କେବଳ ରାଜ୍ୟ ନୁହେଁ, ଦେଶବ୍ୟାପୀ ଖାଇବା ତେଲର ଦାମ୍ ବଢ଼ିଥିବା ସ୍ୱୀକାର କରିଛନ୍ତି କେନ୍ଦ୍ର ଖାଦ୍ୟ ଓ ଖାଉଟୀ ବ୍ୟାପାର ମନ୍ତ୍ରୀ ପିୟୁଷ ଗୋୟଲ। ସଂସଦରେ ଉତ୍ତର ରଖି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ୨୦୧୬ରୁ ଦେଖିଲେ ଚଳିତ ବର୍ଷ ଖାଇବା ତେଲ ଦର ସବୁଠାରୁ ଅଧିକ ବଢ଼ିଛି।
କରୋନାରେ ଜୟନ୍ତୀଙ୍କ ପୁରା ପରିବାର ସଂକ୍ରମିତ ହେବା ପରେ ଘରେ କ୍ୱାରେଣ୍ଟିନ୍ରେ ରହିଥିଲେ। ସେତେବେଳେ ଘରେ ଖାଲି ବସିବା ଅପେକ୍ଷା କିଛି କରିବା ପାଇଁ ଯୋଜନା କରିଥିଲେ ଜୟନ୍ତୀ। ପରେ ମାଆଙ୍କ ସହ ମିଶି ଏସବୁ ପ୍ରସ୍ତୁତ କରିବା ସହ ନୂଆ ବିଜନେସ୍ ସେଟ୍ଅପ୍ କରିଥିଲେ।
ଅସୁରକ୍ଷିତ ନଦୀବନ୍ଧକୁ ନେଇ ବଢୁଛି ଚିନ୍ତା । ନା ଅଛି ପଥର ପ୍ୟାକିଂ ନା କରାଯାଉଛି ବିକଳ୍ପ ବ୍ୟବସ୍ଥା । ଅନେକ ସ୍ଥାନରେ ବନ୍ଧ ଫାଟି ଆଁ କରିଛି । ବଡ଼ ବଡ଼ ଗଛଲତା ମାଡି ଯାଇଥିବାରୁ ନଦୀ ଫୁଲିଲେ ବନ୍ଧରେ ଘଳିଆ ସୃଷ୍ଟି ହେବାର ଆଶଙ୍କା କରୁଛନ୍ତି ଲୋକେ
ରାଜ୍ୟରେ ଏବେ ପାଖାପାଖି ହଜାରେ ଡେଙ୍ଗୁ ରୋଗୀ ରହିଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି । ତେବେ ହଜାରେ ଭିତରୁ କେବଳ ଭୁବନେଶ୍ୱର ମହାନଗର ନିଗମରୁ ୭୧୪ କେସ୍ ରହିଛି ।
କିଛି ଦିନ ତଳେ ପାରଳାଖେମୁଣ୍ଡିର ACF ସୌମ୍ୟରଂଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସଂପର୍କୀୟ ଭାଇ ପରୋକ୍ଷରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଆଡ଼କୁ ଅଙ୍ଗୁଳି ଉଠାଇବା, ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ସ୍ମାରକ ପତ୍ର ଦେବା ଏବଂ ଏସବୁ ଭିତରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଅତର୍କିତ ବଦଳି, ଏହା ଭିତରେ କୌଣସି ଲିଙ୍କ୍ ନାହିଁ ତ?
ସୁନ୍ଦରଗଡ଼ରେ ରାଜ୍ୟର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ତେଜିଛି। କଂଗ୍ରେସ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ସହରରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି।
ଆଶ୍ଚର୍ଯ୍ୟର କଥା, ଜୟଦେବଙ୍କ ପତ୍ନୀ ପୁଷ୍ପଲତା ନାଁରେ ଅଛି ତିନି ତିନିଟି ଦାମୀ କାର ଏସବୁ ପରେ ବି ତାଙ୍କ ନାଁରେ ରହିଛି ଜବକାର୍ଡ। ସେହିଭଳି ସରପଞ୍ଚ ପୁଷ୍ପଲତା ପରିଡ଼ାଙ୍କ ସ୍ୱାମୀ ଯୁବ ବିଜେଡିର ବ୍ଲକ୍ ସଭାପତି ଥିଲେ ମଧ୍ୟ ମନରେଗା କାମର ଭେଣ୍ଡର ଭାବେ କାମ ବି କରୁଛନ୍ତି। ତା ସତ୍ତ୍ୱେ ଶ୍ରମିକ ତାଲିକାରୁ ତାଙ୍କ ନାଁ ବାଦ୍ ପଡିନି।
