school
ଭୁବନେଶ୍ୱର : ଏପ୍ରିଲ ୨ରୁ ସକାଳୁଆ ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଏପ୍ରିଲ ୨ ତାରିଖରୁ ସକାଳୁଆ କରିବା ନେଇ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି ଗଣଶିକ୍ଷା ବିଭାଗ।
ବିଭାଗର ନିର୍ଦ୍ଦେଶ ଅନୁସାରେ, ଏପ୍ରିଲ ୨ରୁ ସବୁ ସ୍କୁଲ ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ସକାଳୁଆ ସ୍କୁଲ ହେଲେ ଛାତ୍ରଛାତ୍ରୀଙ୍କୁ ଦିନ ୧୦ଟାରେ ମଧ୍ୟାହ୍ନ ଭୋଜନ ଦିଆଯିବାକୁ ନିର୍ଦ୍ଦେଶ ରହିଛି।
ସେହିଭଳି ଏପ୍ରିଲ ୨ରେ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଏବଂ ଏପ୍ରିଲ ୩ ରୁ ନୂଆ ଶିକ୍ଷାବର୍ଷ ଆରମ୍ଭ ନେଇ ବି ଚିଠି କରାଯାଇଛି। ପରେ ମେ’ ୬ ତାରିଖରୁ ଖରା ଛୁଟି କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/school-6_1626432120.jpg)