• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Section 144 Imposed In Kendrapara
୩ ପଞ୍ଚାୟତରେ ୨ ମାସ ପାଇଁ ଜାରି ହେଲା ୧୪୪ ଧାରା

ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ମୁହାଁମୁହିଁ ହୋଇଛନ୍ତି ପ୍ରଶାସନ-ଗ୍ରାମବାସୀ। ଏହି ପ୍ରକଳ୍ପ କାମ ନ କରିବା ପାଇଁ ଅଞ୍ଚଳବାସୀ ଅଡି ବସିଥିବାବେଳେ କାମ ଶେଷ କରିବା ପାଇଁ ଅଣ୍ଟା ଭିଡିଛନ୍ତି ସରକାର। ଏପରିକି କାର୍ଯ୍ୟ  ତ୍ୱରାନ୍ୱିତ ପାଇଁ ଜାରି କରାଯାଇଛି ୧୪୪ ଧାରା ।

Biju pattanaik Air port
ରେଡ୍ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ

ରେଡ୍ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ । ଆସନ୍ତା ୨୦ ତାରିଖ ଯାଏଁ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରେଡ୍ ଆଲର୍ଟ ଜାରି କରାଯାଇଛି ।

BJD leader Pravat Tripathy
ମୂର୍ତ୍ତିର ଉଚ୍ଚତା କମିଲେ କରୋନା କିପରି କମିବ: ପ୍ରଭାତ

ରାଜ୍ୟ ସରକାର ଧର୍ମୀୟ ଭାବନାକୁ ନେଇ ନିଷ୍ପତ୍ତି ନିଅନ୍ତୁ ବୋଲି ସେ କହିଛନ୍ତି। ନିୟମ ଟିକେ କୋହଳ ହେଲେ କରୋନା ବ୍ୟାପିବ ନାହିଁ। ତା ଛଡ଼ା ଗତବର୍ଷର ଅଭିଜ୍ଞତାକୁ ବିଚାରକୁ ନ ନେଇ ସରକାର ଏଥର ନିଷ୍ପତ୍ତି ନେଇଛନ୍ତି ବୋଲି ପ୍ରଭାତ କହିଛନ୍ତି।

Maa Tarinee Temple
ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଲା ଘଟଗାଁ ତାରିଣୀ ମନ୍ଦିର

ତାରିଣୀ ମନ୍ଦିର ସହ କେନ୍ଦୁଝରର ଶ୍ରୀବଳଦେବଜୀଉ ମନ୍ଦିର ମଧ୍ୟ କାଲିଠୁ ଭକ୍ତଙ୍କ ଲାଗି ଖୋଲିବାକୁ ଯାଉଛି। ସେହିଭଳି କେନ୍ଦୁଝର ଜିଲ୍ଲାର ଅନ୍ୟ ସବୁ ଧର୍ମାନୁଷ୍ଠାନ ମଧ୍ୟ ଖୋଲିବ। ତେବେ ସୋମବାର ଦିନ ଜିଲ୍ଲାର ସବୁ ଶୈବପୀଠକୁ ଭକ୍ତଙ୍କୁ ବାରଣ କରାଯାଇଛି।

Tent house Owner Protest
ଆମ କଥା ଭୁଲିଗଲେ ସରକାର ! ୧୦ ଲକ୍ଷ ପରିବାର ଚଳିବ କେମିତି?

ରାଜ୍ୟରେ ବିବାହ, ବ୍ରତ, ଶୁଦ୍ଧିକ୍ରିୟା ଆଦି ସାମାଜିକ କାର୍ଯ୍ୟରେ ୨୦ରୁ ୨୫ ଜଣଙ୍କୁ ଅନୁମତି ମିଳୁଛି। ଏପରି ସ୍ଥଳେ ଲୋକେ ବାଧ୍ୟହୋଇ ନିରାଡମ୍ବର ଆୟୋଜନ କରୁଥିବାରୁ ସେମାନଙ୍କର କୌଣସି ଆବଶ୍ୟକତା ପଡୁନି। ତେଣୁ ସେମାନଙ୍କ ବ୍ୟବସାୟ ଠପ୍ ସାଙ୍ଗକୁ ସାଜ ସରଞ୍ଜାମରେ କଳଙ୍କି ଲାଗିଲାଣି।

elephant
ଯେତିକି ଖାଉଛନ୍ତି, ତାଠୁ ଅଧିକ ନଷ୍ଟ କରୁଛନ୍ତି : ହାତୀ ଉପଦ୍ରବରେ ତ୍ରାହି ତ୍ରାହି ଡାକିଲେଣି ଲୋକେ

