ଆଜି ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣମୀ ବା ସ୍ନାନ ପୂର୍ଣ୍ଣମୀ । ଦାରୁ ବିଗ୍ରହମାନଙ୍କ ଜନ୍ମ ତିଥି ଭାବେ ବିବେଚିତ ଏହି ତିଥି । ସ୍ନାନବେଦି ଉପରେ ୧୦୮ ଗରା ସୁବାସିତ ଜଳରେ ଦିବ୍ୟ ସ୍ନାନ କରିବେ ଚତୁର୍ଦ୍ଧା ମୂରତି। କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ଭକ୍ତ ମହାପ୍ରଭୁଙ୍କ ସାନ୍ନିଧ୍ୟ ପାଇବାରୁ ବଞ୍ଚିତ ହୋଇଛନ୍ତି। ଆଜି ଚର୍ମଚକ୍ଷୁରେ ନ ହେଲେ ବି ଟିଭି ପରଦାରେ ମହାପ୍ରଭୁଙ୍କ ଅପୂର୍ବ ଶୋଭା ଦର୍ଶନର ସୌଭାଗ୍ୟ ଲାଭ କରିବେ। ଭକ୍ତଙ୍କ ମନ […]
ପୁରୀ: ଆଜି ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣମୀ ବା ସ୍ନାନ ପୂର୍ଣ୍ଣମୀ । ଦାରୁ ବିଗ୍ରହମାନଙ୍କ ଜନ୍ମ ତିଥି ଭାବେ ବିବେଚିତ । ସେଥିପାଇଁ ଆଧାତ୍ମିକମୟ ହୋଇଛି ଶ୍ରୀକ୍ଷେତ୍ର। ଚଳଚଞ୍ଚଳ ହୋଇଉଠିଛି ଶ୍ରୀମନ୍ଦିର। ଆଜି ମହାପ୍ରଭୁଙ୍କ ସ୍ନାନ ନୀତି । ୧୦୮ ଗରା ସୁବାସିତ ଜଳରେ ଦିବ୍ୟ ସ୍ନାନ କରିବେ ଚତୁର୍ଦ୍ଧା ମୂରତି। ରାତିରେ ମଙ୍ଗଳାର୍ପଣ ଶେଷ ପରେ ଶ୍ରୀଜିଉଙ୍କ ଡୋରଲାଗି ଓ ପୁଷ୍ପାଞ୍ଜଳି ହୋଇଥିଲା। ତା‘ ପରେ ଧାଡ଼ି ପହଣ୍ଡିରେ ପ୍ରଥମେ ଶ୍ରୀ ସୁଦର୍ଶନ ରତ୍ନବେଦିରୁ ଓହ୍ଲାଇ […]
କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ଯ୍ୟନ୍ତ ଏହି କଟକଣା ଆସନ୍ତାକାଲି ସକାଳ ୬ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ।
ପ୍ରଥମେ ରାମକୃଷ୍ଣ ଓ ମଦନମୋହନଙ୍କ ଗୋଟି ପହଣ୍ଡି ଆରମ୍ଭ ହେବ ପରେ ୩ ଠାକୁର ପହଣ୍ଡି କରି ଆଡ଼ପ ମଣ୍ଡପକୁ ଯିବେ । ଆଡ଼ପ ମଣ୍ଡପରୁ ଆଜିଠୁ ଦର୍ଶନ ଦେବେ ଭଗବାନ ।
ନୂଆଦିଲ୍ଲୀର ହଜ୍ଖସ୍ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଅବସରରେ ପୂଜାର୍ଚ୍ଚନା କରାଯାଇଛି । କରୋନା କଟକଣା ଯୋଗୁଁ ରଥଯାତ୍ରା ହେଉନଥିବାରୁ କେବଳ ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଛି ।
ପୁଣି କଡ଼ ଲେଉଟାଇଲା ଇତିହାସ । ଶ୍ରୀକ୍ଷେତ୍ରରେ ଆଉଥରେ ଭକ୍ତ ବିନା ଗଡ଼ିଲା ରଥ ।
କାଳିଆର ଦିବ୍ୟ ଲୀଳା । କରୋନା କାଳରେ ପୁଣି ବିନା ଭକ୍ତରେ ଭାବର ଠାକୁରଙ୍କ ଘୋଷଯାତ୍ରା । ଏଥର ବି ବିନା ଭକ୍ତରେ ଭାଇ-ଭଉଣୀଙ୍କୁ ସାଙ୍ଗରେ ଧରି ଘୋଷଯାତ୍ରାରେ ଗଲେ କାଳିଆ ସାଆନ୍ତ ।
