ମେଷ
ଅଶ୍ୱନୀ- ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି । ସରକାରୀ କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।
ଦ୍ୱିଜା- ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । କର୍ମ କ୍ଷେତ୍ରକୁ ଯିବା ସମୟରେ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ
କୃତିକା- ଭଲ ଡାଏଟ୍ ରଖି ସ୍ୱାସ୍ଥ୍ୟର ଧ୍ୟାନ ନେଇପାରିବେ । କୃଷି ସମ୍ବନ୍ଧୀୟ କାର୍ଯ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି
ରୋହିଣୀ- ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଲେଖାପଢାରେ ସାଥିଙ୍କ ସାହାର୍ୟ୍ୟ ସହଯୋଗ ମିଳିବ । ଭାବୁଥିବା କାମଟିକୁ ସଂପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ
ମୃଗଶିରା- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ
ମୃଗଶିରା- ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ ।
ଆଦ୍ରା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତ୍ତିରୁ ସଫଳତା ହାସଲ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ ।
ପୁନର୍ବସୁ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ- ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର୍ଯ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ । ପରିବାରରେ କିଛି ବିବାଦ ଦେଖାଦେବା ସହିତ ଅଧିକ ଚାପଗ୍ରସ୍ତ ରହିପାରନ୍ତି ।
ପୁଷ୍ୟା- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର୍ୟ୍ୟୁ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ
ଅଶ୍ଲେଷା- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । ଚାଷୀଙ୍କୁ ଲାଭ ମିଳିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ
ମଘା- ଖୁସି ଖବର ଶୁଣି ମନ ପ୍ରଫୁଲ୍ଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ
ପୂ,ଫାଲଗୁନି-ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱାଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ ।
ଉ,ଫାଲଗୁନି- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା
ଉ,ଫଳଗୁନି- ଶାରୀରିକ କ୍ଲାନ୍ତି ଦୂର ହେବ। ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ
ହସ୍ତା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ ।
ଚିତ୍ରା- କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା
ଚିତ୍ରା- ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।ଅନେକ ସମୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ସ୍ୱାତୀ- କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ
ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା
ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ଆସିପାରେ । କାର୍ଯ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ
ଅନୁରାଧା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ
ଜ୍ୟେଷ୍ଠା- ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । ମନରେ ନୂଆ ଆଶା ସୃଷ୍ଟି ହେବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମନ୍ଦାର ଫୁଲକୁ ସୂର୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ
ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ
ପୂ,ଷାଢା- ରାଜନୀତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ।
ଉ,ଷାଢା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର
ଉ,ଷାଢା- ସ୍ୱାସ୍ଥ୍ୟରେ ଉନ୍ନତି ଆସିପାରେ । କାର୍ଯ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ
ଶ୍ରବଣା- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ଛାତ୍ରମାନଙ୍କର ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ
ଧନିଷ୍ଠା- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର୍ଯ୍ୟ ସିଦ୍ଧ ହେବ । ଚାକିରି କ୍ଷେତ୍ରରେ ଅନିଛା ସତ୍ତ୍ବେ ସ୍ଥାନାନ୍ତର ହୋଇ ପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ
ଶତଭିଷା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ
ପୂ,ଭାଦ୍ରପଦ- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ
ପୂ,ଭାଦ୍ରପଦ- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ
ଉ,ଭାଦ୍ରପଦ- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।
ରେବତୀ- ଭଗବାନ୍କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ । କ୍ଷମତାଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)