ଦିନ ଦିନ ଧରି ହାତୀ ଉପଦ୍ରବରେ ନାକେଦମ୍ ହେଲେଣି ମୟୂରଭଂଜ ଜିଲ୍ଲାର କରଞ୍ଜିଆ ଓ ଦୁଧିଆଣି ରେଞ୍ଜର ଶିରମଣିପୁର, କୁଂଜିଆମ, ମତା, ବଡଦେଉଳି, ସାନ ଦେଉଳି, ବାଲିପୋଷି, ନୂଆଗାଁ, ନେଡଡ଼ୁଆପାଳ ଭଳି ଗାଁ ଗୁଡିକ । ଗଲା ୩୦ ଦିନ ମଧ୍ୟରେ ପ୍ରାୟ ୩୫ଟି ଘର ଭାଙ୍ଗିବା ସହ ଧାନ ଚାଉଳ ଖାଇ ନଷ୍ଟ କରୁଛନ୍ତି

CYCLONE Relief
ଆଜି ଯାଏଁ ବଣ୍ଟା ଯାଇପାରିନି ବାତ୍ୟା ୟାସର ରିଲିଫ୍ ଚାଉଳ : ପଞ୍ଚାୟତ ଗୋଦାମରେ ପୋକ ସାଲୁବାଲୁ ହୋଇ ସଢୁଛି

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକକୁ ବାତ୍ୟା ୟାସ ପାଇଁ ଆସିଥିବା ରିଲିଫ୍ ସାମଗ୍ରୀ ଆଜିଯାଏ ବଣ୍ଟା ଯାଇ ପାରିନାହିଁ । ପଂଚାୟତ କାର୍ଯ୍ୟାଳୟରେ ପଡି ପଡି ନଷ୍ଟ ହେବାକୁ ବସିଲାଣି । ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାଇ ବାତ୍ୟା ପ୍ରଭାବିତ ଅଂଚଳ ପାଇଁ ରିଲିଫ ସାମଗ୍ରୀ ଯୋଗାଇ ଦିଆଯାଇଥିଲା ।

Malkangiri
ମାଲକାନଗିରି ଜିଲ୍ଲାରେ ଲଘୁ ଖଣିଜ ଟେଣ୍ଡର ମାମଲା : ରଦ୍ଦ ହେଲା ଆନ୍ଧ୍ର କମ୍ପାନୀର ସଲଭେନ୍ସି ସାର୍ଟିଫିକେଟ୍

ମାଲକାନଗିରି ଜିଲ୍ଲାରେ ଲଘୁ ଖଣିଜ ଟେଣ୍ଡର ମାମଲାରେ ରଦ୍ଦ ହେଲା । ଆନ୍ଧ୍ର କଂପାନୀର ସଲଭେନ୍ସି ସାର୍ଟିଫିକେଟ୍ କିଛି ମାସ ତଳେ ଜିଲ୍ଲାରେ ଲଘୁ ଖଣିଜ ଟେଣ୍ଡର ବେଳେ ଜିଲ୍ଲା ପ୍ରଶାସନ ଅନିୟମିତତା କରିଥିବା ନେଇ ଅଭିଯୋଗ ଆସିଥିଲା । ଆନ୍ଧ୍ରର ଜଣେ ଠିକାଦାର ଭୁଲ ତଥ୍ୟ ଦେଇ କୋଟିଏ ଟଙ୍କାର ସଲଭେନ୍ସିଂ ହାତେଇ ଥିବା ଅଭିଯୋଗ ହୋଇଥିଲା

deadbody on bullock cart
ମୃତଦେହ ପାଖ ମାଡିଲେନି ସମ୍ପର୍କୀୟ, ଶଗଡ଼ରେ ବାପାର ଶବକୁ ମଶାଣି ନେଲା ପୁଅ

