results
ଭୁବନେଶ୍ୱର: ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ଆଜି ମଧ୍ୟାହ୍ନ ୧୨ଟାରେ ପ୍ରକାଶ ପାଇବ। ଭୁବନେଶ୍ୱର ସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମରେ ପରୀକ୍ଷା ଫଳ ପ୍ରକାଶ ପାଇବ।
ଛାତ୍ରଛାତ୍ରୀ www.chseodisha.nic.in କିମ୍ବା www.orissaresults.nic.in ୱେବସାଇଟ୍ରେ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ୩ ଲକ୍ଷ ୬୯ ହଜାର ୫୩୭ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯ହଜାର ୧୮ଜଣ ଛାତ୍ରଛାତ୍ରୀ ବିଜ୍ଞାନ ପରୀକ୍ଷା ଦେଇଛନ୍ତି।
ଗତବର୍ଷ ତୁଳନାରେ ଏଥର ୧୫ ଦିନ ବିଳମ୍ବରେ ରେଜଲ୍ଟ ପ୍ରକାଶ ପାଉଛି। ସାଧାରଣ ନିର୍ବାଚନ, ଫୋନି ଓ ମୂଲ୍ୟାୟନକାରୀ ଅଭାବ, ରେଜଲ୍ଟ ବିଳମ୍ବର କାରଣ ବୋଲି ଜଣାପଡ଼ିଛି। ଗତବର୍ଷ ୭୬.୯୮ ପ୍ରତିଶତ ଛାତ୍ରଛାତ୍ରୀ ବିଜ୍ଞାନ ପରୀକ୍ଷାରେ ପାସ୍ ହୋଇଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/results_1625939899.jpg)