/odishatv-khabar/media/media_files/2025/10/22/si-scam-2025-10-22-20-26-26.jpg)
si scam Photograph: (OTV)
ପୋଲିସ SI ସ୍କାମର ତଦନ୍ତ କରିବ ସିବିଆଇ । CBIକୁ ତଦନ୍ତ ପାଇଁ ସୁପାରିଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ । ଏସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ ପାଇଁ CBIକୁ ସୁପାରିଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି । ପୋଲିସ ଓ ଅନ୍ୟାନ୍ୟ ପୋଷାକଧାରୀ କର୍ମଚାରୀ ଚୟନ ପାଇଁ ହେବ ସ୍ଥାୟୀ ଆୟୋଗ ।
ସେପଟେ ପୋଲିସ SI ପରୀକ୍ଷା କେଳେଙ୍କାରୀ ମାମଲାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ ହୋଇଛି । ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଶଙ୍କରର ପତ୍ନୀ ଦୀପ୍ତିମୟୀ ସାହୁଙ୍କ ଆଗୁଆ ଜାମିନ୍ ମଧ୍ୟ ଖାରଜ ହୋଇଛି । ଦୀପ୍ତିମୟୀଙ୍କୁ ତଳ କୋର୍ଟରେ ହାଜର ହୋଇ ଜାମିନ ଆବେଦନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଘଟଣା ଦିନଠାରୁ ଉଭୟ ପତି ପତ୍ନୀ ଫେରାର ଅଛନ୍ତି ।
Three Low Pressures: ଏକା ସାଙ୍ଗରେ ୩ଟି ଲଘୁଚାପ ! ୨୫ ଓ ୨୬ରେ ଓଡିଶାରେ ବଡ ବର୍ଷା !

Bollywood Singer Dies: ରିଷଭ ଟଣ୍ଡନଙ୍କ ହାର୍ଟ ଆଟାକରେ ମୃତ୍ୟୁ , ୭ ଦିନରେ ବଲିଉଡର ୪ଜଣଙ୍କ ପରଲୋକ

Caught On CCTV: ସାମ୍ନାକୁ ଆସିଲା CCTV ଫୁଟେଜ , ଜେଲ ଭିତରେ ଆଟାକ୍

BJD Leader Bikram Panda: ଯେଉଁ ହାତ ଫୁଲମାଳା ଚଢାଇଥିଲା, ସେଇ ହାତ ଦେଇଥିଲା ମର୍ଡର ସୁପାରି

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)