ମୃତ୍ୟୁ ପରେ ବି ଶବକୁ ମିଳିଲାନି ସମ୍ମାନ। ଏପରିକି ଚାରି କାନ୍ଧ ଦେବାକୁ କେହି ନଥିଲେ। ଅନ୍ୟ ଜାତିର ହୋଇଥିବାରୁ ସମ୍ପର୍କୀୟ ମୃତଦେହ ପାଖ ମାଡ଼ିଲେନି। ଶେଷରେ ଶଗଡ଼ରେ ବାପାଙ୍କ ଶବକୁ ଶ୍ମଶାନ ନେଲା ନାବାଳକ ପୁଅ। 

khallikote university
ମାନ୍ୟତା ପରେ ମିଳୁଛି ମାନ୍ୟତା, ହେଲେ ବଦଳୁନି ଭିତ୍ତିଭୂମି

ମାନ୍ୟତା ପରେ ମିଳୁଛି ମାନ୍ୟତା। ହେଲେ ବଦଳୁନି ଭିତ୍ତିଭୂମି। ନା ଅଛନ୍ତି ଆବଶ୍ୟକ ସଂଖ୍ୟକ ଅଧ୍ୟାପକ ନା ଆରମ୍ଭ ହୋଇପାରୁଛି ଦ୍ୱିତୀୟ କ୍ୟାମ୍ପସ।ବ୍ରହ୍ମପୁରର ଖଲ୍ଲିକୋଟ ଏକକ ବିଶ୍ୱ ବିଦ୍ୟାଳୟରେ ଏଭଳି ଅସୁବିଧା ଦେଖିବାକୁ ମିଳିଛି।

College
୬ ମାସ ପରେ କ୍ୟାମ୍ପସ୍‌ରେ ପାଦ ପଡ଼ିବ, ହଷ୍ଟେଲରେ ପହଞ୍ଚିଲେଣି ଛାତ୍ରଛାତ୍ରୀ

ସ୍କୁଲ୍ ଓ କଲେଜ ପରେ କାଲିଠୁ ଖୋଲୁଛି ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ । ଏଥିପାଇଁ କ୍ୟାମ୍ପସ୍‌କୁ ବିଶୋଧନ ସହ ଛାତ୍ରଛାତ୍ରୀଙ୍କୁ ସଂକ୍ରମଣମୁକ୍ତ ପରିବେଶରେ ରଖିବାକୁ ସବୁ ପ୍ରକାର ପଦକ୍ଷେପ ନେଇଛନ୍ତି ସମସ୍ତ ଶିକ୍ଷାନୁଷ୍ଠାନ ।

PMAY SCAM
ଆବାସ ଯୋଜନା ହିତାଧିକାରୀଙ୍କ ଘର ଦେଖିଲେ ଓ କଥା ଶୁଣିଲେ ଆଖିରୁ ଲୁହ ଆସିବ

ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ କେଳେଙ୍କାରୀକୁ ନେଇ ଜାରି ରହିଛି ରାଜନୈତିକ ଘମାସାନ । ଯୋଜନାରେ ଘୋଟାଲାକୁ ନେଇ ବିରୋଧୀ ଖଡ୍ଗହସ୍ତ ।