ପୁରୀ ବ୍ୟତୀତ ଗୁଜରାଟର ଅହମ୍ମଦାବାଦରେ ରଥଯାତ୍ରା ଅନୁଷ୍ଠିତ ହୋଇଛି । ରୀତିନୀତିରେ ପୂଜାର୍ଚ୍ଚନା ପରେ ରଥ ଟଣା ଆରମ୍ଭ ହୋଇଥିଲା । ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ରଥରେ ଛେରାପହରା କରିଥିଲେ । ଛେରାପହରା ସମୟରେ ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ ମଧ୍ୟ ଉପସ୍ଥିତ ଥିଲେ
ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନି ରଥ । ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ । ତାଲଧ୍ୱଜ, ଦର୍ପଦଳନ ପରେ ଶେଷରେ ପହଞ୍ଚିଲା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ । ବିନା ଭକ୍ତରେ ତିନି ରଥକୁ ଟାଣି ଟାଣି ମାଉସୀ ଘର ନେଲେ ସେବାୟତ । କୋଭିଡ୍ କଟକଣା ଯୋଗୁଁ ଦିବ୍ୟସେବାରୁ ବଂଚିତ ହେଲେ ଭକ୍ତ । ନିର୍ଦ୍ଧାରିତ ସମୟର ୩ ଘଣ୍ଟା ଆଗରୁ ଆଜି ଆରମ୍ଭ ହୋଇଥିଲା ରଥଟଣା ।
ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାଉଛନ୍ତି କାଳିଆ ଠାକୁର। ପ୍ରଥମେ ଗଡିବ ତାଳଧ୍ୱଜ। ତା ପରେ ଦେବ ଦଳନ ଆଉ ପଛରେ ନନ୍ଦିଘୋଷ। ହେଲେ ପଛରେ କାହିଁକି ଆସନ୍ତି କାଳିଆ ଠାକୁର ?
“ମୁଁ କୁନି ସେବାୟତ, ମାହାପୁରୁ ଭୋଗ ଖାଇଲେ ମୁଁ ମନ୍ତ୍ରପଢ଼େ’ । ବଡ଼ଦାଣ୍ଡରେ ରଥ ଦଉଡ଼ି ଧରି ଟାଣି ନେଉଛନ୍ତି କୁନି ସେବାୟତ । କାନ୍ଧରେ ଖଣ୍ଡୁଆ ପାଟ, କଣ୍ଠରେ ଅନର୍ଗଳ ମନ୍ତ୍ର ।
ଆଜି ରଥଯାତ୍ରା । ବର୍ଷକ ପରେ ଭକ୍ତଙ୍କୁ ଦେଖିବା ପାଇଁ ବଡଦାଣ୍ଡକୁ ବାହାରି ଆସିଛନ୍ତି ତିନି ଠାକୁର। ହେଲେ ଭକ୍ତଶୂନ୍ୟ ବଡଦାଣ୍ଡ। ବିନା ଭକ୍ତରେ ବଡଦାଣ୍ଡରେ ଗଡ଼ି ଗଡ଼ି ଚାଲିଛି ନନ୍ଦିଘୋଷ। ଆଉ କିଛି ସମୟ ପରେ ଶରଧାବାଲିରେ ପହଞ୍ଚିବେ କାଳିଆ ଠାକୁର।
ଏମାନେ ସେବାୟତ । ସେହି ବଳିଆର ଭୁଜଙ୍କ ସେବା ପାଇଁ ଏମାନଙ୍କର ଏହି ଭୁଜ । ସବୁଥର ରଥ ଉପରେ ବସନ୍ତି, ଏଥର କିନ୍ତୁ ଦଉଡ଼ି ଧରି ରଥ ଟାଣୁଛନ୍ତି। କହିଛନ୍ତି, ଏହା ଆମ ପାଇଁ ଅପୂର୍ବ ସୁଯୋଗ। ତେଣୁ ଛୋଟ ପିଲାଙ୍କୁ ବି ଡାକିଆଣିଛୁ। ଦେଖନ୍ତୁ କେମିତି ରଥ ଟାଣୁଛନ୍ତି ବାହୁବଳି ସେବାୟତ।
କରୋନା କଟକଣା ମଧ୍ୟରେ ପାଳିତ ହେଉଛି ରଥଯାତ୍ରା। ଭକ୍ତଙ୍କ ପାଇଁ ବର୍ଷକ ପରେ ତିନି ଠାକୁର ବଡଦାଣ୍ଡକୁ ବାହାରି ଆସିଛନ୍ତି। ହେଲେ ଠାକୁରଙ୍କୁ ଦେଖିବାର ସୌଭାଗ୍ୟ ମିଳିନି ଭକ୍ତଙ୍କୁ। ତେଣୁ ଦୂରରୁ ଥାଇ ଭକ୍ତଙ୍କ ଭକ୍ତି ନୈବେଦ୍ୟ....
