• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Crime Updates

Paralakhemundi ACF Death Case
ମୋ ପୁଅକୁ ନ୍ୟାୟ ମିଳୁ

କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ମୁହଁ ଖୋଲିଲେ ମୃତ ଏସିଏଫ ସୌମ୍ୟରଞ୍ଜନଙ୍କ ମା’।

acf soumya ranjan mohapatra
ସୌମ୍ୟଙ୍କୁ ଚିକିତ୍ସା କରିଥିବା ୩ ଡାକ୍ତରଙ୍କୁ କ୍ରାଇମବ୍ରାଞ୍ଚ୍‌ର ଜେରା

ସୌମ୍ୟଙ୍କ ମୃତ୍ୟୁ ମାମଲାରେ ତଦନ୍ତ ଯେତେ ଆଗଉଛି, ସେତେ ନୂଆ ନୂଆ ଚରିତ୍ର ସାମନାକୁ ଆସିବାରେ ଲାଗିଛନ୍ତି। ଘଟଣା ସହ ଜଡିତ ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଚାଲିଛି ମାରାଥନ୍ ଜେରା। ସହକର୍ମୀ ଏସିଏଫ୍, ଫରେଷ୍ଟ ଗାର୍ଡ, ରୋଷେୟା, ଜଗୁଆଳୀ, ମାଳି ଏବଂ ଆମ୍ବୁଲାନ୍ସ ଡ୍ରାଇଭର ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ସହ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ଜଡିତ ଜଣ ଜଣଙ୍କୁ ଡାକି ଜେରା କରିଥିଲା ସିବି। 

youth held for cheating people
ମାଛ ତେଲରେ ମାଛ ଭାଜି ମାଲାମାଲ୍‌ ହେଉଥିଲେ, ଶେଷରେ ସାମ୍ନାକୁ ଅସିଲା କଳାକାରନାମା

ମାଛ ତେଲରେ ମାଛ ଭାଜୁଥିଲେ। ଠକେଇର ଅଭିନବ ଉପାୟ ପ୍ରୟୋଗ କରି ଲୋକଙ୍କଠୁ ଲକ୍ଷ ଲକ୍ଷ ଟଙ୍କାର ଚୁନ ଲଗାଉଥିଲେ। ହେଲେ ଏହି କଳାକାରନାମା ବେଶୀ ଦିନ ତିଷ୍ଠି ରହି ପାରିଲା ନାହିଁ। 

Soumya bidyaBharati
ଆସିଲେ ନୂଆ ଚରିତ୍ର: ଘଟଣା ଦିନ ଉପସ୍ଥିତ ଥିଲେ ଜିଲ୍ଲାପାଳ

ପାରଳାଖେମୁଣ୍ଡି ଥାନା ପରିସରରେ ଥିବା ଗେଷ୍ଟ ହାଉସରେ ମାରାଥନ୍ ଜେରା କରୁଛି କ୍ରାଇମବ୍ରାଞ୍ଚ ଟିମ୍। ୫୦ ରୁ ୬୦ ପ୍ରଶ୍ନ, ଘଣ୍ଟା ଘଣ୍ଟାର ଘଣ୍ଟା-ଚକଟା ସମସ୍ତଙ୍କୁ ଗୁଡେଇ ତୁଡେଇ ପ୍ରଶ୍ନ କରୁଛି। ତଦନ୍ତକାରୀ ଟିମ୍ ତଦନ୍ତର ଚତୁର୍ଥ ଦିନ ତଥା ଜେରାର ଦ୍ୱିତୀୟ ଦିନରେ ପାଳି ପଡିଥିଲା ଜଗୁଆଳି, ମାଳି ଏବଂ ଜଣେ ବନ କର୍ମଚାରୀଙ୍କର।

acf soumya ranjan mohapatra
ACF ସୌମ୍ୟରଂଜନ ମୃତ୍ୟୁ ମାମଲା; ଗେଟ୍ ଜଗୁଆଳି, ରୋଷେୟାଙ୍କୁ ମାରାଥନ ଜେରା

ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଆଜି ପୁଣି ମାରାଥନ ଜେରା କରିଛି।

 Exise Dept Employees Allegedly Taking Bribe
ସାମ୍ନାକୁ ଆସିଲା ଅବକାରୀ ବିଭାଗର ଲାଞ୍ଚ କାରବାର; ଭିଡିଓ ଭାଇରାଲ

