/odishatv-khabar/media/media_files/2025/12/01/horoscope-2025-12-01-08-26-15.jpg)
Horoscope Photograph: (OTV)
ମେଷ
ଅଶ୍ୱନୀ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ବ୍ୟବସାୟରେ ମତାନ୍ତର ଦେଖାଦେବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ
ଦ୍ୱିଜା- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳ ହେବେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ
କୃତିକା- କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ
କୃତିକା- କାର୍ଯ୍ୟବ୍ୟସ୍ତତା ଓ ମାନସିକ ଚାପ ବୃଦ୍ଧି ପାଇବା କାରଣରୁ ମନ ଅଶାନ୍ତ ରହିବ। ସମୟାନ୍ତରେ ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପରିବାରେ ମନୋମାଳିନ୍ୟ ଓ ଆର୍ଥିକ ସଂଙ୍କଟ ଦୂରେଇଯିବ ।
ରୋହିଣୀ- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ମୃଗଶିରା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ
ମୃଗଶିରା- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।
ଆଦ୍ରା- ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ରଛାତ୍ରୀ ମାନେ ସମୟର ସଦୁପଯୋଗ କରନ୍ତୁ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ । ସୁଯୋଗର ସଦ୍ବ୍ୟବହାର କରି କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ
ପୁନର୍ବସୁ- ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମାଛ ମାନଙ୍କୁ ଖାଦ୍ୟ ଦିଅନ୍ତୁ
କର୍କଟ
ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ
ପୁଷ୍ୟା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଅଶ୍ଲେଷା- ପ୍ରତ୍ୟେକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ଠିକ୍ ନିଷ୍ପତ୍ତି ନେବା ସହଜସାଧ୍ୟ ନ ହୋଇପାରେ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ
ମଘା- ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।
ପୂ,ଫାଲଗୁନି- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ ।
ଉ,ଫାଲଗୁନି- ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ଅଭିଳାଷା ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । କୈାଣସି ଗୋଟେ ବଡ ପଦବୀ ଯାଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା
ଉ,ଫଳଗୁନି- ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।
ହସ୍ତା- ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟିକ ସଫଳତା ମିଳିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହେବ ନାହିଁ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷାରେ ଭଲ ସଫଳତା ପାଇବେ ।
ଚିତ୍ରା- ମାଲିମୋକଦ୍ଦମା , ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଅସାବଧାନତା ବଶତଃ ଧନ ହାନି ଘଟିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗରିବ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ
ତୁଳା
ଚିତ୍ରା- ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ସ୍ୱାତୀ- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ ।
ବିଶାଖା- ପେସାଦାର ବ୍ୟବସାୟୀ ମାନଙ୍କ ଠାରୁ ସାବଧାନ୍ ରୁହନ୍ତୁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା
ବିଶାଖା- ଯେତେ ସତର୍କରେ ଚଳିଲେ ମଧ୍ୟ କିଛି ନା କିଛି ସମସ୍ୟା ମନକୁ ଅସ୍ଥିର କରିବ। ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଘଟିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
ଅନୁରାଧା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।
ଜ୍ୟେଷ୍ଠା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ମକର
ଉ,ଷାଢା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ
ଶ୍ରବଣା- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ।
ଧନିଷ୍ଠା- କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
ଧନୁ
ମୂଳା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବା ସହ ଆତ୍ମୀୟମାନଙ୍କ ଅବଦାନକୁ ପାସୋରି ପାରିବେ ନାହିଁ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ
ପୂ,ଷାଢା- ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ଉ,ଷାଢା- ସ୍ଥଗିତ ଥିବା କର୍ମଟି ପୂରଣ ହେବାପାଇଁ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ୟ୍ୟକଳାପ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅସହୟା ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରନ୍ତୁ
କୁମ୍ଭ
ଧନିଷ୍ଠା- ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ ।
ଶତଭିଷା- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।
ପୂ,ଭାଦ୍ରପଦ- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ
ପୂ,ଭାଦ୍ରପଦ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଉ,ଭାଦ୍ରପଦ- ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ। କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।
ରେବତୀ- ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କଳା, ସାହିତ୍ୟରେ ଉନ୍ନତି କରିବେ। ପରିବହନ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଧର୍ମସ୍ଥଳରେ ଚାଉଳ ଦାନ କରନ୍ତୁ
No Jail for Gambling in Odisha: ଜୁଆ ଖେଳିଲେ ନୋ ଜେଲ୍ , ତେଜିଲା ରାଜନୀତି...ସରକାରଙ୍କୁ ଘେରିଲେ ବିରୋଧୀ

KIIT's Fatal Neglect: କୁଆଡ଼େ ଗଲା କିଟ୍ ନେପାଳୀ ଛାତ୍ରୀ ମୃତ୍ୟୁ ତଦନ୍ତ ରିପୋର୍ଟ ? ଜଣଙ୍କ ପରେ ଜଣେ ଛାତ୍ରଛାତ୍ରୀ ଜୀବନ ହାରୁଛନ୍ତି

Illegal Bangladeshis: ଓଡ଼ିଶାରେ ବାଂଲାଦେଶୀଙ୍କୁ ଆଉ ରକ୍ଷା ନାହିଁ , ଟିକେ ବି ସନ୍ଦେହ ହେଲେ ପୋଲିସ ଉଠାଇ ନେଉଛି

Shock in Odisha: OSSC ପିଛା ଛାଡ଼ୁନି ବିବାଦ , ହିନ୍ଦୀ ଶିକ୍ଷକ ପରୀକ୍ଷାରେ SC ବର୍ଗରେ କଟଅଫ୍ ୧ ମାର୍କ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)