Stabbing Case Photograph: (OTV)
Advertisment
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣଙ୍କୁ ଛୁରାମାଡ଼। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗାଁର ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଗାଁର ଟୁଲୁ ପ୍ରଧାନଙ୍କୁ ଛୁରି ଭୁଷି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି ।
Advertisment
ଟୁଲୁଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ପରିବାର ଲୋକେ ନିକଟସ୍ଥ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ଟୁଲୁଙ୍କ ପତ୍ନୀ ପାଟପୁର ଥାନାରେ ଏତଲା ଦେବା ପରେ ପୋଲିସ ଅଭିଯୁକ୍ତ ବୁଲୁ ପରିଡାକୁ ଗିରଫ କରିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/28/stabbing-case-2026-02-28-09-54-47.jpg)