ଅବକାରୀ ବିଭାଗର ଲାଞ୍ଚ କାରବାର ସାମ୍ନାକୁ ଆସିଛି।  ରାୟଗଡା ଅବକାରୀ ବିଭାଗରେ ଲାଞ୍ଚ କାରବାରର ଏହି ଭିଡିଓ ଭାଇରାଲ ହୋଇଛି। 

ACF soumya ranjan mohapatra
ସୌମ୍ୟଙ୍କ ଦୁଇ ସହକର୍ମୀ ACF ଓ ରୋଷେୟାଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚର ମାରାଥନ ଜେରା। ଏହି ମାମଲାରେ ସୌମ୍ୟଙ୍କ ଦୁଇ ସହକର୍ମୀ ଏସିିଏଫ୍‌ଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଛି। ଲଗାତର ୪ ଘଣ୍ଟା ଧରି କ୍ରାଇମବ୍ରାଞ୍ଚର ଟିମ୍‌ ସେମାନଙ୍କୁ ପଚରାଉଚରା କରିଛି।

 brown sugar seized
ଡିଲ୍‌ ବେଳେ ଧରାପଡ଼ିଲା ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗର

ରାଜ୍ୟରେ ବଢୁଛି ନିଶା କାରବାର। ବିଶେଷକରି ଧଳା ଜହର ଯେମିତି ମଣିଷ ସମାଜକୁ ଗ୍ରାସ କରିବାକୁ ବସିଛି।  ଭୁବନଶ୍ୱରରୁ ବାଲେଶ୍ୱର ପର୍ଯ୍ୟନ୍ତ ନିୟମିତ ଚାଲିଛି ଏଇ ଧଳା ଜହର କାରବାର। 

Lover Arrested For Killing Infants
ପ୍ରେମିକାଙ୍କ ସହ ମିଶି ୨ ନବଜାତକଙ୍କୁ ହତ୍ୟା କଲେ, ଶେଷରେ ପ୍ରେମିକା ପାଇଁ ଧରାପଡ଼ିଲେ

ପ୍ରଥମେ ପ୍ରେମ, ପରେ ଶାରୀରିକ ସମ୍ପର୍କ। ଶେଷରେ ୨ ନବଜାତ ଶିଶୁକୁ ହତ୍ୟା। ଗୋଆରେ ୨ ଶିଶୁଙ୍କ ହତ୍ୟା ଘଟଣାର ଚାଞ୍ଚଲ୍ୟକର ଖୁଲାସା କରିଛି ପୋଲିସ୍‌।  

Soumya bidyaBharati
ସତ ସାମ୍ନାକୁ ଆସିବ: କ୍ରାଇମବ୍ରାଞ୍ଚ ଏଡିଜି

ଗତକାଲିଠାରୁ କ୍ରାଇମବ୍ରାଞ୍ଚ ତଦନ୍ତ ଦାୟିତ୍ୱ ନେବା ପରେ ସୌମ୍ୟଙ୍କ କ୍ୱାର୍ଟରକୁ ଏକ୍ସପର୍ଟ ଟିମ୍ ସହାୟତାରେ ତନ୍ନତନ୍ନ ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି। ଡିଏସ୍‌ପି ଜ୍ଞାନରଂଜନ ମିଶ୍ରଙ୍କ ନେତୃତ୍ୱରେ ୩ ଜଣିଆ ଟିମ୍ ସୌମ୍ୟଙ୍କ ସରକାରୀ କ୍ୱାର୍ଟରରେ ଯାଞ୍ଚ କରିଛି।

ଏସିଏଫ ମୃତ୍ୟୁ ରହସ୍ୟ
ଏସିଏଫ୍ ମୃତ୍ୟୁ ରହସ୍ୟକୁ ଭେଦିପାରିବ କି CB: ୪ଟି ପ୍ରଶ୍ନର ଉତ୍ତର ଦିଅ ବୋଲି କହିଲେ ସୌମ୍ୟଙ୍କ ଭାଇ

