ଦେଢ଼ କେଜି ସୁନା, ନଗଦ ୨୫ ଲକ୍ଷ ଟଙ୍କା, ପାଖାପାଖି ସାଢ଼େ ୩ କୋଟିର ସଂପତ୍ତି ତା’ ସାଙ୍ଗକୁ ଆହୁରି କେତେ କଣ ଏଭଳି ବିପୁଳ ପରିମାଣର ଆୟବହିର୍ଭୁତ ସଂପତ୍ତି ଭିଜିଲାନ୍ସ ରେଡ୍ରୁ ଜଣେ ଷ୍ଟାଫ୍ ସିଲେକ୍ସନ୍ କମିଶନଙ୍କ ପିଏସ୍ଙ୍କ ଘରୁ ଠାବ ହୋଇଛି। ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଛି।
OSSC ସଦସ୍ୟଙ୍କ ପିଏସ୍ଙ୍କ ଘରେ ଭିଜିଲାନ୍ସ ରେଡ୍ ଘଟଣା । ଘର ରେଡ୍ ବେଳେ ମିଳିଲା ୩ କୋଟି ୫୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସମ୍ପତ୍ତି । ନଗଦ ୨୫ ଲକ୍ଷ ଟଙ୍କା ସହ ଦେଢ କେଜି ସୁନା ଜବତ ହୋଇଥିବା ସୂଚନା ।
OSSC ସଦସ୍ୟଙ୍କ ପିଏସ୍ଙ୍କ ଘରେ ଭିଜିଲାନ୍ସ ରେଡ୍ ଘଟଣାକୁ ନେଇ OSSC ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ମିଶ୍ରଙ୍କ ପ୍ରତିକ୍ରିୟା । ‘ଘଟଣାର ଇଣ୍ଟରନାଲ୍ ଇନ୍କ୍ୱାରୀ କରାଯିବ । ଦୃଢ ପଦକ୍ଷେପ ନିଆଯିବ ।
ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ କୁବେର ଅଫିସର। ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ବିରଞ୍ଚି ନାରାୟଣ ସାହୁଙ୍କ ଭୁବନେଶ୍ୱରସ୍ଥିତ ଘରେ ହୋଇଛି ରେଡ୍।
ଦେଖିବାକୁ ଅସଲି, ହେଲେ ଜିନିଷ ନକଲି। ବାହାରୁ ଶସ୍ତାରେ ଘଣ୍ଟା ଆଣି ତା’ଉପରେ ନାମୀଦାମୀ ବ୍ରାଣ୍ଡ୍ର ଲୋଗୋ ଓ ଷ୍ଟିକର ଲଗାଇ ଅଧିକ ଦାମ୍ରେ ଚାଲିଥିଲା ବିକ୍ରି। ଶେଷରେ ଏହି ଠକାମୀ ପୋଲିସ୍ ହାତରେ ଧରାପଡ଼ି ଯାଇଥିଲା।
ନଭେମ୍ବର ୯ ତାରିଖରେ ଯାଇଥିବା ଏହି ଭାଇରଲ ଇମେଲରେ ଲେଖାଯାଇଛି ଯେ, ଯଦି ମାସିକିଆ ଚାନ୍ଦା ଦିଆନଯାଏ ତେବେ ସ୍ଥାନୀୟ ପ୍ରଶାସନ, ସ୍ଥାନୀୟ ପୋଲିସ, ଲୋକାଲ ୟୁନିଅନ, ଆଞ୍ଚଳିକ ପ୍ରଦୂଷଣ ବିଭାଗ ଅଫିସରଙ୍କର ଆଦୌ ସହଯୋଗ ମିଳିବ ନାହିଁ। ତେଣୁ ଯଥାଶୀଘ୍ର ସେମାନଙ୍କର ମାସିକ ଚାନ୍ଦା ରିଲିଜ କରାଯାଉ।ଏପରିକି କାଳିଆପାଣି IIC ମଧ୍ୟ ଫୋନ କରି କାଳୀପୂଜା ଭେଟି ପାଇଁ ତାଗିଦ କରିଲେଣି ବୋଲି ଏଥିରେ ଉଲ୍ଲେଖ ରହିଛି।