ପୁରୀ: ଆଜି ନୀଳ କନ୍ଦରକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଠାକୁରମାନଙ୍କୁ ଗୋଟି ପହଣ୍ଡିରେ ରଥ ଉପରୁ ରତ୍ନ ସିଂହାସନକୁ ପହଣ୍ଡି କରାଯାଇ ନିଆଯିବ। ପରମ୍ପରା ଅନୁସାରେ, ମହାପ୍ରଭୁ କାଳିଆ ସାଆନ୍ତଙ୍କ ରତ୍ନବେଦୀକୁ ବାହୁଡ଼ିବା ବେଳେ ବାଟରେ ତାଙ୍କୁ ଅଭିମାନିନୀ ମା’ ଲକ୍ଷ୍ମୀ ଅଟକାଇବେ। ତେବେ ମହାପ୍ରଭୁ ଜଗନ୍ନାଥ ମା’ ଲକ୍ଷ୍ମୀଙ୍କୁ ସ୍ୱାଦିଷ୍ଟ ରସଗୋଲା ଖୁଆଇ ତାଙ୍କ ମାନଭଞ୍ଜନ କରାଇବେ। ଗତକାଲି ରଥଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ଅନୁଷ୍ଠିତ ହୋଇଥିଲା।
ପୁରୀ: ଆଜି ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ। ନୀତି ଶୃଙ୍ଖଳିତ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଅଧରପଣା ନୀତି ଶୃଙ୍ଖଳିତ କରିବା ପାଇଁ ଏକ କମିଟି ଗଠନ ହୋଇଛି। ସୁଆର ମହାସୁଆର ନିଯୋଗ ଓ ଦଇତାପତି ନିଯୋଗକୁ ନେଇ ଏହି କମିଟି ଗଠିତ ହୋଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଆସନ୍ତାକାଲି ନୀଳାଦ୍ରି ବିଜେ କରିବେ ମହାପ୍ରଭୁ। ଗତକାଲି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ […]
ପୁରୀ: ଜଗତର ନାଥ ଜଗନ୍ନାଥ ସିଏ। ଭାବକୁ ନିକଟ…ଅଭାବକୁ ଦୂର। ତା ପାଖରେ କିଏ ପର ନୁହେଁ…ସଭିଏଁ ଆପଣାର। ଟିକିଏ ଶ୍ରଦ୍ଧା…ଟିକିଏ ପ୍ରେମ ପାଇଁ ପାଗଳ ଯେମିତି ସେ । ସେଥିପାଇଁ ତ ବଡ଼ ଦେଉଳର ସୁଖ ଛାଡ଼ି ବାହାରି ଆସେ ତା ପାଇଁ ପାଗଳ ହେଉଥିବା ଭକ୍ତଙ୍କୁ ଟିକିଏ ଦେଖିବା ପାଇଁ। ଏ ବଡ଼ଦାଣ୍ଡ ବି ଏମିତି। ଏଠି ଜାତି, ଧର୍ମ, ବର୍ଣ୍ଣର ବାରଣ ନ ଥାଏ। ସମସ୍ତଙ୍କୁ କୋଳେଇ ନେଇଛି ଏ ଦାଣ୍ଡ । ବଡଦାଣ୍ଡରେ ରଥ […]
ପୁରୀ: ସୁଭଦ୍ରାଙ୍କ ଦର୍ପଦଳନ ରଥ ଉପରେ ମହାପ୍ରଭୁ ସୁଦର୍ଶନଙ୍କୁ ଆଉଜି ବରିଷ୍ଠ ଦଇତାପତି ସେବାୟତ ପ୍ରେମାନନ୍ଦ ଦାସମହାପାତ୍ର ବିଶ୍ରାମ ନେଉଥିବା ବେଳର ଏକ ଫଟୋ ଏବେ ସୋଶାଲ ମିଡିଆରେ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଫଟୋଟି କେଉଁ ସମୟର ତାହା ସଠିକ୍ ଭାବେ ଜଣା ପଡିନଥିଲେ ବି ଜଣେ ବରିଷ୍ଠ ଦଇତାପତି ଭାବେ ପ୍ରେମାନନ୍ଦ ଦାସମହାପାତ୍ର ଏଭଳି ଢଙ୍ଗରେ ବିଶ୍ରାମ ନେବା ଜଗନ୍ନାଥପ୍ରେମୀ ମହଲରେ ଗଭୀର ଆଲୋଡ଼ନ ସୃଷ୍ଟି ହୋଇଛି। ତେବେ ଏ ନେଇ ପ୍ରେମାନନ୍ଦ […]