ସୌମ୍ୟଙ୍କ ମୃତଦେହ ମିଳିଥିବା କୋଠରୀରେ ତନ୍ନତନ୍ନ ଯାଞ୍ଚ କରି ନମୁନା ସଂଗ୍ରହ କରିଛି। ପ୍ରାୟ ୨ ଘଣ୍ଟା ଧରି ଏକ୍ସପର୍ଟ ଟିମ୍ ସେଠାରେ ଯାଞ୍ଚ କରିଥିଲା। ଯାଞ୍ଚ ପରେ ତଦନ୍ତକାରୀ ଅଧିକାରୀ କହିଛନ୍ତି, ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ।

acf soumya ranjan mohapatra
ପୁଣି DFO, ବିଦ୍ୟାଭାରତୀଙ୍କୁ ଜେରା ହେବ: କ୍ରାଇମବ୍ରାଞ୍ଚ୍

ଗତ ମାସ ଜୁଲାଇ ୧୨ ରାତି ପ୍ରାୟ ୯ଟାରେ ଏସିଏଫ ସୌମ୍ୟରଂଜନ ପାରଳାଖେମୁଣ୍ଡିସ୍ଥିତ ବାସଭବନରେ ନିଆଁଁରେ ଜଳିଯାଇଥିଲେ ୯୦ ପ୍ରତିଶତ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପାରଳାଖେମୁଣ୍ଡି ଓ ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ଆଉ ଚିକିତ୍ସାଧୀନ ଅବସ୍ଥାରେ ୧୩ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା।

Man Escapes Murder Attempt By daughter
ଟଙ୍କା ଆଗରେ ଫିକା ପଡ଼ିଲା ବାପାର ସ୍ନେହ; ଘରେ ପୁରାଇ ନିଆଁ ଲଗାଇ ଦେଲେ ଝିଅ

ଟଙ୍କା ଆଗରେ ତୁଚ୍ଛ ହେଲା ସମ୍ପର୍କ। ଫିକା ପଡ଼ିଗଲା ବାପାର ସେହ୍ନ ଓ ଭଲ ପାଇବା। ଶେଷରେ ଟଙ୍କା ପାଇଁ ବାପାକୁ ମାରିବାକୁ ପଛାଇଲେ ନାହିଁ ନିଜ ଜନ୍ମ କଲା ସନ୍ତାନ। 

acf soumya ranjan mohapatra
ଖୋଲିବ କି ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ରହସ୍ୟ ? ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏ ନେଇ ଆଜି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।

Brown Sugar Seized
ଟ୍ରାନଜିଟ୍ ରୁଟ୍ ଥିବା ଓଡ଼ିଶା ଏବେ ପାଲଟିଯାଇଛି କି ନିଶା ବେପାରର ହବ୍ ?

ନିଶାର ନିଆଁଧୂଆଁରେ ସତେ ଯେମିତି ଆକ୍ତାମାକ୍ତା ରାଜଧାନୀ। କାରଣ ଅଫିମ କାହିଁକି, ପୁଳା ପୁଳା ବ୍ରାଉନସୁଗାର ଜବତ ହେଉଛି ଭୁବନେଶ୍ୱର ସମେତ ଉପକଣ୍ଠରୁ। ଖୋର୍ଦ୍ଧା ପାଖରୁ ଗତକାଲି ୧ କେଜି ୩୨୦ ଗ୍ରାମ ବ୍ରାଉନସୁଗାର ସହ ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍।

brown sugar
ଏକାଥରକେ ୧ କେଜି ୩୨୦ ଗ୍ରାମ ବ୍ରାଉନ ସୁଗର ଜବତ

ପୁଣି ଖୋର୍ଦ୍ଧା ସହରରୁ ଜବତ ହେଲା ବ୍ରାଉନ ସୁଗର । ଗତକାଲି ୧ କେଜି ୩୨୦ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି । ଖୋର୍ଦ୍ଧା ବସ୍ ଷ୍ଟାଣ୍ଡରେ ବ୍ରାଉନସୁଗର ବିକ୍ରି ପାଇଁ ପ୍ରସ୍ତୁତ ହେଉଥିବା ନେଇ ଖବର ପାଇବା ପରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ ଚଢ଼ଉ କରିଥିଲା ।