୮ ବର୍ଷ ଧରି ଫେରାର ଥିବା ଚିଟ ଫଣ୍ଡ ଠକେଇ ଅଭିଯୁକ୍ତକୁ ଉତ୍ତର ପ୍ରଦେଶର ବରେଲିରୁ ଗିରଫ । ଅଭିଯୁକ୍ତକୁ ଗିରଫ କରିଛି ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା । ଗିରଫ ଅଭିଯୁକ୍ତର ନାଁ ଦିଲୀପ କୁମାର ଜୈନ ।
ସ୍ୱାମୀଙ୍କ ସହ କାର୍ରେ ବାପ ଘରକୁ ଯାଉଥିଲେ। ହେଲେ ହଠାତ୍ ଚଳନ୍ତା ଗାଡ଼ିରୁ ଓହ୍ଲାଇ ଟ୍ରେନ୍ ସାମ୍ନାକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଭୁବନେଶ୍ୱର କାର୍ଗିଲ ବସ୍ତି ନିକଟରେ ଟ୍ରେନ୍ ଲାଇନ କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି।
୧୦ ବର୍ଷର ଶିଶୁକୁ ଗୋଡ଼ାଇ ଗୋଡ଼ାଇ ହତ୍ୟା। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଭଟାଗୁଡା ଗାଁରେ ବୁଧବାର ଅପରାହ୍ଣରେ ଏହି ଅଭାବନୀୟ ଘଟଣା ଘଟିଛି।
ରାସ୍ତା ମଝିରେ ବୁଲାଇଲେ ଟାଙ୍ଗିଆ, ଭୟଭୀତ ହୋଇ ଥାନାର ଦ୍ୱାରସ୍ଥ ହେଲେ ମହିଳା। ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ବେହେରା ସାହିରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି।
ପ୍ରେମ ଓ ପ୍ରତାରଣାରୁ ଜଘନ୍ୟ ହତ୍ୟାକାଣ୍ଡ। ନା ଏଭଳି ବିଭତ୍ସ ଓ ହୃଦୟ ବିଦାରକ ଘଟଣା ପଛରେ ରହିଛି ଆଉ କିଛି ରହସ୍ୟ? ଗତକାଲି ସାରେ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ୍ ପ୍ରତାପପୁରର ଏହି ପରିତ୍ୟକ୍ତ ଘରୁ, ପୋଲିସ ଉଦ୍ଧାର କରିଥିଲା ଯନ୍ତ୍ରଣାରେ ଛଟପଟ ଅର୍ଦ୍ଧଦଗ୍ଧ ଯୁବତୀଙ୍କୁ । ମୃତ୍ୟୁ ସହ ପ୍ରାୟ ୨ ଘଣ୍ଟା ଯୁଝିବା ପରେ, ବ୍ରହ୍ମପୁର ଏମକେସିଜି ମେଡିକାଲରେ ଆଖି ବୁଜିଦେଇଥିଲେ ବାଲିପଦର ସଦାଶିବପୁରର ଶୁଭସ୍ମିତା ଖା଼ଡ଼ଙ୍ଗା। ହେଲେ ମୃତ୍ୟୁ ପୂର୍ବରୁ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ଆଗରେ ଦେଇଯାଇଥିଲେ ଏହି ନୃଶଂସ କାଣ୍ଡ ଭିଆଇଥିବା ଯୁବକର ପରିଚୟ।
ପାରିବାରିକ ହେଉକି ବ୍ୟକ୍ତିଗତ, ବିଭିନ୍ନ କାରଣକୁ ନେଇ ବଢୁଛି ଆତ୍ମହତ୍ୟା ପ୍ରବଣତା । ତେବେ କରୋନା କାଳରେ ବୃତ୍ତିଗତ ସମସ୍ୟା ସାଙ୍ଗକୁ ସଂକ୍ରମଣ ଭୟ ଏହି ସଂଖ୍ୟାକୁ ଆହୁରି ବଢ଼ାଇ ଦେଇଛି ।
