Horoscope Photograph: (OTV)
ମେଷ
ଅଶ୍ୱନୀ- ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ । କର୍ମକ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ଦ୍ୱିଜା- ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ । ମନୋରଞ୍ଜନରେ କ୍ଷେତ୍ରରେ ଆଗ୍ରହୀ ହେବେ।
କୃତିକା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ
କୃତିକା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ ।
ରୋହିଣୀ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ମୃଗଶିରା- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ
ମୃଗଶିରା- ପରିବାରରେ ଛୋଟ କଥାକୁ ନେଇ କଳହ ସୃଷ୍ଟି ଆଶଙ୍କା ଦେଖାଦେଇପାରେ । ବାଣିଜ୍ୟ ଓ ବ୍ୟବସାୟରେ କିଛି ନା କିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହେବ । ବନ୍ଧୁ ଗହଣରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ।
ଆଦ୍ରା- ଆର୍ଥିକ ସ୍ୱଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତ୍ତୃପ୍ତି ଲାଭ କରିବେ । ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ୟ୍ୟ ସାଧନ କରିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।
ପୁନର୍ବସୁ- ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ହାସଲ କରିବେ ଏବଂ କଚେରି ମାମଲା ସପକ୍ଷରେ ଯିବ । ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତପ୍ତ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ
ପୁନର୍ବସୁ- ଦେହପୀଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।
ପୁଷ୍ୟା- ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଭଲ ସଫଳତା ଆଣିବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ଅଶ୍ଲେଷା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ
ମଘା- ଅତୀତ ଘଟଣା ମନେପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ
ପୂ,ଫାଲଗୁନି- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ
ଉ,ଫାଲଗୁନି- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା
ଉ,ଫଳଗୁନି- ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।
ହସ୍ତା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।
ଚିତ୍ରା- ନିଜ ପରିସରରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ତୁଳା
ଚିତ୍ରା- ଅନିୟମିତ ଆହାର ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।
ସ୍ୱାତୀ- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।
ବିଶାଖା- ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ବିବାଦର ସମାଧାନ ହୋଇଯିବ। ସ୍ୱାର୍ଥସାଧନ ଉଦ୍ଦେଶ୍ୟରେ ଆତ୍ମୀୟମାନେ ଆପଣଙ୍କ ପ୍ରଶଂସା କରି ପାରନ୍ତି। ରାଜନୀତିରେ ଆଶା ପୂରଣ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା
ବିଶାଖା- ସ୍ୱାସ୍ଥ୍ୟ ଠିକ୍ ରହିବ ଏବଂ କୌଣସି କାମ ଅଟକି ରହିବ ନାହିଁ । ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠା ହୋଇପାରେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ଅନୁରାଧା- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । ପଡୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।
ଜ୍ୟେଷ୍ଠା- କଳା, ସାହିତ୍ୟ,ଗବେଷଣା, ବାଣିଜ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି କରିପାରନ୍ତି । ଜମିଜମା, ଯାନବାହନ ଓ ଲୋକସମ୍ପର୍କ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ । ଆପଣଙ୍କ ନୀରବତାକୁ ସମ୍ପର୍କୀୟମାନେ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ
ମୂଳା- ଦେହ ଦୁର୍ବଳତା ପାଇଁ କର୍ମକ୍ଷେତ୍ରରେ ଠିକ୍ ସେ କାର୍ଯ୍ୟ କରିପାରିବେ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ।
ପୂ,ଷାଢା- କର୍ମ କ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । କୈାଶଳ କ୍ରମେ କାର୍ଯ୍ୟସିଦ୍ଧି ହେବ ।
ଉ,ଷାଢା- ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ
ମକର
ଉ,ଷାଢା- ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର କାରଣ ହୋଇପାରେ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ ।
ଶ୍ରବଣା- କର୍ମ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି, ଅର୍ଥ ଓ ସମ୍ମାନ ଲାଭ କରିବାରେ ସଫଳ ହେବେ । ରାଜନୈତିକ ସ୍ତରରେ ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇପାରନ୍ତି । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ ।
ଧନିଷ୍ଠା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ
ଧନିଷ୍ଠା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହିତ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ସାହିତ୍ୟ, ଲେଖାପଢ଼ା, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।
ଶତଭିଷା- ପରିବହନ, ଶେୟାର ବଜାର କ୍ଷେତ୍ରରୁ ସୁଫଳ ମିଳିବ । କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ସାମାଜିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ନ ହୋଇପାରେ।
ପୂ,ଭାଦ୍ରପଦ- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ
ପୂ,ଭାଦ୍ରପଦ-ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ
ଉ,ଭାଦ୍ରପଦ- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ର ସୁଯୋଗ ମିଳିପାରେ । ବିଦ୍ୟାର୍ଥୀ ମାନେ ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ ।
ରେବତୀ- ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ଯାତ୍ରା ସମୟରେ ଯାନ ବାହନରେ ସତର୍କ ରହିବା ଭଲ ନଚେତ୍ କୌଣସି ଅପ୍ରୀତିକର ପରିସ୍ଥତର ସାମ୍ନା କରିବାକୁ ପଡିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)