jajpur pmay
ଥିଲା ବାଲାଙ୍କୁ ମିଳୁଛି, ନଥିଲା ବାଲାଙ୍କୁ ମିଳୁଛି ଫମ୍ପା ପ୍ରତିଶ୍ରୁତି

ଆବାସ ଯୋଜନାରେ ପୁଣି ଦୁର୍ନୀତି ହୋଇଥିବା ନେଇ ଆସିଲା ଅଭିଯୋଗ। ଯୋଜନାରୁ ବଂଚିତ ହୋଇଛନ୍ତି ବହୁ ଯୋଗ୍ୟ ହିତାଧିକାରୀ। କେବଳ ଏତିକି ନୁହେଁ ବରଂ ଆବାସ ଗୃହ ଯୋଗାଇ ଦେବା ଲାଗି ହିତାଧିକାରୀମାନଙ୍କୁ ଲାଂଚ ମଗାଯାଉଥିବା ପରି ଅଭିଯୋଗ ବି ହୋଇଛି । ହାତଗୁଞ୍ଜା ନଦେଲେ ଆବାସ ଗୃହ ମିଳୁ ନଥିବା ଲୋକେ ସିଧାସଳଖ ଅଭିଯୋଗ କରିଛନ୍ତି

Ro River
ଦୁନିଆର ସବୁଠୁ ଛୋଟ ନଦୀ, ମାତ୍ର ୪ରୁ ୫ଟି ଘର ପର୍ଯ୍ୟନ୍ତ ପ୍ରବାହିତ

ବୋଧ ହୁଏ ଏହା ଦୁନିଆର ସବୁଠୁ ଛୋଟ ନଦୀ । ଯାହାକି ମାତ୍ର ୪ରୁ ୫ଟି ଘର ପର୍ଯ୍ୟନ୍ତ ପ୍ରବାହିତ ହୋଇଛି । ଏହାର ଲମ୍ବା ଏତିକି ରହିଛି ଯେ, ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ।

Four baby Born
ଅତିଥି ହୋଇ ମା କୋଳକୁ ଆସିଥିଲେ ୪, ଚାଲିଗଲେ ୨

୪ ଛୁଆଙ୍କ ଜନ୍ମ ଖବର ଜାଣିବା ପରେ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଅଭିନେତା ସବ୍ୟସାଚୀ ମିଶ୍ର । ସେ ଲେଖିଛନ୍ତି ଯେ ଓଡ଼ିଶାରେ ଘଟିଲା ଭାରତୀୟ ଚିକିତ୍ସା ଇତିହାସର ଏକ ବିରଳ ମୁହୂର୍ତ୍ତ। ଏକାଥରେ ଜନ୍ମନେଲେ ୪ଟି ଲକ୍ଷ୍ମୀ ଆଉ ମୁଁ ହେଲି ମାମୁଁ ।

OIL Hike
ଖାଇବା ତେଲ ଦରରେ ଏବେ ଖାଉଟି କଲବଲ !

କେବଳ ରାଜ୍ୟ ନୁହେଁ, ଦେଶବ୍ୟାପୀ ଖାଇବା ତେଲର ଦାମ୍ ବଢ଼ିଥିବା ସ୍ୱୀକାର କରିଛନ୍ତି କେନ୍ଦ୍ର ଖାଦ୍ୟ ଓ ଖାଉଟୀ ବ୍ୟାପାର ମନ୍ତ୍ରୀ ପିୟୁଷ ଗୋୟଲ। ସଂସଦରେ ଉତ୍ତର ରଖି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ୨୦୧୬ରୁ ଦେଖିଲେ ଚଳିତ ବର୍ଷ ଖାଇବା ତେଲ ଦର ସବୁଠାରୁ ଅଧିକ ବଢ଼ିଛି।

Jayanti and her Mother
ଅଦରକାରୀ ସାମଗ୍ରୀରୁ ଫ୍ୟାସନେବଲ୍ ଇୟର ରିଙ୍ଗସ୍ ପ୍ରସ୍ତୁତ କରୁଛନ୍ତି ଛାତ୍ରୀ

କରୋନାରେ ଜୟନ୍ତୀଙ୍କ ପୁରା ପରିବାର ସଂକ୍ରମିତ ହେବା ପରେ ଘରେ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେତେବେଳେ ଘରେ ଖାଲି ବସିବା ଅପେକ୍ଷା କିଛି କରିବା ପାଇଁ ଯୋଜନା କରିଥିଲେ ଜୟନ୍ତୀ। ପରେ ମାଆଙ୍କ ସହ ମିଶି ଏସବୁ ପ୍ରସ୍ତୁତ କରିବା ସହ ନୂଆ ବିଜନେସ୍ ସେଟ୍ଅପ୍ କରିଥିଲେ।