ପୁରୀ: ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ ଆଜି ଅନୁଷ୍ଠିତ ହେବ। ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଭକ୍ତମାନେ ସାଧାରଣ ଦର୍ଶନ କରିପାରିବେ। ଏହାପରେ ସାଧାରଣ ଦର୍ଶନ ବନ୍ଦ ରହିବ। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀଗୁଣ୍ଡିଚା ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୁଲିସ୍ କଣ୍ଟ୍ରୋଲ ରୁମ୍ ନିକଟରୁ ସ୍ୱତନ୍ତ୍ର ବାରିକେଡ୍ କରାଯାଇଛି। ଭକ୍ତମାନେ ସିଂହଦ୍ୱାର ଦେଇ ମନ୍ଦିରକୁ ଯିବେ ଏବଂ ନାକଚଣା ଦ୍ୱାର ପଟେ ପ୍ରସ୍ଥାନ କରିବେ। ଦର୍ଶନ ବ୍ୟବସ୍ଥା ଉପରେ ସମ୍ପୂର୍ଣ୍ଣ ଭାବେ ଗୁରୁତ୍ୱ ଦିଆଯାଇଥିବା ଏସ୍ପି କହିଛନ୍ତି। […]
ପୁରୀ: ମାଉସୀ ବାଡ଼ିରେ ତିନି ଦିଅଁଙ୍କର ଆଜି ବନକ ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଆଡ଼ପ ମଣ୍ଡପରେ ବନକ ଲାଗି ହେବ। ଏଣୁ ରାତି ୯ଟା ପରଠାରୁ ଆଜି ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ବନକ ଲାଗି ନୀତି ପାଇଁ ୮ରୁ ୧୦ ଜଣ ଦତ୍ତମହାପାତ୍ର ସେବକ ମିଶି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବେ। ପହୁଡ଼ ଆଳତି ପରେ ଦୁଆର ପଡ଼ିବ। ଏହାପରେ ସେବାୟତମାନେ କସ୍ତୁରୀ, କେଶର, […]
ପୁରୀ: ଶରଧାବାଲିରେ ରଥ ଉପରେ ଥାଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଆଜି ଅପରାହ୍ନ ପର୍ଯ୍ୟନ୍ତ ଚତୁର୍ଦ୍ଧା ମୂର୍ତ୍ତି ରଥ ଉପରେ ରହିବେ। ଅପରାହ୍ନରେ ତିନି ଠାକରଙ୍କୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରାଯିବ। ଏନେଇ ସମୟ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚତୁର୍ଦ୍ଧା ମୂର୍ତ୍ତି ଆଡ଼ପ ମଣ୍ଡପକୁ ବିଜେ କରିପାରନ୍ତି ବୋଲି ଜଣାପଡ଼ିଛି। ଆଡ଼ପମଣ୍ଡପକୁ ବିଜେ ପରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲିଠାରୁ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ। […]