Old Man's Body Found In Fridge
ଫ୍ରିଜ୍‌ ଭିତରୁ ମିଳିଲା ୯୩ ବର୍ଷୀୟ ବୃଦ୍ଧଙ୍କ ମୃତଦେହ

ଫ୍ରିଜ୍‌ ଭିତରୁ ମିଳିଲା ୯୩ ବର୍ଷୀୟ ବୃଦ୍ଧଙ୍କ ମୃତଦେହ। ଅନ୍ତିମ ସଂସ୍କାର କରାଇବା ପାଇଁ ପାଖରେ ଟଙ୍କା ନଥିବାରୁ ଜଣେ ବ୍ୟକ୍ତି ନିଜ ଜେଜେବାପାଙ୍କ ମୃତଦେହ ଫ୍ରିଜ୍‌ ଭିତରେ ରଖିଥିଲେ।

police arrested lootera gang
ଟ୍ରକ୍‌ ଚୋରି କରି ଏହାର ଯନ୍ତ୍ରାଂଶକୁ ଖଣ୍ଡ ଖଣ୍ଡ କରି କାଟି ଦେଉଥିଲେ, ତା’ପରେ...

ଟିପର୍‌ ଟ୍ରକ୍‌ ଗୁଡ଼ିକୁ ଚୋରି କରି ଏହାର ଯନ୍ତ୍ରାଂଶକୁ ଖଣ୍ଡ ଖଣ୍ଡ କରି କାଟି ଦେଉଥିଲେ। ଏପରିକି ଇଞ୍ଜିନରେ ଲାଗିଥିବା ପାର୍ଟ୍ସ ଗୁଡିକୁ ଅଲଗା କରି ଦିଆଯାଉଥିଲା। ଆଉ ଏସବୁକୁ ନେଇ ବାହାର ରାଜ୍ୟରେ ବିକ୍ରି କରି ଦିଆ ଯାଉଥିଲା।

man kills mother in law
ଶାଶୁକୁ ରାସ୍ତାରୁ ସଫା କରିବା ପାଇଁ ସୁପାରୀ ଦେଲା ଜ୍ୱାଇଁ, ୬ ଲକ୍ଷ ଟଙ୍କା ହୋଇଥିଲା ଡିଲ୍‌

ଶାଶୁ-ଜ୍ୱାଇଁଙ୍କ ମଧ୍ୟରେ ଲାଗି ରହିଥିଲା ଘରୋଇ କଳି ଲାଗି। ଶେଷରେ ଶାଶୁକୁ ସବୁଦିନ ପାଇଁ ରାସ୍ତାରୁ ହଟାଇବା ପାଇଁ ପ୍ଲାନ୍‌ କରିଥିଲା ଜ୍ୱାଇଁ। ଶାଶୁକୁ ହତ୍ୟା କରିବା ପାଇଁ ଜ୍ୱାଇଁ ସୁପାରୀ ଦେଇଥିଲା।

acf soumyaranjan mohapatra death mystery
ରହସ୍ୟ ଘେରରେ ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ, ପୋଲିସ୍‌ ତଦନ୍ତକୁ ନେଇ ଉଠିଲା ପ୍ରଶ୍ନ

କେମିତି ହେଲା ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ? ହତ୍ୟା ନା ଆତ୍ମହତ୍ୟା ? ଯଦି ହତ୍ୟା କରାଯାଇଛି ତା’ହେଲେ ଅଭିଯୁକ୍ତ କିଏ ?  ଆଉ ଯଦି ସୌମ୍ୟ ଆତ୍ମହତ୍ୟା କରିଛନ୍ତି ତା’ହେଲେ ଏହା ପଛର କାରଣ କ’ଣ ? 

acid attack in bhubaneswar
ଭୁବନେଶ୍ୱରରେ ଯୁବତୀଙ୍କୁ ଏସିଡ୍‌ ମାଡ

ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀଙ୍କୁ ଏସିଡ୍‌ ମାଡ଼ କରାଯାଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଧଉଳି ବାଲିଆପଡ଼ାରେ ଜଣେ ଯୁବତୀଙ୍କ ଉପରକୁୁ ଜଣେ ଯୁବକ ଏସିଡ୍‌ ମାଡ଼ କରିଥିବା ଅଭିଯୋଗ ହୋଇଛି। 

Fake call
104 ଏମରଜେନ୍ସି ନମ୍ବରକୁ ପୁଣି ଆସୁଛି ଫେକ୍‌ କଲ୍‌: ଫୋନ୍‌ ଉଠାଇବା ମାତ୍ରେ ଶୁଭୁଛି ଅଶ୍ଳୀଳ ଭାଷା