ଆଜିଠାରୁ ମାଓବାଦୀଙ୍କ ସହିଦ ସପ୍ତାହ । ଏହି ସମୟରେ ମାଓବାଦୀ ସେମାନଙ୍କ କାର୍ଯ୍ୟକଳାପକୁ ବୃଦ୍ଧି କରିଥାନ୍ତି । ବିଭିନ୍ନ ଗାଁକୁ ଯାଇ ଯୁବକ ଯୁବତୀମାନଙ୍କୁ ତାଲିମ ଦେଇ ସଂଗଠନରେ ସାମିଲ କରିଥାନ୍ତି । ଏହି ସମୟରେ ଲାଲବାହିନୀ ହିଂସାକାଣ୍ଡ ଘଟାଇବାର ଆଶଙ୍କ ମଧ୍ୟ ବଢିଯାଏ ।
ବ୍ରହ୍ମପୁର: ପୁଣି ଗଞ୍ଜାମରେ ନକଲି ମଦ କାରବାରର ପର୍ଦ୍ଦାଫାସ । ଗଞ୍ଜାମ ଗାଙ୍ଗପୁର ପୋଲିସ ନକଲି ମଦ କାରବାର ରାକେଟ୍ର ପର୍ଦ୍ଦାଫାସ କରିଛି । ଏହାସହ ୫ ଜଣଙ୍କୁ ଗିରଫ ମଧ୍ୟ କରିଛି ପୋଲିସ ।
ଏନେଇ ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ କରୁଛି। ପୂର୍ବରୁ ମଧ୍ୟ ସାର କଳାବଜାରୀ ନେଇ ଶତାଧିକ ଚାଷୀ ପ୍ରତିବାଦ କରିବା ସହ ସୋସାଇଟି ସେକ୍ରେଟାରୀଙ୍କ ଘର ଆଗରେ ଧାରଣା ଦେଇଥିଲେ। ତହସିଲଦାର ପହଞ୍ଚି ବୁଝାସୁଝା କରିଥିଲେ । ତେବେ ଏନେଇ ସୋସାଇଟି ସେକ୍ରେଟାରୀ କିମ୍ବା ପୋଲିସର ପ୍ରତିକ୍ରିୟା ମିଳିପାରିନି।
ସେପଟେ, ଏନକାଉଣ୍ଟରରେ ହାଇଦରର ମୃତ୍ୟୁ ପରେ ଏବେ ପ୍ରଶ୍ନ, ତା ନାଁରେ ଥିବା ଅପରହଣ ଓ ହତ୍ୟା ଭଳି ସଂଗୀନ ମାମଲା ସବୁ ଆଗକୁ ଆଉ ଚାଲିବ ନା ଥମିଯିବ? ତା ସହ ପୋଲିସକୁ ଚକମା ଦେଇ ଫେରାର ମାମଲାରେ ସଂପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନେ ଆଉ ଧରାହେବେ ନା ମୁକୁଳିଯିବେ? ସେପଟେ ହାଇଦର୍ ଏନକାଉଣ୍ଟର ଘଟଣା ପରେ ରାଜ୍ୟର ବିଭିନ୍ନ ଜେଲରେ ଥିବା ଅନ୍ୟ କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କ ଛାତିରେ ପଶିଲାଣି ଛନକା।
ମୃତ୍ୟୁ ପୂର୍ବରୁ ଯୁବତୀ ଜଣକ ନିଜ ପ୍ରେମିକର ନାଁ ନେଇଥିଲେ ଓ ସେ ତାଙ୍କୁ ପୋଡ଼ି ଦେଇଥିବା କହିଥିଲେ। ହେଲେ ଅଭିଯୁକ୍ତ ଏସମସ୍ତ ଅଭିଯୋଗକୁ ଖଣ୍ଡନ କରିଛି।
ଭୁବନେଶ୍ୱର ହଂସପାଳ ନିକଟରେ କୁଆଖାଇ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଯୁବତୀ ଜଣଙ୍କୁ ବାରଣ କରିଥିଲେ ସ୍ଥାନୀୟ ଲୋକେ । ହେଲେ କାହା କଥା ଶୁଣୁନଥିଲେ ଯୁବତୀ ଜଣକ ।
