Advertisment

ରସୁଣ : ମସଲା ନୁହେଁ ମହୌଷଧୀ

ରସୁଣ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଏକ ଭଲ ମସଲା ଭାବେ ମଧ୍ୟ ଲୋକପ୍ରିୟ।  ଅଧିକାଂଶ ଖାଦ୍ୟ ଆଇଟମରେ ରସୁଣର ବ୍ୟବହାର ହୋଇଥାଏ। କେବଳ ରୋଷେଇ ନୁହେଁ ବରଂ ଔଷଧ ଭାବେ ମଧ୍ୟ ରସୁଣର ବ୍ୟବହାର ହୋଇଥାଏ । ରସୁଣ ଖାଇବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ। ପୁରୁଷମାନେ ଖାଲି ପେଟରେ ରସୁଣ ଖାଇଲେ ଅନେକ ଉପକାର ପାଇଥାନ୍ତି। ରସୁଣରେ ଥିବା ପ୍ରାକୃତିକ ଆଣ୍ଟି ବାୟୋଟିକ ଅନେକ ସଂକ୍ରମଣ ଠାରୁ ସୁରକ୍ଷା ଦେଇଥାଏ । ଆସନ୍ତୁ […]

ରସୁଣ : ମସଲା ନୁହେଁ ମହୌଷଧୀ

garlics-1

Advertisment

ରସୁଣ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଏକ ଭଲ ମସଲା ଭାବେ ମଧ୍ୟ ଲୋକପ୍ରିୟ।  ଅଧିକାଂଶ ଖାଦ୍ୟ ଆଇଟମରେ ରସୁଣର ବ୍ୟବହାର ହୋଇଥାଏ। କେବଳ ରୋଷେଇ ନୁହେଁ ବରଂ ଔଷଧ ଭାବେ ମଧ୍ୟ ରସୁଣର ବ୍ୟବହାର ହୋଇଥାଏ । ରସୁଣ ଖାଇବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ। ପୁରୁଷମାନେ ଖାଲି ପେଟରେ ରସୁଣ ଖାଇଲେ ଅନେକ ଉପକାର ପାଇଥାନ୍ତି। ରସୁଣରେ ଥିବା ପ୍ରାକୃତିକ ଆଣ୍ଟି ବାୟୋଟିକ ଅନେକ ସଂକ୍ରମଣ ଠାରୁ ସୁରକ୍ଷା ଦେଇଥାଏ ।

Advertisment

publive-imageଆସନ୍ତୁ ଜାଣିବା ରସୁଣ କିପରି ଉପକାରୀ ସାବ୍ୟସ୍ତ ହୋଇଥାଏ-

୧ - ଔଷଧ ଭଳି କାମ କରେ – ରସୁଣ ଖାଇବା ଦ୍ୱାରା ଶରୀରରୁ ବିଷାକ୍ତ ପଦାର୍ଥ ସହଜରେ ସଫା ହୋଇଥାଏ । ଅର୍ଥାତ୍  ପେଟକୁ ପରିଷ୍କାର ରଖିବାରେ ରସୁଣ ଏକ ଔଷଧ ଭଳି କାମ କରିଥାଏ ।

୨- ବ୍ୟାକ୍ଟେରିଆ ନଷ୍ଟ କରେ– ରସୁଣ ଖାଇବା ଦ୍ୱାରା ପେଟ ସମସ୍ୟା ହୋଇନଥାଏ । ଏହା ଦ୍ୱାରା ପେଟରେ ଥିବା ବ୍ୟାକଟେରିଆ ନଷ୍ଟ ହୋଇଥାନ୍ତି ।

Advertisment

୩- ଥଣ୍ଡାଦିନରେ ଉପକାରୀ – ଯଦି ଥଣ୍ଡାଦିନରେ ଶିରା ପ୍ରଶିରା ଝିମଝିମ ହୋଇଥାଏ ତେବେ ରସୁଣ ଖାଇବା ଏଥିରୁ ଉପଶମ ମିଳିଥାଏ ।

୪- ଉଚ୍ଚ ରକ୍ତଚାପ ବେଳେ –ଯଦି ଉଚ୍ଚ ରକ୍ତଚାପ ସମସ୍ୟା ଥାଏ ,ତେବେ ରସୁଣକୁ ଖାଲି ପେଟରେ ଖାଇବା ଲାଭଦାୟକ ରହିବ ।

Advertisment

୫- ରକ୍ତ ସଂଚାଳନ ଠିକ୍‌ ହୁଏ– ଖାଲି ପେଟରେ ରସୁଣ ଖାଇବା ଦ୍ୱାରା ରକ୍ତ ସଂଚାଳନ ଠିକ ଭାବେ ହୋଇଥାଏ ଏବଂ ହୃଦୟ ସହ ଜଡିତ ରୋଗ ହେବାର ଆଶଙ୍କା କମ୍‌ ଥାଏ ।

୬ -କୋଲେଷ୍ଟ୍ରଲ ସ୍ତରକୁ ନିୟନ୍ତ୍ରଣ କରେ– ରସୁଣ କୋଲେଷ୍ଟ୍ରଲ ସମସ୍ୟା ପାଇଁ ଅତ୍ୟନ୍ତ ଲାଭଦାୟକ । ଏହା କୋଲେଷ୍ଟ୍ରଲ ସ୍ତରକୁ ନିୟନ୍ତ୍ରଣରେ ରଖିଥାଏ ।

୭- ରୋଗ ପ୍ରତିରୋଧକ ଶକ୍ତି ବଢେ– ରସୁଣ ଖାଇବା ଦ୍ୱାରା ଶରୀରରେ ରୋଗ ପ୍ରତିରୋଧକ କ୍ଷମତା ବଢିଥାଏ । ଫଳରେ ଶରୀରକୁ ରୋଗରୁ ଲଢିବା ପାଇଁ ଶକ୍ତି ମିଳିଥାଏ ।

୮- ମୁଖ ଦୁର୍ଗନ୍ଧ ଦୂର କରେ– ରସୁଣରେ ବ୍ୟାକଟେରିଆଲ ତତ୍ୱ ମିଳିଥାଏ । ତେଣୁ ରସୁଣ ଖାଇବା ଦ୍ୱାରା ମୁହଁର ଦୁର୍ଗନ୍ଧ ଦୂର ହୋଇଥାଏ ।

୯- ମାଂସପେଶୀ ଶକ୍ତ କରେ– ରସୁଣରେ ଭରପୂର ମାତ୍ରାରେ ପ୍ରୋଟିନ ଥାଏ ଯାହା ଦ୍ୱାରା ମାଂସପେଶୀ ଶକ୍ତ ହୋଇଥାଏ ।

୧୦- କୋଷ୍ଠକାଷ୍ଠିନ୍ୟ ଦୂର କରେ– ଏଥିରେ ଫାଇବର ଥାଏ, ଯାହା କୋଷ୍ଠକାଷ୍ଠିନ୍ୟ ପରି ସମସ୍ୟାର ସମାଧାନ କରିଥାଏ ।

Garlic Diseases Cured
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