odisha
ଅସୁରକ୍ଷିତ ଅବସ୍ଥାରେ ନଦୀବନ୍ଧ ! ବନ୍ଧର ଅନେକ ସ୍ଥାନରେ ହୋଇନାହିଁ ପଥର ପ୍ୟାକିଂ

ଅସୁରକ୍ଷିତ ନଦୀବନ୍ଧକୁ ନେଇ ବଢୁଛି ଚିନ୍ତା । ନା ଅଛି ପଥର ପ୍ୟାକିଂ ନା କରାଯାଉଛି ବିକଳ୍ପ ବ୍ୟବସ୍ଥା । ଅନେକ ସ୍ଥାନରେ ବନ୍ଧ ଫାଟି ଆଁ କରିଛି । ବଡ଼ ବଡ଼ ଗଛଲତା ମାଡି ଯାଇଥିବାରୁ ନଦୀ ଫୁଲିଲେ ବନ୍ଧରେ ଘଳିଆ ସୃଷ୍ଟି ହେବାର ଆଶଙ୍କା କରୁଛନ୍ତି ଲୋକେ

Dengue
ପାଖାପାଖି ହଜାରେ ଡେଙ୍ଗୁ ରୋଗୀ ହେଲେଣି, କିଛି ଫଲ୍ସ ଟେଷ୍ଟ ଯୋଗୁଁ ପଜିଟିଭ୍‌ ଅଧିକ ବାହାରୁଛି !

ରାଜ୍ୟରେ ଏବେ ପାଖାପାଖି ହଜାରେ ଡେଙ୍ଗୁ ରୋଗୀ ରହିଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି । ତେବେ ହଜାରେ ଭିତରୁ କେବଳ ଭୁବନେଶ୍ୱର ମହାନଗର ନିଗମରୁ ୭୧୪ କେସ୍ ରହିଛି ।

Soumya and BidyaBharati
ମନ୍ତ୍ରୀଙ୍କ ଅଗୋଚରରେ ପିଏସ୍ ଦୀପ୍ତିରଂଜନଙ୍କୁ ହଠାତ୍ ବଦଳି କାହିଁକି?

କିଛି ଦିନ ତଳେ ପାରଳାଖେମୁଣ୍ଡିର ACF ସୌମ୍ୟରଂଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସଂପର୍କୀୟ ଭାଇ ପରୋକ୍ଷରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଆଡ଼କୁ ଅଙ୍ଗୁଳି ଉଠାଇବା, ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ସ୍ମାରକ ପତ୍ର ଦେବା ଏବଂ ଏସବୁ ଭିତରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଅତର୍କିତ ବଦଳି, ଏହା ଭିତରେ କୌଣସି ଲିଙ୍କ୍ ନାହିଁ ତ?

Sundargarh Bandh
ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ଦାବିରେ ତେଜିଲା ଆନ୍ଦୋଳନ

ସୁନ୍ଦରଗଡ଼ରେ ରାଜ୍ୟର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ତେଜିଛି। କଂଗ୍ରେସ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ସହରରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି।

ମନରେଗା ସ୍କାମ
ଶ୍ରମିକ ନାଁରେ ଟଙ୍କା ଲୁଟିଛନ୍ତି ସରପଞ୍ଚଙ୍କ ସଂପର୍କୀୟ !

ଆଶ୍ଚର୍ଯ୍ୟର କଥା, ଜୟଦେବଙ୍କ ପତ୍ନୀ ପୁଷ୍ପଲତା ନାଁରେ ଅଛି ତିନି ତିନିଟି ଦାମୀ କାର ଏସବୁ ପରେ ବି ତାଙ୍କ ନାଁରେ ରହିଛି ଜବକାର୍ଡ। ସେହିଭଳି ସରପଞ୍ଚ ପୁଷ୍ପଲତା ପରିଡ଼ାଙ୍କ ସ୍ୱାମୀ ଯୁବ ବିଜେଡିର ବ୍ଲକ୍ ସଭାପତି ଥିଲେ ମଧ୍ୟ  ମନରେଗା କାମର ଭେଣ୍ଡର ଭାବେ କାମ ବି କରୁଛନ୍ତି। ତା ସତ୍ତ୍ୱେ  ଶ୍ରମିକ ତାଲିକାରୁ ତାଙ୍କ ନାଁ ବାଦ୍ ପଡିନି।

