/odishatv-khabar/media/post_attachments/uploadimage/library/16_9/16_9_0/IMAGE_1637496367.jpg)
ମେଷ
ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଅଶାନ୍ତି ଅନୁଭବ କରିବେ । ବରିଷ୍ଟ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ । ରୋଗ ଓ ଋଚ୍ଚର ଶୀକାର ହୋଇ ପାରନ୍ତି । ବନ୍ଧୁ ବାନ୍ଧବଙ୍କ ସହିତ ମନୋମାଳିନ୍ୟ ହେବ । ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ବୃଷ
ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ଧାର୍ମିକ କାର୍ଯ୍ୟରେ ବାଧା, ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା କଳହ ଲାଗିପାରେ। ଶିଳ୍ପ,ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ମିଥୁନ
ପରିବାର ଭିତରେ ସମସ୍ୟା ଥିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବେ।କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । ସାଙ୍ଗ ସାଥିମାନେ ସାହାଯ୍ୟ କରିବା ଫଲରେ ସ୍ଥଗିତ କର୍ମଟି ପୂରଣ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରିପାରିବେ । ପରିବାରରେ ଆୟ ଉତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ମନପ୍ରାଣ ଢ଼ାଳି କରିଆସୁଥିବା କାମରେ ସଫଳତା ପାଇବେ। ଛାତ୍ରଛାତ୍ରୀଙ୍କୁ ନୂଆାି ପ୍ରୋଜେକ୍ଟ ଉପରେ କାମ କରିବାର ମଉକା ମିଳିବ। ବଡ଼ଙ୍କ ସହଯୋଗ ଆପଣଙ୍କ କ୍ୟାରିୟରକୁ ଆଗକୁ ବଢ଼ାଇବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ୟ୍ୟା ୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
କର୍କଟ
ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ଛାତ୍ରଛାତ୍ରୀମାନେ ଲେଖାପଢାରୁ ଶୁଭଫଳ ମିଳିବା ଫଳରେ ଆତ୍ମନିର୍ଭର ଶୀଳ ହେବେ ।ଆପଣ ନିଜର ଦାୟିତ୍ବ ଭଲଭାବେ ତୁଲାଇବେ। ନିଜର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ ରାଜନୀତି କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରିପାରିବେ । ବିବାଦୀୟ ପରିସ୍ଥିତି ସମାଧାନ ହୋଇ ଆୟ ଉତ୍ତମ ରହିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବନ୍ଧୁଙ୍କ ସହଯୋଗ ଦ୍ୱାରା ଆଗକୁ ବଢି ପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଓଁ ଶ୍ରାଂ ଶ୍ରୀଂ ସୈା ସଃ ଚନ୍ଦ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ସିଂହ
ଅଧିକ ସମୟ ପରିବାର ଲୋକଙ୍କ ସହିତ ଅତିବାହିତ କରିବେ। କୌଣସି ନିଷ୍ପତ୍ତି ନେବାରେ ମୁସ୍କିଲ ହେବ। କୌଣସି କାମରେ ଅନୁମାନଠୁ ଅଧିକ ଲାଭ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ । ପରିବାରେ ମତାନ୍ତର ମନାନ୍ତର ଦେଖାଦେଇପାରେ । ରାସ୍ତାରେ ଯିବା ସମୟରେ ସତର୍କରହିବା ଆବଶ୍ୟକ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ୟ୍ୟା ୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
କନ୍ୟା
ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂରେଇ ଯିବ । ଉତ୍ତର ଦାୟିତ୍ୱ ବଢିବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ରାଜନୀତି କ୍ଷେତ୍ରରେ ମନକୁ ଆଘାତ ଲାଗିପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । ଦାମ୍ପତ୍ୟ ଜୀବନରେ ସୁଖ ସମୃଦ୍ଧି ବଜାୟ ରହିବ। ଭାବୁକତାରେ ଆସି କୌଣସି ନିର୍ଣ୍ଣୟ ନିଅନ୍ତୁ ନାହିଁ। ଭାଗୀଦାରିରେ କୌଣସି ଡ଼ିଲ୍ କରିବା ଆପଣଙ୍କ ଲାଗି ଲାଭଦାୟକ ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ତୁଳା
ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ। କୌଣସି ସାମାଜିକ ସମାରୋହକୁ ଯିବାର ମଉକା ପାଇବେ। ଅଫିସରେ କାମକୁ ନେଇ କତୃପକ୍ଷ ପ୍ରଶଂସା କରିବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋଯୋଗ ଦେବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରିହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ । ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଓଁ ଦ୍ରାଂ ଦ୍ରୀଂ ଦୈା ସଃ ଶୁକ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ବିଛା
ସ୍ୱାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ ।ଶାରୀରିକ କଷ୍ଟ ଦୂର ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ । ପିଲାଙ୍କ ଠାରୁ କୌଣସି ଶୁଭ ଖବର ପାଇବେ। କୌଣସି ସୃଜନଶୀଳ କାର୍ଯ୍ୟରେ ଆପଣଙ୍କର ପ୍ରଶଂସା ହେବ। ଫିଲ୍ମ ଜଗତରେ ଲୋକଙ୍କୁ ବଡ଼ ପ୍ରୋଜେକ୍ଟ ମିଳିବ। ଘରେ ଖୁସିର ମାହୋଲ ରହିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଧନୁ
ଅଫିସରେ ସହକର୍ମୀ ଆପଣଙ୍କ ଠାରୁ କିଛି ଶିଖିବାକୁ ଚାହିଁବେ। ବେକାରଙ୍କୁ ରୋଜଗୋଦର ମିଳିପାରେ। ଦାମ୍ପତ୍ୟ ଜୀବନରେ ଲାଗି ରହିଥିବା ସମସ୍ୟା ସମାପ୍ତ ହେବ। ଛାତ୍ର କଂପ୍ୟୁଟର ପାଠ୍ୟକ୍ରମ ଶିଖିବାକୁ ମନସ୍ଥ କରିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇ ପାରେ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବା ଫଳରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ସ୍ଥଳ ବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ମକର
ବ୍ୟବସାୟରେ ବଡ଼ ଡ଼ିଲ୍ ଫାଇନାଲ ହେବା ଯୋଗୁଁ ପରିବାର ଲୋକଙ୍କ ସହିତ ଘରେ ସମାରୋହ କରିବେ। ଚାକିରିଜୀବୀ ସହକର୍ମୀଙ୍କର ପୂରା ସହଯୋଗ ପାଇବେ। ଶିକ୍ଷକଙ୍କ ଲାଗି ଦିନଟି ଭଲ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
କୁମ୍ଭ
ସମାଜରେ ମାନ ସମ୍ମାନ ବୃଦ୍ଧି ହେବ। ଅନଲାଇନିରେ ବେପାର କରିବା ଲାଗି ଯୋଜନା କରିବେ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କ ଉପରେ ଭରସା ବନାଇ ରଖନ୍ତୁ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ଭଲ ରହିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଖୁସିରହି ପାରନ୍ତି । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ମୀନ
କାମରେ ଆପଣଙ୍କୁ ସଫଳତା ମିଳିବ। ବ୍ୟବସାୟୀଙ୍କୁ ଭଲ ଲାଭ ହେବ। ଚାକିରିରେ ପଦୋନ୍ନତି ହେବ। ଦାମ୍ପତ୍ୟ ଜୀବନ ଭଲ ରହିବ। ରାଜନୀତିରେ ସଫଳତା ପାଇବେ।ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଆପଣଙ୍କ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ । କାରବାରରେ ସ୍ଥିତି ଠିକ୍ ରହିବ । କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା , ମାନସମ୍ମାନ ବଢିବ । ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । ଘର କାମରେ ପରିଜନଙ୍କର ସହଯୋଗ ପାଇବେ। ବନ୍ଧୁ ସହିତ ଯିବାକୁ ଥିବା ଭ୍ରମଣର ଯୋଜନା ବାତିଲ ହେବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
BJD’s Internal Equations Change: ଜୟ ଧମାକା ପରେ ବିଗିଡ଼ି ଗଲା ବିଜେଡି ଅଙ୍କ, କୋର୍ କମିଟିକୁ ପ୍ରାର୍ଥୀ ଚୟନ ଦାୟିତ୍ବ ଦେଲେ ନବୀନ

Welcome Lakshmi Home: ଦୀପାବଳି ପୂର୍ବରୁ ଘରୁ ଫୋପାଡ଼ି ଦିଅନ୍ତୁ ଏହି ସବୁ ଜିନିଷ, ନଚେତ ହୋଇପାରେ.....

Pitabas Panda Murder Mystery Deepens: ସପ୍ତାହେ ପରେ ଧରାପଡିଲେନି ପୀତବାସ ପଣ୍ଡାଙ୍କ ହତ୍ୟାକାରୀ, ୭୦ରୁ ଅଧିକଙ୍କୁ ଜେରା ସତ୍ତ୍ବେ ପୋଲିସ ହାତ ଖାଲି

Kalinga Ghat Remains Shut for Over a Month: ମାସେ ପରେ ବି ଅଗମ୍ୟ କଳିଙ୍ଗା ଘାଟି, ଠପ୍ ଗଞ୍ଜାମ-କନ୍ଧମାଳର ଲାଇଫ୍ ଲାଇନ୍

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)