ପିପିଲି: ଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ଦିନ ପୁରୀ ଯିବାକୁ ଥିବା କୌଣସି ଗାଡ଼ିରୁ ପିପିଲି ଟୋଲ୍ ଗେଟ୍ରେ ଫି’ ଆଦାୟ କରାଯିବ ନାହିଁ ବୋଲି ସରକାର ନିଷ୍ପତ୍ତି ନେଇଥିଲେ। ହେଲେ ଆଜି ପିପିଲି ଟୋଲ୍ ଗେଟ୍ରୁ ଫି’ ଆଦାୟ କରାଯାଇଥିବା ଅଭିଯୋଗ ହୋଇଛି। ପୁରୀ ଯାଉଥିବା ଭକ୍ତମାନେ ଗେଟ୍ରେ ଫି’ ଦେଉଥିବା ଦେଖିବାକୁ ମିଳିଛି। ରଥଯାତ୍ରା ଦେଖିବାକୁ ପୁରୀ ଯାଉଥିବା ଜଣେ ଭକ୍ତ କହିଛନ୍ତି,“ଆମେ କନ୍ଧମାଳରୁ ଶ୍ରୀଜିଉଙ୍କ ଗୁଣ୍ଡିଚା ଯାତ୍ରା ଦେଖିବାକୁ ଆସିଥିଲୁ। ପିପିଲି ଟୋଲ୍ […]
ଭୁବନେଶ୍ୱର: ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟ୍ୱିଟ୍ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଓଡ଼ିଆରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ମଧ୍ୟ ପୋଷ୍ଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ଯେ, ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ। ଜଗତର ନାଥ […]
ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା। ଏନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଭାଇଭଉଣୀଙ୍କୁ ଧରି ଗୁଣ୍ଡିଚା ଯାତ୍ରାରେ ଯିବେ ଜଗତର ନାଥ ଶ୍ରୀଜଗନ୍ନାଥ। ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମହାମିଳନକୁ ସମସ୍ତେ ଅପେକ୍ଷା କରିଛନ୍ତି। ଆଜି ସକାଳୁ ଶ୍ରୀଜିଉଙ୍କ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି ଓ ଅବକାଶ ନୀତି ଶେଷ ହୋଇଛି। ନୀତି ନିର୍ଘଣ୍ଟ ଅନୁସାରେ ନୀତିକାନ୍ତି କରାଯାଉଛି। ରଥଯାତ୍ରା ପାଇଁ ପୁରୀ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ା କରାଯାଇଛି। ସମଗ୍ର ପୁରୀ ସହରକୁ ପୁଲିସ ଛାଉଣିରେ ପରିଣତ ହୋଇଛି। ଜଳ, […]
ପୁରୀ: ଆଜି ପୁଣି ବଡ଼ଦାଣ୍ଡରେ ହେବ ଭକ୍ତ ଓ ଭଗବାନଙ୍କ ମିଳନ। କାରଣ ଆଜି ହେଉଛି ମହାପ୍ରଭୁଙ୍କ ପ୍ରସିଦ୍ଧ ଘୋଷଯାତ୍ରା। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ତାଙ୍କ ଗୁଣ୍ଡିଚା ଘରକୁ ଯିବେ। ଏଥିପାଇଁ ସିଂହଦ୍ୱାର ଆଗରେ ଶ୍ରୀଜିଉଙ୍କ ଅପେକ୍ଷାରେ ସୁସଜ୍ଜିତ ହୋଇ ରହିଛି ତିନି ରଥ। ଆଉ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ ସହ ରଥ ରଜ୍ଜୁ ଟାଣି ଜୀବନ କୃତାର୍ଥ କରିବାକୁ ଉଛନ୍ନ ହେଲେଣି ଭକ୍ତ। ଭଜନ […]