Horoscope Photograph: (OTV)
ମେଷ
ଅଶ୍ୱନୀ- ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।
ଦ୍ୱିଜା-ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର
କୃତିକା- କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟସୂଚୀରେ ପରିବର୍ତନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା-୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ
କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି
ମୃଗଶିରା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜାଗା ,ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ
ମୃଗଶିରା- ଜୀବନ ସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ । । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।
ଆଦ୍ରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ ।
ପୁନର୍ବସୁ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
କର୍କଟ
ପୁନର୍ବସୁ-ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।
ପୁଷ୍ୟା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।
ଅଶ୍ଲେଷା- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ
ମଘା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।
ପୂ,ଫାଲଗୁନି- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ
ଉ,ଫାଲଗୁନି- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା
ଉ,ଫଳଗୁନି- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ
ହସ୍ତା- ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଚିତ୍ରା- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା
ଚିତ୍ରା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।
ସ୍ୱାତୀ- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।
ବିଶାଖା- ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା
ବିଶାଖା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତ ରହିବେ ।
ଅନୁରାଧା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ ।
ଜ୍ୟେଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ
ମୂଳା- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ
ପୂ,ଷାଢା- ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ
ଉ,ଷାଢା- କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ
ମକର
ଉ,ଷାଢା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।
ଶ୍ରବଣା- ଛାତ୍ରଛାତ୍ରୀ ମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।
ଧନିଷ୍ଠା- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ମନ ଖୁସି ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ
ଧନିଷ୍ଠା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ
ଶତଭିଷା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।
ପୂ,ଭାଦ୍ରପଦ- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ
ମୀନ
ପୂ,ଭାଦ୍ରପଦ- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ
ଉ,ଭାଦ୍ରପଦ- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ
ରେବତୀ- କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ଛାତ୍ର ଛାତ୍ରୀ ମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି । ଅଧା ଅଧୁରା କାର୍ଯ୍ୟ ପୂରଣ ହୋଇଯିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)