦ ବର୍ଷର ଶିଶୁକୁ ଗୋଡ଼ାଇ ଗୋଡ଼ାଇ ହତ୍ୟା। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଭଟାଗୁଡା ଗାଁରେ ବୁଧବାର ଅପରାହ୍ଣରେ ଏହି ଅଭାବନୀୟ ଘଟଣା ଘଟିଛି।

police station
ରାସ୍ତା ମଝିରେ ବୁଲାଇଲେ ଟାଙ୍ଗିଆ, ଭୟଭୀତ ହୋଇ ଥାନାରେ ପହଞ୍ଚିଲେ ମହିଳା

ରାସ୍ତା ମଝିରେ ବୁଲାଇଲେ ଟାଙ୍ଗିଆ, ଭୟଭୀତ ହୋଇ ଥାନାର ଦ୍ୱାରସ୍ଥ ହେଲେ ମହିଳା। ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ବେହେରା ସାହିରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି।

Ganjam Murder Case
ସୀମା ଟପିଲା ନୃଶଂସତା: ପ୍ରେମିକାକୁ ଜିଅନ୍ତା ଜାଳିଦେଲା ପ୍ରେମିକ

ପ୍ରେମ ଓ ପ୍ରତାରଣାରୁ ଜଘନ୍ୟ ହତ୍ୟାକାଣ୍ଡ। ନା ଏଭଳି ବିଭତ୍ସ ଓ ହୃଦୟ ବିଦାରକ ଘଟଣା ପଛରେ ରହିଛି ଆଉ କିଛି ରହସ୍ୟ? ଗତକାଲି ସାରେ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ୍ ପ୍ରତାପପୁରର ଏହି ପରିତ୍ୟକ୍ତ ଘରୁ, ପୋଲିସ ଉଦ୍ଧାର କରିଥିଲା ଯନ୍ତ୍ରଣାରେ ଛଟପଟ ଅର୍ଦ୍ଧଦଗ୍ଧ ଯୁବତୀଙ୍କୁ । ମୃତ୍ୟୁ ସହ ପ୍ରାୟ ୨ ଘଣ୍ଟା ଯୁଝିବା ପରେ, ବ୍ରହ୍ମପୁର ଏମକେସିଜି ମେଡିକାଲରେ ଆଖି ବୁଜିଦେଇଥିଲେ ବାଲିପଦର ସଦାଶିବପୁରର ଶୁଭସ୍ମିତା ଖା଼ଡ଼ଙ୍ଗା। ହେଲେ ମୃତ୍ୟୁ ପୂର୍ବରୁ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ଆଗରେ ଦେଇଯାଇଥିଲେ ଏହି ନୃଶଂସ କାଣ୍ଡ ଭିଆଇଥିବା ଯୁବକର ପରିଚୟ।

Suicide
ବଢ଼ୁଛି ଆତ୍ମହତ୍ୟା ସଂଖ୍ୟା, ଲକ୍‌ଡାଉନ୍‌-ସଟ୍‌ଡାଉନ୍‌ ନେଉଛି ଜୀବନ ! ଜାଣନ୍ତୁ ପୁରା ରିପୋର୍ଟ..

ପାରିବାରିକ ହେଉକି ବ୍ୟକ୍ତିଗତ, ବିଭିନ୍ନ କାରଣକୁ ନେଇ ବଢୁଛି ଆତ୍ମହତ୍ୟା ପ୍ରବଣତା । ତେବେ କରୋନା କାଳରେ ବୃତ୍ତିଗତ ସମସ୍ୟା ସାଙ୍ଗକୁ ସଂକ୍ରମଣ ଭୟ ଏହି ସଂଖ୍ୟାକୁ ଆହୁରି ବଢ଼ାଇ ଦେଇଛି ।

Operation Monsoon
ନକ୍ସଲଙ୍କ ସହିଦ ସପ୍ତାହ ବେଳେ ପୋଲିସର ‘ଅପରେସନ୍‌ ମନସୁନ୍‌’, ମହିଳା କମାଣ୍ଡୋ ବି ସାମିଲ..

ଆଜିଠାରୁ ମାଓବାଦୀଙ୍କ ସହିଦ ସପ୍ତାହ । ଏହି ସମୟରେ ମାଓବାଦୀ ସେମାନଙ୍କ କାର୍ଯ୍ୟକଳାପକୁ ବୃଦ୍ଧି କରିଥାନ୍ତି । ବିଭିନ୍ନ ଗାଁକୁ ଯାଇ ଯୁବକ ଯୁବତୀମାନଙ୍କୁ ତାଲିମ ଦେଇ ସଂଗଠନରେ ସାମିଲ କରିଥାନ୍ତି । ଏହି ସମୟରେ ଲାଲବାହିନୀ ହିଂସାକାଣ୍ଡ ଘଟାଇବାର ଆଶଙ୍କ ମଧ୍ୟ ବଢିଯାଏ ।

Ganjam Duplicate Liquor
ସାବଧାନ ! ପୁଣି ଧରା ପଡ଼ିଲା ନକଲି ମଦ, ଦେଖିବାକୁ ଅବିକଳ ବିଦେଶୀ ବ୍ରାଣ୍ଡ

