Advertisment

Daily Horoscope 5th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ସାଂସାରିକ ସ୍ୱାଧୀନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ ।

author-image
Deepak Acharya
Horoscope

Horoscope Photograph: (OTV)

ମେଷ

ଅଶ୍ୱନୀ- ସାଂସାରିକ ସ୍ୱାଧୀନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ
ଦ୍ୱିଜା- ଶିକ୍ଷୟିତ୍ରୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । 
କୃତିକା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି , ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ  ମିଳିବ ।  
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

Advertisment

ବୃଷ

କୃତିକା- ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ରୋହିଣୀ- ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ମୃଗଶିରା- ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।  ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ମିଥୁନ

ମୃଗଶିରା- କୈାଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ପ୍ରେମ ସଂପର୍କ ମଜବୁତ୍ ରହିବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ 
ଆଦ୍ରା- ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।
ପୁନର୍ବସୁ- ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ ।  ଅବହେଳା କରିଥିବା କାର‌୍ୟ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇ ପାରନ୍ତି । ଖେଳ କୁଦରେ ଖୁସି ରହିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

Advertisment

କର୍କଟ

ପୁନର୍ବସୁ- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି
ପୁଷ୍ୟା- ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ଅଫିସ୍‌ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ
ଅଶ୍ଲେଷା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ ।  ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ 

ସିଂହ

ମଘା- ଆତ୍ମବଳ ବୃଦ୍ଧି ପାଇବା ସହିତ ପରିବାରରେ ସୁଖ-ଶାନ୍ତି ପ୍ରାପ୍ତ ହେବ ।  ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିସ୍ଥିତି ଜଟିଳତା ମଧ୍ୟରେ ସମସ୍ତ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ ।
ପୂ,ଫାଲଗୁନି- ବେପାର ବୃତ୍ତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି
ଉ,ଫାଲଗୁନି- ଅଭାବି ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ ।  ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନସମ୍ମାନ ପାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ 

କନ୍ୟା

ଉ,ଫଳଗୁନି- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ ।
ହସ୍ତା- ଅଫିସ୍‌ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ ।  କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ 
ଚିତ୍ରା- କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ 

ତୁଳା

ଚିତ୍ରା- ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୌଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ ।
ସ୍ୱାତୀ- ରାଜନୀତି ଆଶା ଓ ଆକାଂକ୍ଷା ଭିତରେ କଟାଇବେ । ନିଜ କଥାରେ ସଞମତା ରଖି ନପାରିଲେ ଉପହାସିତ ହେବେ । ଛାତ୍ର ଛାତ୍ରି ମାନେ ପଢାରେ ଅଧିକ ସମୟ କଟାଇବେ 
ବିଶାଖା- ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ବିଛା

ବିଶାଖା- ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ ।
ଅନୁରାଧା- ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପ୍ରେମିକାକୁ ମନର କଥା କହିବେ ।
ଜ୍ୟେଷ୍ଠା- ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟସୂଚୀ ପରିବର୍ତ୍ତନ କରିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ

ମୂଳା- ପାରିବାରିକ ଜୀବନରେ ସନ୍ତୁଳନ ରକ୍ଷା କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ମୁଖ୍ୟ ଆୟକୁ ଛାଡି ଅନ୍ୟ ମାଧ୍ୟମରୁ ଅର୍ଥ ଉପାର୍ଜନ କରିବାର କୈାଶଳ ଆପଣେଇବେ ।
ପୂ,ଷାଢା- ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।    
ଉ,ଷାଢା- ସହକର୍ମୀ ମାନଙ୍କ ସହିତ ମତାନ୍ତର ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ମକର

ଉ,ଷାଢା- ଶାରୀରିକ ପୀଡା ଭୋଗ କରିପାରନ୍ତି ।  ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।
ଶ୍ରବଣା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ
ଧନିଷ୍ଠା- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ

ଧନିଷ୍ଠା- ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ ।  ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ  ଯୋଗଦାନ କରିବେ ।  ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ 
ଶତଭିଷା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର କରିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।    
ପୂ,ଭାଦ୍ରପଦ- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ ।  ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ

ପୂ,ଭାଦ୍ରପଦ- ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ
ଉ,ଭାଦ୍ରପଦ- ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ
ରେବତୀ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ ।  ଭୂ-ସମ୍ପତି କିଣିବା ପୂର୍ବରୁ  ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।   
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

Advertisment