/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
ମେଷ
ଅଶ୍ୱନୀ- କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରି ପାରନ୍ତି । ବ୍ୟବସାୟ ସ୍ଥଳରେ ଉଚ୍ଚ ଅଧିକାରୀମାନଙ୍କ ସହିତ ଆବଶ୍ୟକ ଚର୍ଚ୍ଚାରେ ସାମିଲ ହେବାର ସୁଯୋଗ ପ୍ରାପ୍ତ ହେବ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।
କୃତିକା-ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ
କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ୟ୍ୟଅ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।
ରୋହିଣୀ- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ମୃଗଶିରା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ
ମୃଗଶିରା-ପରିବାରରେ ଜଗି ରଖି ନ ଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି । ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଇଚ୍ଛା ବିରୁଦ୍ଧରେ କାର୍ଯ୍ୟ କରିବେ ।
ଆଦ୍ରା- କୌଣସି କାମରେ ତରବର ହେଲେ ଅସୁବିଧାରେ ପଡିପାରନ୍ତି । ଈର୍ଷାପରାୟଣ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନଲୁ ଚହଲାଇ ଦେବ । ରାଜନୀତିରେ ସଫଳତା ମିଳିବ ।
ପୁନର୍ବସୁ- ଜାଗା, ଜମି, ଉଚ୍ଚସ୍ତରୀୟ ବାହାନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ସମସ୍ୟା ଗୁଡିକର ସରଳ ସମାଧାନ କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତି ସୁଦୃଢ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ପୁଷ୍ୟା- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ
ଅଶ୍ଳେଷା- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- କିଛି ମିଠା ଖାଇ ଘରୁ ବାହାରନ୍ତୁ
ସିଂହ
ମଘା- ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ । ପେଟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ପାରିବାରିକ ସମସ୍ୟାକୁ ସୁଧାରିବାକୁ ଚେଷ୍ଟା କରନ୍ତୁ । ବ୍ୟବସାୟରୁ ଲାଭ ପାଇପାରନ୍ତି ।
ପୂ,ଫାଲଗୁନି- ରାଜନୀତିରେ ବିରୋଧୀ ମାନେ ଦୂରେଇଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ । ମାନସିକ ସ୍ଥିତି ଭଲ ରହିବା ସହିତ ଶରୀର ସୁସ୍ଥ ରହିବ । ମିଷ୍ଟବଚନକୁ ନିଜର ଭୂଷଣ ଭାବି କର୍ମ କରିଲେ ଲାଭବାନ ହେବେ ।
ଉ,ଫାଲଗୁନି- ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇପାରେ । ଗୁରୁଜନଙ୍କ ସେବା କଲେ ଅନେକ ଆଶିର୍ବାଦ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା
ଉ- ଫାଲ୍ଗୁନୀ- ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।
ହସ୍ତା- କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ
ଚିତ୍ରା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଅନ୍ୟକୁ ସାହାର୍ଯ୍ୟ କରିବେ । ନିଜ ପରିସରରେ ଜଣେ ବନ୍ଧୁ ସାହର୍ଯ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା
ଚିତ୍ରା- ନିଜର ପ୍ରଭାବ ଓ ପରାକ୍ରମ ବଢିବାସହ ପ୍ରଶଂସିତ ହେବେ । ଜନସେବାରେ ନିଜକୁ ନିୟୋଜିତ କରି ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପୁରୁଣା ସମ୍ପର୍କରେ ତିକ୍ତତା ଆସିପାରେ ।
