Advertisment

Daily Horoscope 08th January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ ।

author-image
Madhupriya Mistry
Horoscope

Horoscope Photograph: (OTV)

ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।  ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ
ଦ୍ୱିଜା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
କୃତିକା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

Advertisment

ବୃଷ-
କୃତିକା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ ।  ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ  ପ୍ରୟାସ କରିବେ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ
ରୋହିଣୀ- ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ ।
ମୃଗଶିରା- ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ 

ମିଥୁନ-
ମୃଗଶିରା- ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ । 
ଆଦ୍ରା- ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ 
ପୁନର୍ବସୁ- କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –  ମା ବିରଜାଙ୍କର ଆରଧନା କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।
ପୁଷ୍ୟା- ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ବନ୍ଧୁ ସହୟତା ମିଳିବ ।  ରାଜନୀତିରେ ହଠାତ୍ ନିର୍ଣ୍ଣୟ ନେବାକୁ ପଡିପାରେ ।
ଅଶ୍ଲେଷା- ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । ଆଧ୍ୟାତ୍ମିକ ଚେତନା ପ୍ରତି ମନ ବଳାଇବେ ।                                          ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ-
ମଘା- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । 
ପୂ,ଫାଲଗୁନି- ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ
ଉ,ଫାଲଗୁନି- ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

କନ୍ୟା-
ଉ,ଫଳଗୁନି- କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହୟତା ଲୋଡିବେ
ହସ୍ତା- ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ
ଚିତ୍ରା- କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ  ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତି ଭାଗ ହୋଇପାରେ । ନାରୀ ମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା-
ଚିତ୍ରା- ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।
ସ୍ୱାତୀ- ନିଜର ଦୋଷ ତୃଟି ସ୍ୱକାର କରିବେ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ
ବିଶାଖା- ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ ।  ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ ।
ଅନୁରାଧା- ଉପଯୁକ୍ତ ସମୟରେ ଆଶା କରୁଥିବା ଦିଗରୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବାକି ପଡିଥିବା ପଇସା ପାଇବା ପାଇଁ ଚାପ ପ୍ରୟୋଗ କରିବେ । ଛାତ୍ରଛାତ୍ରି ମାନେ ସଫଳତା ହାସଲ କରିବେ ।
ଜ୍ୟେଷ୍ଠା- ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ 
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 

ଧନୁ-
ମୂଳା- ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ଅନ୍ୟଥା ସମସ୍ୟା ବଢ଼ି ଯିବାର ସମ୍ଭାବନା ରହିଛି । ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ ।
ପୂ,ଷାଢା-ଦାମ୍ପତ୍ୟ ଜିବନ ହସ ଖୁସିର ପରିବେଶ ମଧ୍ୟରେ ସମୟ ବିତାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ । ଛାତ୍ରଛାତ୍ରୀ ମାନଙ୍କର  ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। 
ଉ,ଷାଢା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ବହୁ ଦିନର ମନସ୍କାମନା ପୂରଣ ହୋଇପାରେ । ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରନ୍ତୁ ନାହିିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ମକର-
ଉ,ଷାଢା- ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ
ଶ୍ରବଣା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ ।  ଆପଣ ଏକ ନୂତନ କାର‌୍ୟ୍ୟ ଆରମ୍ଭ କରିବେ ।  ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି
ଧନିଷ୍ଠା- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ 

କୁମ୍ଭ-
ଧନିଷ୍ଠା- ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ ।  କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ
ଶତଭିଷା- ବ୍ୟାବସାୟ  କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ଛାତ୍ର ଛାତ୍ରୀ ମାନେ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ସତ୍ୟ କହି ବିବାଦର ଶିକାର ହୋଇପାରନ୍ତି
ପୂ,ଭାଦ୍ରପଦ- ଦୂର ଯାତ୍ରାକୁ ଭ୍ରମଣ କରିପାରନ୍ତି । ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବାର ଆଶା ରହିଛି । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ   

ମୀନ-
ପୂ,ଭାଦ୍ରପଦ- ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ
ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ ।
ରେବତୀ- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

Horoscope Daily Horoscope
Advertisment
Related Articles
Advertisment