/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ
ଅଶ୍ୱନୀ – ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ବିକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।
ଦ୍ୱିଜା – ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ
କୃତିକା – ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ
କୃତିକା- ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ
ରୋହିଣୀ- ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ
ମୃଗଶିରା- ଶତୃମାନେ ମିତ୍ରପରି ବ୍ୟବହାର କରିବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ
ମୃଗଶିରା - ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ । ରୋଗ ଉପଶମ ମିଳିବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।
ଆଦ୍ରା - କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି କ୍ଷ ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ମହିଳା ମାନେ ଆତ୍ମବିଶ୍ଵାସୀ ରହିବେ
ପୁନର୍ବସୁ - ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟରେ ଲାଗିରହିଥିବା ପ୍ରତିଦ୍ୱନ୍ଦିତା କମ୍ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶିକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।
ପୁଷ୍ୟା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ
ଅଶ୍ଲେଷା- ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ
ମଘା – ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ
ପୂ , ଫାଲଗୁନୀ - ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ ।
ଉ ,ଫାଲଗୁନୀ – ଭୂ- ସମ୍ପତ୍ତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା
ଉ,ଫଳଗୁନି- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତ୍ତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ
ହସ୍ତା- ନୂତନ ବ୍ୟବସାୟ ଆରମ୍ଭ କରିବେ , ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।
ଚିତ୍ରା- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା
ଚିତ୍ରା – ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ
ସ୍ୱାତୀ – ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳ ହେବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ
ବିଶାଖା – ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତ୍ତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା
ବିଶାଖା- ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ
ଅନୁରାଧା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ
ଜ୍ୟେଷ୍ଠା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଧନୁ
ମୂଳା – ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବ୍ୟବସାୟରେ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।
ପୂ , ଷାଢା – ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ପାରିବାରିକ ଜୀବନରେ ପତ୍ନୀ ପୀଡ଼ା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ
ଉ , ଷାଢା – ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ ଭାବରେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର
ଉ,ଷାଢା- ହଠାତ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ ଆଣୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ
ଶ୍ରବଣା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାରୟୟ୍ାରରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ
ଧନିଷ୍ଠା- ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ମହିଳା ମାନେ ଗୃହୋପକରଣ କ୍ରୟ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା – ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ ।
ଶତଭିଷା – ରାଜନୈତିକ ଜୀବନ ଉତଥାନ , ପତନରେ ଗତି କରିବେ । ଛାତ୍ରଛାତ୍ରି ମାନେ ଶୃଙ୍ଖଳିତ ହେବେ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ମନ ଚାହୁଥିବା କାର୍ଯ୍ୟ ଆରମ୍ଭ କରିବେ ।
ପୂ , ଭାଦ୍ରପଦ – ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ
ପୂ,ଭାଦ୍ରପଦ- ଜୀବନଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ
ଉ,ଭାଦ୍ରପଦ- ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।
ରେବତୀ- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ
Monkey Terror In Keonjhar: ଘରେ ପଶୁଛି କଲବଲ କରୁଛି , ଆତଙ୍କରେ ଦିନ କାଟୁଛନ୍ତି

Viral Threat Video: ଖଣ୍ଡା ବୁଲାଇ ୩ ମୁଣ୍ଡ କାଟିବି, କାହାକୁ ଛାଡିବିନି...ଭାଇରାଲ ହେଉଛି ଭିଡିଓ

Farmers Guard Crops: ସଞ୍ଜ ନଇଁଲେ ଭୟ ବଢ଼େ , ରାତିରେ ରୁହନ୍ତି ଉଜାଗର

Another Low Pressure: ପୁଣି ଲଘୁଚାପ, ପୁଣି ବଡ଼ ବର୍ଷା...ବିଦେଶୀ ମଡେଲ୍ ଆକଳନକୁ ନେଇ ଥମୁନି ବାତ୍ୟା ଚର୍ଚ୍ଚା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)