Advertisment

Daily Horoscope 24th October 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ –  ପେଟ ଓ ରକ୍ତ ଜନିତ ଅସୁସ୍ଥତା ପରିଲକ୍ଷିତ ହେବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ

author-image
Deepak Acharya
undefined

Horoscope Photograph: (OTV)

ମେଷ 

ଅଶ୍ୱନୀ –  ପେଟ ଓ ରକ୍ତ ଜନିତ ଅସୁସ୍ଥତା ପରିଲକ୍ଷିତ ହେବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ 
ଦ୍ୱିଜା –  ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ ।  ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତ କରି ଉଚିତ୍ କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଶଂସିତ ହେବେ
କୃତିକା – କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ମହିଳା ମାନଙ୍କର ଖ୍ୟାତି ବୃଦ୍ଧି ପାଇବ । ଛାତ୍ରଛାତ୍ରି ମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ

Advertisment

ବୃଷ

କୃତିକା- ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ପରିବହନରେ ଉନ୍ନତି କରି ଋଣମୁକ୍ତ ହେବାର ସୂଚନା ରହିଛି । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ବିତର୍କ ଘଟିପାରେ।
ରୋହିଣୀ- ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ସଙ୍ଗୀତ, ନୃତ୍ୟ, କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ମୃଗଶିରା- ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ଘରକୁ  ଭଲ ଭଲ ଜିନିଷ କିଣିବା ସକାଶେ ମନ ବଳାଇବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ

ମୃଗଶିରା  -ରୋଗୀ ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ  କାର୍ୟ୍ୟୁ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।
ଆଦ୍ରା –  ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ । 
ପୁନର୍ବସୁ - ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ ।  ପୁରୁଣା ଋଣ ପରିଶୋଧ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

Advertisment

କର୍କଟ

ପୁନର୍ବସୁ- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ପୁଷ୍ୟା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ
ଅଶ୍ଲେଷା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –  ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ

ମଘା –  ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।  ପରିବାରରେ ହସ ଖୁସିର ପରିବେଶ ରହିବ ।
ପୂ , ଫାଲଗୁନୀ –  ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କ୍ୟାରିୟରରେ ଭଲ ଫଳାଫଳ ପାଇବେ ।  
ଉ ,ଫାଲଗୁନୀ –  କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

କନ୍ୟା

ଉ,ଫଳଗୁନି- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ
ହସ୍ତା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ
ଚିତ୍ରା- କଚେରି ମାମଲାରେ ବିଜୟୀ ହେବେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ ।  ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ  ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ତୁଳା -

ଚିତ୍ରା –  ଦୂରସ୍ଥାନକୁ ଯାତ୍ରାକରି ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ପାରବାରିକ ଜୀବନରେ ଆବଶ୍ୟକ ସ୍ଥଳେ ଛଳନାର ଆଶ୍ରୟ ନେଇ ,ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତ୍ତମ ହେବ । 
ସ୍ୱାତୀ –  ମନସ୍ତାପ ଭିତରେ ଚାକିରି କ୍ଷେତ୍ରରେ ସମ୍ମାନ ବଢିବ । ରାଜନୀତିରେ ଶତ୍ରୁ ଓ ବିରୋଧି ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ ।
ବିଶାଖା – ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ଭୂ-ସମ୍ପତିକୁ ନେଇ ଚିନ୍ତାରେ ରହିବେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ

ବିଛା

ବିଶାଖା- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ ।  ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ ।
ଅନୁରାଧା- ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ ।  ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। 
ଜ୍ୟେଷ୍ଠା- ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯  
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ

ମୂଳା –  ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।
ପୂ , ଷାଢା –  ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ ।  ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ଖଟି ନିଜର ଭାବ ମୂର୍ତିକୁ ବଜାୟ ରଖିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।
ଉ , ଷାଢା –  ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳା ମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ମକର

ଉ,ଷାଢା- ସତର୍କରେ ନ ଚଳିଲେ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାମ୍ନା କରିବାକୁ ପଡ଼ିପାରେ । ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି । ହଜି ଯାଇଥିବା ଜିନିଷ, ଧାତୁ ଅଳଙ୍କାର, ଟଙ୍କା ପଇସା ସନ୍ଧାନ ପାଇପାରନ୍ତି।
ଶ୍ରବଣା- ସାହିତ୍ୟ, ସାମ୍ବାଦିକତା, ସଭାସମିତିରେ ପ୍ରଶଂସିତ ହେବେ ।   ନିର୍ମାଣାଧୀନ କାମରେ ସତର୍କତା ଅବଲମ୍ବନ କରିବା ଭଲ । କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।
ଧନିଷ୍ଠା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

କୁମ୍ଭ

ଧନିଷ୍ଠା –  ରୋଗ ସାମୟିକ ହେ କେ ମଧ୍ୟ ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟ ଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର୍ୟ୍ୟ  ସହଯୋଗ ମିଳିବ ।
ଶତଭିଷା –  କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ ।  ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।
ପୂ , ଭାଦ୍ରପଦ  –  ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ମୀନ

ପୂ,ଭାଦ୍ରପଦ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ଉ,ଭାଦ୍ରପଦ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।
ରେବତୀ-ଆପଣଙ୍କ ସହ ଭଲ ପଡୁ ନ ଥିବା ବ୍ୟକ୍ତି ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ ହୋଇଯିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

Advertisment
Related Articles
Advertisment