Advertisment

Daily Horoscope 29th November 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ । ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ ।

author-image
Deepak Acharya
Horoscope

Horoscope Photograph: (OTV)

ମେଷ

ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ । 
ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ଦୀର୍ଘ ଦିନ ଧରି ଅଫିସ ରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ ।
କୃତିକା- ଆନିଷ୍ଠାନିକ କାମରେ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି । ଯାତ୍ରା ସମୟରେ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

Advertisment

ବୃଷ

କୃତିକା-ଅସମ୍ପୁର୍ଣ୍ଣ   କାର୍ଯ୍ୟ ସମ୍ପାଦନ କରି ସନ୍ତୋଷ ଲାଭ କରିବେ ।  ବ୍ୟବସାୟରେ ଆୟ , ବ୍ୟୟର ପରିମାଣ ପ୍ରାୟତଃ ସମାନ ରହିବ ।  ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ
ରୋହିଣୀ- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ
ମୃଗଶିରା- ବନ୍ଧୁବର୍ଗରେ କଳହ ଓ ମନାନ୍ତର ସୃଷ୍ଟି ହେବ । କୈାଣସି କଥାକୁ କେନ୍ଦ୍ର କରି ତର୍କ ବିତର୍କର ସମ୍ମୁଖୀନ ହେବେ । ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ମିଥୁନ

ମୃଗଶିରା- ଦାମ୍ପତ୍ୟ ଜୀବନରେ ବିବାଦ ସୃଷ୍ଟି ହୋଇପାରେ । ବ୍ୟବସାୟରେ ଲାଭ ପାଇବେ । ଆର୍ଥିକ ସମସ୍ୟାକୁ ଏଡାଇବା ପାଇଁ ଖର୍ଚ୍ଚ କମ୍ କରନ୍ତୁ । ପରିବାର ସଦସ୍ୟଙ୍କ କାର୍ଯ୍ୟ କଳାପକୁ ନେଇ କ୍ରୋଧିତ ହୋଇପାରନ୍ତି ।
ଆଦ୍ରା- ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ଈର୍ଷା ପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ।
ପୁନର୍ବସୁ- ପ୍ରେମ ସମ୍ପର୍କ ଦୃଷ୍ଟି କୋଣରୁ ସମୟ ଅନୁକୂଳ ରହିବ । ଅନେକ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡିପାରେ । ଜମି ସମ୍ବନ୍ଧୀୟ ବିବାଦକୁ କୋର୍ଟ କୁ ନେବା ପରିବର୍ତ୍ତେ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଚେଷ୍ଟା କରନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ

ପୁନର୍ବସୁ- ବ୍ୟବସାୟରେ ଧନଲାଭର  ଯୋଗ ରହିଛି । ପାରିବାରିକ ଶାନ୍ତି  ଅନୁଭବ କରିବେ   । ଶାରିରୀକ ପୀଡା ଅପେକ୍ଷା କୃତ କମ ରହିବ
ପୁଷ୍ୟା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ
ଅଶ୍ଲେଷା- ମୂଲ୍ୟବାନ ଜିନିଷ ହରେଇ ପାରନ୍ତି । ନୂତନ ଗୃହ ,ବାହନ ଜାଗା ,ଜମି କ୍ରୟ କରି ପାରିବେ । ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ସିଂହ

ମଘା- ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁ ମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଉତମ ରୋଜଗାର କରିପାରିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ ।
ପୂ,ଫାଲଗୁନି- ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧିରେ ସହାୟକ ହେବ । ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।
ଉ,ଫାଲଗୁନି- ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ପ୍ରେମୀଯୁଗଳ ମାନେ ନିଜ ମନର କଥା ଖୋଲା ହୃଦୟରେ କଥା ହୋଇପାରିବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟିତ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା

ଉ,ଫଳଗୁନି-ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂର ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।
ହସ୍ତା- ଚାକିରିରେ ସ୍ଥାନ ପରିବର୍ତନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଅନୁକୂଲ ରହିବ । ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ
ଚିତ୍ରା- ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ମୋହରେ ପଡି କ୍ଷତିଗ୍ରସ୍ତ ହୋଇପାରନ୍ତି । ନୂତନ ଭୂମି ଚୟନ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ତୁଳା

