Advertisment

Daily Horoscope 27th September 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ  ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।

author-image
Deepak Acharya
undefined

ମେଷ

ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ  ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।
ଦ୍ୱିଜା – ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।  ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।
କୃତିକା – ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

Advertisment

ବୃଷ

କୃତିକା- ପ୍ରେମ ବଢ଼ିବା ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ
ରୋହିଣୀ- ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ଆତ୍ମୀୟସ୍ବଜନଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ। ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ । ସମ୍ମାନ ଓ ପ୍ରତିଷ୍ଠା ପାଇବେ
ମୃଗଶିରା- ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ । ଗୃହ ନିର୍ମାଣ, ଯାନ ମରାମତିରୁ ଖୁସି ରହିବେ । କାର୍ଯ୍ୟକୁଶଳତା ହେତୁ ମାନସିକ ସ୍ଥିତି ଭଲ ରହିବ । ମନ କଥା ମନରେ ରଖି କାମ ହାସଲ କରିବେ। 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ 
ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ

ମିଥୁନ

ମୃଗଶିରା  - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଶଂସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  
ଆଦ୍ରା -  ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଛାତ୍ରଛାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।  ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୁନର୍ବସୁ -  ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର  ସୁଯୋଗ  ରହିଛି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

Advertisment

କର୍କଟ

ପୁନର୍ବସୁ-ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ
ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ 
ଅଶ୍ଲେଷା- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରନ୍ତୁ

ସିଂହ

ମଘା – ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।  କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ 
ପୂ , ଫାଲଗୁନୀ - ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଉ ,ଫାଲଗୁନୀ – ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କନ୍ୟା

ଉ,ଫଳଗୁନି- ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ
ହସ୍ତା- ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ । ଯେ କୌଣସି କାମ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ 
ଚିତ୍ରା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ୟ୍ୟହରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଦ୍ଧ ଦେବଙ୍କ ବୀଜ ମନ୍ତ୍ର ଜପ କରନ୍ତୁ

ତୁଳା 

ଚିତ୍ରା – ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ ।  ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଶଂସିତ ହେବେ । 
ସ୍ୱାତୀ – ଛାତ୍ରଛାତ୍ରୀ ମାନେ ପଢାରେ ସଫଳତା ଆଣିବେ । ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ବିଶାଖା – ଉପରିସ୍ଥ କର୍ମଚାରୀ ମାନଙ୍କ  ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ବିଛା

ବିଶାଖା- ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ରହିବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ
ଅନୁରାଧା- ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।  ବ୍ୟବସାୟ ଅଗ୍ରଗତି କରିବା ପାଇଁ  ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।
ଜ୍ୟେଷ୍ଠା- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦ୍ବିତା କ୍ରମଶଃ ବୃଦ୍ଧି ପାଇବ ।  ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ହନୁମାନ ଚାଳିସା ପାଠ କରନ୍ତୁ

ଧନୁ

ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । 
ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । 
ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଆଜ୍ଞା ପାଳନ କରିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ୍ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ମକର

ଉ,ଷାଢା- ବ୍ୟବସାୟ ଅଗ୍ରଗତି କରିବା ପାଇଁ  ସାହାଯ୍ୟକାରୀ ଲୋକମାନେ ସହାୟତା ପାଇବେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । ଜୀବନ ସାଥିଙ୍କ ପାଖରେ ଅଧିକ ସମୟ ବିତାଇବେ ।
ଶ୍ରବଣା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଧନିଷ୍ଠା- ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ମନୋରଞ୍ଜନ କାର୍ୟ୍ୟ କ୍ରମରେ ନିଜକୁ ସାମିଲ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଶ୍ରୀ ଶନି ଚାଳିସା ପାଠ କରନ୍ତୁ

କୁମ୍ଭ

ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ୟ୍ୟ  ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । 
ଶତଭିଷା – ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ 
ପୂ , ଭାଦ୍ରପଦ  – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ

ପୂ,ଭାଦ୍ରପଦ- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି
ଉ,ଭାଦ୍ରପଦ- ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ । 
ରେବତୀ- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ । ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ବ୍ରାହ୍ମଣକୁ ବସ୍ତ୍ର ଦାନ କରନ୍ତୁ

Advertisment
Related Articles
Advertisment