omc
ଦାଦାଗିରି କରୁଛି OMC: ଜୋର ଜବରଦସ୍ତ ଆଦିବାସୀଙ୍କ ଜମି ଛଡ଼ାଇ ନେଇ କଲା ଡମ୍ପିଂୟାର୍ଡ

କେନ୍ଦୁଝର ବାଂଶପାଳ ବ୍ଳକ ଶୁଆକାଟୀ ସ୍ଥିତ ଓ ଏମସି ଖଣିରେ ଖଣି ଖନନ ଓ ଡମ୍ପିଙ୍ଗି ୟାର୍ଡ ହାତେଇବା ପାଇଁ ଗ୍ରାମସଭାରେ ବଡ ବଡ ସ୍ଵପ୍ନ ଦେଖାଇଥିଲା ଓଏମସି । ସ୍ଥାନୀୟ ଲୋକଙ୍କୁ ସେଠାରେ ନିଯୁକ୍ତି ଦେବାତ ଦୂରର କଥା । ନିଜର ଡମ୍ପିଙ୍ଗୟାର୍ଡ ପାଇଁ ଜୋର ଜବରଦସ୍ତ ହାତେଇ ନେଇଛି ଉପର କଇଁସାରୀ ଗ୍ରାମର ଗରିବ ଆଦିବାସୀଙ୍କ ଜମିକୁ । ଡାକ୍ତର ମୁଣ୍ଡା ଓ ଚରଣ ସିଂ ମୁଣ୍ଡାଙ୍କ ଦୁଃଖ ଶୁଣିବାକୁ କେହି ନାହାନ୍ତି

dead body
ମଣ୍ଡିରେ ଧାନ ବିକ୍ରି ନହେବାରୁ ଚାଷୀଙ୍କ ଆତ୍ମହତ୍ୟା !

ପୁଣି ସାମ୍ନାକୁ ଆସିଲା ଚାଷୀ ଆତ୍ମହତ୍ୟା ଘଟଣା । ସମ୍ବଲୁପର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ । ଧନକଉଡ଼ା ବ୍ଲକ୍‌ କୁଦଗୁଣ୍ଡେରପୁର ଗାଁରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

Jajpur
ସରକାରୀ ସାହାଯ୍ୟକୁ ଅପେକ୍ଷା କରିଛନ୍ତି ଅଦୈତ

ଏମିତି ଘଟଣା ଘଟିଛି, ଯାଜପୁର ଜିଲ୍ଲା କୋରାଇ ବ୍ଲକ୍ ଗୋଳେଇପୁର ପଞ୍ଚାୟତ ମିର୍ଜାପୁର ଗାଁରେ। ଭିନ୍ନକ୍ଷମ ଯୁବକ ଅଦୈତ ମଳିକଙ୍କ ଘର ଓ ପରିବାରର କରୁଣଭରା କାହାଣୀର ଚିତ୍ର ଯିଏ ଦେଖିବ ତା ଆଖିରେ ବି ଲୁହ ଆସିଯିବ। ବାପା ମାଙ୍କ ଏକମାତ୍ର ପୁଅ ଅଦୈତ କିନ୍ତୁ ସେ ଭିନ୍ନକ୍ଷମ। ଭେଣ୍ଡିଆ ବୟସରେ ଭିନ୍ନକ୍ଷମ ସାଜି ବେସାହାରା ହୋଇପଡିଛନ୍ତି ଅଦୈତ୍ୟ । ଏହି ବୟସରେ ସେ ପରିବାର ବୋଝ ମୁଣ୍ଡାଇବା ପରିବର୍ତ୍ତେ ନିଜେ ପାଲିଟିଯାଇଛନ୍ତି ପରିବାର ପାଇଁ ବୋଝ