Horoscope Photograph: (OTV)
ମେଷ
ଅଶ୍ୱନୀ- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡିକ ସଂପୂର୍ଣ୍ଣ କରିବାରେ ଅସୁବିଧା ରହିବ ନାହିଁ । ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ ।
ଦ୍ୱିଜା- ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ । ଅସୁବିଧାରେ ପଡି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ ।
କୃତିକା- ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ବୃଷ
କୃତିକା- ଅପ୍ରତ୍ୟାଶିତ ଖର୍ଚ୍ଚ ଏବଂ ଶାରୀରିକ ସମସ୍ୟାକୁ ବଢ଼ାଇପାରେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।
ରୋହିଣୀ- ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ । ପିଲାମାନଙ୍କ ପାଇଁ ଏକାଡେମିକ୍ ପ୍ରଦର୍ଶନ ପାଇଁ ମଧ୍ୟ ଭଲ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ ।
ମୃଗଶିରା- ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ
ମୃଗଶିରା- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବାରେ ସଫଳ ହେବେ ।
ଆଦ୍ରା- ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାକୁ ଦିଅନ୍ତୁ ନାହିଁ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।
ପୁନର୍ବସୁ- ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି । ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ
କର୍କଟ
ପୁନର୍ବସୁ- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଆମଦାନୀ ବଢ଼ାଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ନୂତନ ବନ୍ଧୁତ୍ବ ସୃଷ୍ଟି ହୋଇପାରେ
ପୁଷ୍ୟା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ଅଶ୍ଳେଷା - କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ରଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ
ମଘା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।
ପୂ,ଫାଲଗୁନି- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ପାଠ ପଢାରେ ମନ ଦେବେ ।
ଉ,ଫାଲଗୁନି- ପଡୋଶୀଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ । ଏକ ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ମହିଳା ମାନେ ଅଧିକ କାର୍ୟ୍ୟକରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା
ଉ- ଫାଲ୍ଗୁନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯ୍ୟାଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।
ହସ୍ତା- ମହିଳା ମାନେ କର୍ତ୍ତବ୍ୟନିଷ୍ଠ ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ ।
ଚିତ୍ରା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା
ଚିତ୍ରା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ
ସ୍ୱାତୀ- ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ ଅନଟନ ଦୂର ହେବ।
ବିଶାଖା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ
ବିଛା
ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।
ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ
ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ
ମୂଳା- ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ ।
ପୂ,ଷାଢା- ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ଚାକିରୀରେ ସାମାନ୍ୟ ଅବହେଳା କରିବେ ।
ଉ,ଷାଢା- ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ
ମକର
ଉ, ଷାଢା- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ଶ୍ରବଣା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।
ଧନିଷ୍ଠା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ
ଧନିଷ୍ଠା- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।
ଶତଭିଷା- ଅଫିସ୍ରେ ଟେନ୍ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ରାଜନୀତିରେ ସହାନୁଭୁତି ମିଳିବ ।
ପୂ,ଭାଦ୍ରପଦ- ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ
ମୀନ
ପୂ, ଭାଦ୍ରପଦ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।
ଉ, ଭାଦ୍ରପଦ- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକପ୍ରିୟତା ଦେଖା ଦେବ ।
ରେବତୀ- କଳା, ସାହିତ୍ୟ, ସଂଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/10/31/horoscope-2025-10-31-08-27-57.jpg)