ଚିତ୍ରା- ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ କିଛି ଆଦାୟ ହୋଇ ନାନା ପ୍ରକାର ସୁବିଧା ସୁଯୋଗ ମିଳିବ । ଆୟର ନୂତନ ଉତ୍ସ ସୃଷ୍ଟି ହୋଇପାରେ । କର୍ମ କ୍ଷେତ୍ରରେ ଆପଣଙ୍କ କାମକୁ ଖରାପ କରିବାର ସମ୍ଭାବନା ଅଛି ।
ସ୍ୱାତୀ- ଅଫିସ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିଜଦୋଷରୁ ସ୍ବାସ୍ଥ୍ୟ ସମସ୍ୟା ଗୁରୁତର ହୋଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ।     
ବିଶାଖା- ଅଜଣା ବ୍ୟକ୍ତି ଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ନିଜର କୌଣସି ବ୍ୟକ୍ତିଗତ କାମ ହାସଲ ପାଇଁ ପର ଉପରେ ନିର୍ଭର କରିବାକୁ ପଡିପାରେ ।     
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –  ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା

ବିଶାଖା- ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି ।  ଚାକିରୀ କ୍ଷେତ୍ରରେ କାର୍ଯ୍ୟ କୈାଣସି ଭୁଲ ହୋଇପାରେ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ 
ଅନୁରାଧା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ ।  ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି  ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ
ଜ୍ୟେଷ୍ଠା- କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ ।  ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ୍ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ

ମୂଳା- ବାରମ୍ବାର ପରିବାରରେ ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । କର୍ମକ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ।     
ପୂ,ଷାଢା- ଅଫିସ ରେ ଅପ୍ରିୟ  ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ବନ୍ଧୁଙ୍କ ମାଧ୍ୟମରେ ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ ।
ଉ,ଷାଢା- ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପ୍ରର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତି ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଘରୁ କୌଣସି ଭୁଲ୍ ଖବର ଶୁଣି ବିବ୍ରତ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ

ମକର

ଉ,ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ପାଇବା ସହ ବିବାହ ବଦ୍ଧନରେ ବାନ୍ଧି ହେବେ । ବୁଦ୍ଧିଜୀବୀ ମାନଙ୍କର ଆୟ ଠିକ୍‌ଠାକ୍ ହେବା ସହିତ ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ ।
ଶ୍ରବଣା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ
ଧନିଷ୍ଠା- ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ଏହାକୁ ସୁଧାରି ନେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ। ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

କୁମ୍ଭ

ଧନିଷ୍ଠା- ଖୋଜୁଥିବା ଜିନିଷର ସନ୍ଧାନ ମିଳିବ । ପରିବାରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ । ପ୍ରତ୍ୟେକ କ୍ଷେତ୍ରରେ ନିରବତାକୁ ପ୍ରାଧାନ୍ୟ ଦେବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା କମି କମି ଆସିବ । 
ଶତଭିଷା- ସାମାଜିକ ସ୍ତରରେ ଜନହିତକର କାର୍ଯ୍ୟରେ ନିଜକୁ ଲିପ୍ତ ରଖିବେ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସମ୍ଭାବନା ରହିଛି । ଆନୁଷ୍ଠାନିକ କାମରେ କେତେକ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି ।     
ପୂ,ଭାଦ୍ରପଦ- ସ୍ୱାର୍ଥ ହାନି ଆଶଙ୍କାରେ ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି । ଯାହା ଆଶା  କରୁଥିଲେ ତାହା ଆଜି ବିଳମ୍ବରେ ପାଇବେ । ଅନ୍ୟର  ଅସୁବିଧା ଦୂର ପାଇଁ ନିଜକୁ କଷ୍ଟ ସ୍ୱୀକାର କରିବାକୁ ପଡିପାରେ ।  
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ଚିକିସ୍ୟା ପାଇଁ ଉତ୍ତମ ଦିନ ରହିବ ।  ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା,  ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ ହେବେ
ଉ,ଭାଦ୍ରପଦ- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ରାଜନୀତିରେ କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ
ରେବତୀ- ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Advertisment
Related Articles
Advertisment