ବ୍ରହ୍ମପୁର: ପୁଣି ଗଞ୍ଜାମରେ ନକଲି ମଦ କାରବାରର ପର୍ଦ୍ଦାଫାସ । ଗଞ୍ଜାମ ଗାଙ୍ଗପୁର ପୋଲିସ ନକଲି ମଦ କାରବାର ରାକେଟ୍‌ର ପର୍ଦ୍ଦାଫାସ କରିଛି । ଏହାସହ ୫ ଜଣଙ୍କୁ ଗିରଫ ମଧ୍ୟ କରିଛି ପୋଲିସ ।

Farmer attack
ଗଞ୍ଜାମରେ ଚାଷୀଙ୍କୁ ମରଣାନ୍ତକ ଆକ୍ରମଣ

ଏନେଇ ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ କରୁଛି। ପୂର୍ବରୁ ମଧ୍ୟ ସାର କଳାବଜାରୀ ନେଇ ଶତାଧିକ ଚାଷୀ ପ୍ରତିବାଦ କରିବା ସହ ସୋସାଇଟି ସେକ୍ରେଟାରୀଙ୍କ ଘର ଆଗରେ ଧାରଣା ଦେଇଥିଲେ। ତହସିଲଦାର ପହଞ୍ଚି ବୁଝାସୁଝା କରିଥିଲେ । ତେବେ ଏନେଇ ସୋସାଇଟି ସେକ୍ରେଟାରୀ କିମ୍ବା ପୋଲିସର ପ୍ରତିକ୍ରିୟା ମିଳିପାରିନି।

haider-ali
ହାଇଦରର ପୁଅକୁ ମିଳିଲାନି ଅନ୍ତରୀଣ ଜାମିନ

ସେପଟେ, ଏନକାଉଣ୍ଟରରେ ହାଇଦରର ମୃତ୍ୟୁ ପରେ ଏବେ ପ୍ରଶ୍ନ, ତା ନାଁରେ ଥିବା ଅପରହଣ ଓ ହତ୍ୟା ଭଳି ସଂଗୀନ ମାମଲା ସବୁ ଆଗକୁ ଆଉ ଚାଲିବ ନା ଥମିଯିବ? ତା ସହ ପୋଲିସକୁ ଚକମା ଦେଇ ଫେରାର ମାମଲାରେ ସଂପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନେ ଆଉ ଧରାହେବେ ନା ମୁକୁଳିଯିବେ? ସେପଟେ ହାଇଦର୍ ଏନକାଉଣ୍ଟର ଘଟଣା ପରେ ରାଜ୍ୟର ବିଭିନ୍ନ ଜେଲରେ ଥିବା ଅନ୍ୟ କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କ ଛାତିରେ ପଶିଲାଣି ଛନକା।

Alleged murder of young girl
ଯୁବତୀଙ୍କୁ ଜୀଅନ୍ତା ଜାଳି ଦିଆଯିବା ଘଟଣାରେ ଟ୍ୱିଷ୍ଟ୍‌: ପ୍ରେମିକ ମାନିଲା ପ୍ରେମ ସମ୍ପର୍କ, ହେଲେ...

ମୃତ୍ୟୁ ପୂର୍ବରୁ ଯୁବତୀ ଜଣକ ନିଜ ପ୍ରେମିକର ନାଁ ନେଇଥିଲେ ଓ ସେ ତାଙ୍କୁ ପୋଡ଼ି ଦେଇଥିବା କହିଥିଲେ। ହେଲେ ଅଭିଯୁକ୍ତ ଏସମସ୍ତ ଅଭିଯୋଗକୁ ଖଣ୍ଡନ କରିଛି। 

women suicide attempt
’ମୋତେ ଛାଡ଼ ମୁଁ ଡେଇଁବି’ : କୁଆଖାଇ ନଦୀ ଉପରେ ଘଣ୍ଟାଏ ନାକେଦମ କଲେ ଯୁବତୀ

ଭୁବନେଶ୍ୱର ହଂସପାଳ ନିକଟରେ କୁଆଖାଇ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଯୁବତୀ ଜଣଙ୍କୁ ବାରଣ କରିଥିଲେ ସ୍ଥାନୀୟ ଲୋକେ । ହେଲେ କାହା କଥା ଶୁଣୁନଥିଲେ ଯୁବତୀ ଜଣକ ।

soumya and bidya bharati
କେମିତି ଥିଲା ସୌମ୍ୟ-ବିଦ୍ୟାଭାରତୀଙ୍କ ସମ୍ପର୍କ ? ମୁହଁ ‌ଖୋଲିଲେ ଡ୍ରାଇଭର

ଦିନକୁ ଦିନ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଅଡ଼ୁଆ ସୂତାରେ ଗୁଡାଇ ହେବା ସହିତ ପ୍ରତ୍ୟେକ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି।

girl burn alive
ପ୍ରେମିକାକୁ ଜୀଅନ୍ତା ଜାଳି ଦେଲା ପ୍ରେମିକ

ପ୍ରେମିକାକୁ ଜୀଅନ୍ତା ଜାଳି ଦେଲା ପ୍ରେମିକ। ପ୍ରେମିକା ସହ କୌଣସି କଥା କଟାକଟିକୁ ନେଇ ପ୍ରେମିକ ଏଭଳି ଏଭଳି ଜଘନ୍ୟକାଣ୍ଡ ଭିଆଇଥିବା ସୂଚନା ମିଳିଛି।