ସ୍ୱାତୀ- ଛାତ୍ରଛାତ୍ରୀ ମାନେ କଠିନ ପରିଶ୍ରମ କରିବା ସହିତ ପଢାପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ହାସଲ କରିବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା କୌଣସି ଜଟିଳ ସମସ୍ୟାର ସମାଧାନ କରିବେ ।
ବିଶାଖା- ଅଜଣା ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରି ବିପଦରେ ପଡିବେ । ଆପଣଙ୍କ ପାଇଁ ଆଜି ଦିନଟି କୌତୁହଳ ଜନକ ରହିବ । ବନ୍ଧୁ ମେଳରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା
ବିଶାଖା- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ
ଅନୁରାଧା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଜ୍ୟୋଷ୍ଠା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ
ମୂଳା-ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ୱାର୍ଥ ସିଦ୍ଧିର ପଥକୁ ପ୍ରଶସ୍ତ କରିବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ପୂ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପରିଶ୍ରମ କରି ଉଚିତ ମୂଲ୍ୟ ପାଇବେ । ଦିନସାରା କାର୍ଯ୍ୟରେ ବ୍ୟସ୍ତ ରହିବେ । ଆପଣଙ୍କ ପ୍ରିୟ ଆପଣଙ୍କୁ ଉପହାର ଦେଇପାରନ୍ତି ।
ଉ,ଷାଢା- ବାଦବିବାଦ ମାଲିମୋକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର
ଉ, ଷାଢା- ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ
ଶ୍ରବଣା-– ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।
ଧନିଷ୍ଠା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ
ଧନିଷ୍ଠା-ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧାହେବ ନାହିଁ । ଅର୍ଥ ସମ୍ପର୍କିତ ଚୁକ୍ତି ପତ୍ର କଲେ ଲାଭବାନ୍ ହେବେ । ନୂଆଲକ୍ଷ୍ୟ ପୂରଣ ପାଇ ସାହାଯ୍ୟ ସହଯୋଗ ମିଳିପାରେ ।
ଶତଭିଷା- ଧାର୍ମିକ ଚିନ୍ତାରୁ ଲାଭ ପାଇବେ । ଧୈର୍ଯ୍ୟ ସହ କାର୍ଯ୍ୟ କଲେ ସଫଳତା ହାସଲ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗୀତା ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଶତୃମାନଙ୍କ ଠାରୁ ଦୂରେଇ ରହିବା ଭଲ ।
ପୂ,ଭାଦ୍ରପଦ- ଉପସ୍ଥିତି ବୁଦ୍ଧି ଓ କୋଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ । ଘରେ ପୂଜା ପାଠ ଓ ବିଭିନ୍ନ ଶୁଭ କାର୍ଯ୍ୟରେ ଯୋଗ ଦେବେ । ପରିବହନରେ କ୍ଷତି ଆଶଙ୍କା ଅଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ
ପୂ, ଭାଦ୍ରପଦ- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ
ଉ, ଭାଦ୍ରପଦ- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।
ରେବତୀ- ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟନକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
Allegations Mount Against Baba: ବାବାଙ୍କ ବିରୋଧରେ ଲମ୍ୱୁଛି ଅଭିଯୋଗ ତାଲିକା, ସତ ଧରାଇଦେବ କଲ୍ ରେକର୍ଡ ଓ ଭିଡିଓ ଫୁଟେଜ୍

Raisin water benefits: ଓଜନ ହ୍ରାସ କରିବାକୁ ଚାହୁଁଛନ୍ତି କି? ସକାଳେ ଉଠିବା ମାତ୍ରେ ଖାଲି ପେଟରେ କିସମିସ୍ ପାଣି ପିଇବାର ଅଭ୍ୟାସ କରନ୍ତୁ

Controversy Hits Aryan Khan’s Web Series: ସମୀର ୱାଙ୍ଖଡେ ଆର୍ୟନ ଖାନଙ୍କ ୱେବ ସିରିଜ 'ଦି ବାଡ୍ସ ଅଫ୍ ବଲିଉଡ'କୁ ନେଇ କାହିଁକି କୋର୍ଟରେ ?

India Files ICC Complaint Against Pakistan: ଦେଖାଇଥିଲେ ବନ୍ଧୁକ ହେବ ବ୍ୟାନ ! ଛାଡିଯିବ ସବୁ ଫୁଟାଣି

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)