୨୦୨୧ ଜାନୁଆରୀରୁ ମେ ମାସ ମଧ୍ୟରେ ଏହି ସବୁ କଲ ଆସିଛି। ପୂର୍ବରୁ ମଧ୍ୟ ଏଭଳି ଫେକ କଲ ଆସିଥିବା ନେଇ ଗତବର୍ଷ ଏପ୍ରିଲରେ କମ୍ପାନୀ ପକ୍ଷରୁ ଏତଲା ଦିଆଯାଇଥିଲା । ତେବେ ଏଭଳି କଲ କରିବା ଫଳରେ କର୍ମଚାରୀ ହଇରାଣ ହେଉଥିବାବେଳେ ରୋଗୀସେବା ମଧ୍ୟ ବାଧାପ୍ରାପ୍ତ ହେଉଛି।

crime
ଡାହାଣୀ ସନ୍ଦେହରେ ମା’ ଝିଅଙ୍କ ହାତଗୋଡ ବାନ୍ଧି ନିର୍ଦ୍ଧୁମ ମାଡ଼

ଖୁଂଟା ଥାନା ଗଡିଗାଁ ଗ୍ରାମରେ ଗ୍ରାମର ଜବା ହାଁସଦା ଏବଂ ତାଙ୍କ ଝିଅ ନିଜ ଘର ବାରଣ୍ଡାରେ ବସିଥିଲେ । ଏହି ସମୟରେ ଗ୍ରାମର ୬ ରୁ ୮ ଜଣ ଯୁବକ ହଠାତ୍ ତାଙ୍କ ଘରକୁ ଆସି ଉଭୟ ମା ଏବଂ ଝିଅର ହାତ ବାନ୍ଧି ଦେଇ ଖୁଂଟରେ ବାନ୍ଧି ଦେଇଥିଲେ । ଏହା ସହିତ ଉଭୟଙ୍କୁ ମାଡ ମଧ୍ୟ ମାରିଥିଲେ ।

 Cyber Fraud
ଦିଲ୍ଲୀରେ ଠକେଇ କରିଥିଲେ, ଯାଜପୁରରୁ ଗିରଫ ହେଲେ

ପ୍ରିତମ୍ ଫେକ୍ ଆଇଡି ବନେଇ ସିମ୍ ଆକ୍ଟିଭ କରି ଦିଲ୍ଲୀ, ହରିଆଣା, ପଞ୍ଜାବ, ହିମାଚଳ ପ୍ରଦେଶ, ୟୁପି, ରାଜସ୍ଥାନ ଭଳି କିଛି ରାଜ୍ୟରେ ସାଇବର ଠକଙ୍କ ପାଖକୁ ପଠାଉଥିଲା । ଯେଉଁ ସିମ୍ କାର୍ଡ ମାଧ୍ୟମରେ ସାଇବର ଠକ ମାନେ ଫୋନ କରି ବିଭିନ୍ନ ଲୋକଙ୍କଠାରୁ ଟଙ୍କା ଲୁଟୁଥିଲେ । ବରୀରେ ରହି ବିଭିନ୍ନ ଅଞ୍ଚଳକୁ କୋରିଅର ମାଧ୍ୟମରେ ସିମ୍ କାର୍ଡ ପଠାଉଥିବା ପୋଲିସ ସୂଚନା ଦେଇଛି । ପ୍ରୀତମ ସିମ୍ କାର୍ଡ ବିକ୍ରି କରି ଠକମାନଙ୍କଠାରୁ ବିପୁଳ ପରିମାଣର ଅର୍ଥ ରୋଜଗାର କରିଥିବା ଅଭିଯୋଗ ହୋଇଛି

Youth Murdered Over Hanuman Coin
‘ହନୁମାନ ପଇସା’ ପାଇଁ ନେଇଗଲେ ଯୁବକଙ୍କ ଜୀବନ

ହନୁମାନ ପଇସା ପାଇଁ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା। ୩ ମାସ ପୂର୍ବେ ଦେବଗଡ ଥାନା ଅନ୍ତର୍ଗତ ରାଇତାଲ ଅଞ୍ଚଳରେ ଘଟିଥିବା ଏହି ବର୍ବର ହତ୍ୟାକାଣ୍ଡର ପର୍ଦ୍ଦାଫାସ କରିଛି ପୋଲିସ।