Advertisment

ଘରେ ପ୍ରସ୍ତୁତ କରନ୍ତୁ ଆଚାରି ଚିକେନ୍‌ | Achari Chicken

How to Prepare Achari Chicken ଆବଶ୍ୟକ ସାମଗ୍ରୀ: ଚିକେନ୍‌, କଟା ପିଆଜ, ପିଆଜ-ଅଦା-ରସୁଣ ବଟା, ଟମାଟୋ, କାଜୁ ପେଷ୍ଟ୍‌, ତେଲ, ଲବଙ୍ଗ, ଗୁଜୁରାତି, ଡାଲଚିନି, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ଆମଚୁର ପାଉଡର, ଦହି, ଚାଟ୍‌ ମସଲା, ଆଚାର ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିକେନ୍‌କୁ ଭଲ ଭାବେ ଧୋଇ ସାରିବା ପରେ ଏଥିରେ ଲୁଣ, ହଳଦୀ ଓ ଅଳ୍ପ ଦହି ଗୋଳାଇ ମ୍ୟାରିନେଟ୍ କରି ରଖନ୍ତୁ। ତା’ପରେ […]

ଘରେ ପ୍ରସ୍ତୁତ କରନ୍ତୁ ଆଚାରି ଚିକେନ୍‌ | Achari Chicken

achari chicken in odia

Advertisment

How to Prepare Achari Chicken

ଆବଶ୍ୟକ ସାମଗ୍ରୀ:

ଚିକେନ୍‌, କଟା ପିଆଜ, ପିଆଜ-ଅଦା-ରସୁଣ ବଟା, ଟମାଟୋ, କାଜୁ ପେଷ୍ଟ୍‌, ତେଲ, ଲବଙ୍ଗ, ଗୁଜୁରାତି, ଡାଲଚିନି, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ଆମଚୁର ପାଉଡର, ଦହି, ଚାଟ୍‌ ମସଲା, ଆଚାର ଓ ଲୁଣ।

Advertisment

ପ୍ରସ୍ତୁତି ପ୍ରଣାଳୀ:

ପ୍ରଥମେ ଚିକେନ୍‌କୁ ଭଲ ଭାବେ ଧୋଇ ସାରିବା ପରେ ଏଥିରେ ଲୁଣ, ହଳଦୀ ଓ ଅଳ୍ପ ଦହି ଗୋଳାଇ ମ୍ୟାରିନେଟ୍ କରି ରଖନ୍ତୁ।

ତା’ପରେ ଏକ କଡ଼େଇରେ ତେଲ ଗରମ କରି ଏଥିରେ ଲବଙ୍ଗ, ଗୁଜୁରାତି ଓ ଡାଲଚିନି ପକାଇ ଭାଜନ୍ତୁ। ପରେ ଏଥିରେ କଟା ପିଆଜ ପକାଇ କିଛି ସମୟ ଭାଜନ୍ତୁ।

Advertisment

ଏହାପରେ ଏଥିରେ ପିଆଜ, ଅଦା ଓ ରସୁଣ ବଟା ପକାଇ କିଛି ସମୟ କଷନ୍ତୁ। କିଛି ସମୟ କଷିବା ପରେ ଏଥିରେ ଟମାଟୋ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ଏବଂ ଚାଟ୍‌ ମସଲା ପକାଇ ଆଉ କିଛି ସମୟ ଧୀମା ଆଞ୍ଚରେ କଷନ୍ତୁ।

ମସଲା କଷି ହୋଇ ଆସିଲେ, ଏଥିରେ ଚିକେନ୍‌, ଲୁଣ, ଆମଚୁର ପାଉଡର୍‌, କାଜୁ ପେଷ୍ଟ୍‌ ଏବଂ ଆଚାର ପକାଇ ପୁଣି କଷନ୍ତୁ। ଏବେ ଏହାକୁ ସିଝିବା ଲାଗି କିଛି ସମୟ ଘୋଡ଼ଣୀ ଦେଇ ଛାଡ଼ି ଦିଅନ୍ତୁ। ସିଝିଗଲା ପରେ ଏହାକୁ ପ୍ଲେଟ୍‌କୁ କାଢ଼ି ଦିଅନ୍ତୁ।

Advertisment

ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କ ଚଟ୍‌ପଟା ଆଚାରି ଚିକେନ୍‌। ଏବେ ଏହାକୁ ରୁଟି, ନାନ୍‌, ପରଟା ବା ରୁମାଲ୍‌ ରୁଟି ସହ ପରଷନ୍ତୁ।

Also Read: How to Prepare Chingudi Fried Rice

Odia Food Recipes
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