ଦିନକୁ ଦିନ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଅଡ଼ୁଆ ସୂତାରେ ଗୁଡାଇ ହେବା ସହିତ ପ୍ରତ୍ୟେକ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି।
ପ୍ରେମିକାକୁ ଜୀଅନ୍ତା ଜାଳି ଦେଲା ପ୍ରେମିକ। ପ୍ରେମିକା ସହ କୌଣସି କଥା କଟାକଟିକୁ ନେଇ ପ୍ରେମିକ ଏଭଳି ଏଭଳି ଜଘନ୍ୟକାଣ୍ଡ ଭିଆଇଥିବା ସୂଚନା ମିଳିଛି।
ସମସ୍ତ ଅଭିଯୁକ୍ତ ରାଉରକେଲା ସହରର ଏବଂ ଧନୀକ ଶ୍ରେଣୀର ବୋଲି ସୂଚନା ମିଳିଛି। ଗଲା ଦୁଇ ବର୍ଷ ଭିତରେ ଏ ଗ୍ୟାଙ୍ଗ୍ ପ୍ରାୟ ୪୦ ଜଣ ଶିଶୁଙ୍କୁ ରାଜ୍ୟ ବାହାରେ ବିକି ଦେଇଥିବା କହିଛନ୍ତି ଖୋଦ୍ ରାଉରକେଲା ଏସପି।
ପୋଲିସ ଗୁଳିରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦରର ମୃତ୍ୟୁ ପରେ ଏବେ ପ୍ରଶ୍ନ, କଣ ହେବ ତା ନାଁରେ ବିଭିନ୍ନ ଥାନାରେ ଥିବା ଏକାଧିକ ଅପରାଧିକ ମାମଲାର ଭବିଷ୍ୟତ? ଶେଖ୍ ଚୁନା ହତ୍ୟାକାଣ୍ଡ ହେଉ କି ବହୁଚର୍ଚ୍ଚିତ କେନ୍ଦୁଝରର ଖଣି ବ୍ୟବସାୟୀ ରଶ୍ମିରଞ୍ଜନ ମହାପାତ୍ରଙ୍କୁ ଅପହରଣ ଓ ହତ୍ୟା ମାମଲା ଅବା ଏସସିବି ମେଡିକାଲରୁ ସୁରକ୍ଷାକର୍ମୀଙ୍କୁ ଚକମା ଦେଇ ଚମ୍ପଟ ମାରିବା ଘଟଣା
କ୍ୟାପିଟାଲ ହାଇସ୍କୁଲରେ ଅଭାବନୀୟ ଘଟଣା । ଦଶମ ଶ୍ରେଣୀର ଅଫଲାଇନ୍ ପରୀକ୍ଷା ଫର୍ମପୂରଣ ନହୋଇପାରିବାରୁ ମାଆ ଓ ପୁଅଙ୍କ ଆତ୍ମହତ୍ୟା ଉଦ୍ୟମ । ୟୁନିଟ ୯ ଅଞ୍ଚଳର ଛାତ୍ର ଇମ୍ରାନ୍ ଖାନ୍ ଏବଂ ତାଙ୍କ ମା’ ଏଭଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।
ଅଧଘଣ୍ଟାଏରୁ ଅଧିକ ସମୟ ଧରି ସେମାନେ ମାଷ୍ଟର କ୍ୟାଣ୍ଟିନ୍ ଛକରେ ଆତଙ୍କରାଜ ଚଳାଇଥିଲେ। ଆଉ ତା’ପରେ ସେଠାରୁ ଚମ୍ପଟ ମାରିଲେ। ୨୦ ମିଟର୍ ଦୂରରେ ଆଉଟ୍ପୋଷ୍ଟ ଥିବା ସୱେ ପୋଲିସ ଜାଣିପାରିଲାନି କେମିତି।
ବର ପକ୍ଷରୁ ଦାବି ମୁତାବକ ଯାନି ଯୌତୁକ ସହ ଆସବାବପତ୍ର ଦିଆଯାଇଥିଲା। କିନ୍ତୁ ବାକି ରହିଯାଇଥିଲା ବୁଲେଟ। ବୁଲେଟ ଆଣିବା ପାଇଁ ବୋହୂ ଉପରେ ଶାଶୂଘର ଲୋକେ ବାରମ୍ବାର ଚାପ ପକାଉଥିଲେ।