କେନ୍ଦୁଝର ବାଂଶପାଳ ବ୍ଳକ ଶୁଆକାଟୀ ସ୍ଥିତ ଓ ଏମସି ଖଣିରେ ଖଣି ଖନନ ଓ ଡମ୍ପିଙ୍ଗି ୟାର୍ଡ ହାତେଇବା ପାଇଁ ଗ୍ରାମସଭାରେ ବଡ ବଡ ସ୍ଵପ୍ନ ଦେଖାଇଥିଲା ଓଏମସି । ସ୍ଥାନୀୟ ଲୋକଙ୍କୁ ସେଠାରେ ନିଯୁକ୍ତି ଦେବାତ ଦୂରର କଥା । ନିଜର ଡମ୍ପିଙ୍ଗୟାର୍ଡ ପାଇଁ ଜୋର ଜବରଦସ୍ତ ହାତେଇ ନେଇଛି ଉପର କଇଁସାରୀ ଗ୍ରାମର ଗରିବ ଆଦିବାସୀଙ୍କ ଜମିକୁ । ଡାକ୍ତର ମୁଣ୍ଡା ଓ ଚରଣ ସିଂ ମୁଣ୍ଡାଙ୍କ ଦୁଃଖ ଶୁଣିବାକୁ କେହି ନାହାନ୍ତି
ପୁଣି ସାମ୍ନାକୁ ଆସିଲା ଚାଷୀ ଆତ୍ମହତ୍ୟା ଘଟଣା । ସମ୍ବଲୁପର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ । ଧନକଉଡ଼ା ବ୍ଲକ୍ କୁଦଗୁଣ୍ଡେରପୁର ଗାଁରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।
ଏମିତି ଘଟଣା ଘଟିଛି, ଯାଜପୁର ଜିଲ୍ଲା କୋରାଇ ବ୍ଲକ୍ ଗୋଳେଇପୁର ପଞ୍ଚାୟତ ମିର୍ଜାପୁର ଗାଁରେ। ଭିନ୍ନକ୍ଷମ ଯୁବକ ଅଦୈତ ମଳିକଙ୍କ ଘର ଓ ପରିବାରର କରୁଣଭରା କାହାଣୀର ଚିତ୍ର ଯିଏ ଦେଖିବ ତା ଆଖିରେ ବି ଲୁହ ଆସିଯିବ। ବାପା ମାଙ୍କ ଏକମାତ୍ର ପୁଅ ଅଦୈତ କିନ୍ତୁ ସେ ଭିନ୍ନକ୍ଷମ। ଭେଣ୍ଡିଆ ବୟସରେ ଭିନ୍ନକ୍ଷମ ସାଜି ବେସାହାରା ହୋଇପଡିଛନ୍ତି ଅଦୈତ୍ୟ । ଏହି ବୟସରେ ସେ ପରିବାର ବୋଝ ମୁଣ୍ଡାଇବା ପରିବର୍ତ୍ତେ ନିଜେ ପାଲିଟିଯାଇଛନ୍ତି ପରିବାର ପାଇଁ ବୋଝ
ରାଜଧାନୀ ଗାନ୍ଧୀମାର୍ଗରେ ଆଶାୟୀ ଶିକ୍ଷକଙ୍କ ଅଭିନବ ପ୍ରତିବାଦ । ରାସ୍ତାଉପରେ କାନଧରି ଆଣ୍ଠେଇ ବସିଲେ ଆଶାୟୀ ଶିକ୍ଷକ । ଏହାସହ ସରକାରଙ୍କ ବିରୋଧରେ ନାରାବାଜି ମଧ୍ୟ କଲେ ।
ଖୁବ୍ ଶୀଘ୍ର ଜୟପୁର ଓ ରଙ୍ଗେଇଲୁଣ୍ଡାରୁ ଉଡ଼ିବ ବିମାନ। ଏ ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।
ଧାନ ବିକ୍ରି ସମସ୍ୟା ଓ ଚାଷ କ୍ଷତିକୁ ନେଇ ସମ୍ବଲୁପର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଧନକଉଡ଼ା କୁଦଗୁଣ୍ଡେରପୁର ଗାଁର କୈବଲ୍ୟ ରୋହିଦାସ।
ଓଡ଼ିଆ ଘରେ ପ୍ରାୟତଃ ସମସ୍ତେ ମାଛ ଖାଇବା ପାଇଁ ପସନ୍ଦ କରିଥାନ୍ତି । ଘରେ ଘରେ ମାଛକୁ ନେଇ ବିଭିନ୍ନ ରେସିପି ତିଆରି କରାଯାଇଥାଏ । ମାଛକୁ ନେଇ ଅନେକ ରେସିପି ରହିଛି ,କିନ୍ତୁ ଏହି ବ୍ୟସ୍ତବହୁଳ ଜୀବନ ଭିତରେ ଆମେ ସୁଆଦିଆ ଖାଦ୍ୟରୁ ବଞ୍ଚିତ ରହିଯାଉ । କାରଣ ସୁଆଦିଆ କରିବା ପାଇଁ ଆମ ପାଖରେ ସମୟର ଅଭାବ। ତେବେ କେମିତି କମ୍ ସମୟ ମଧ୍ୟରେ ସୁଆଦିଆ ମାଛ ରାନ୍ଧିବେ, ଆସନ୍ତୁ ଜାଣିବା।
ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର ବେଳେ କଟିିଗଲା ଖାଦ୍ୟ ନଳୀ। ଫଳରେ ମହିଳା ଜଣକଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି। ଭଦ୍ରକ ଜିଲ୍ଲା ଧାମନଗର ବ୍ଳକ୍ ଅନ୍ତର୍ଗତ ଗୋପାଳପୁର ଗାଁରୁ ଏଭଳି ଅଭିଯୋଗ ଆସିଛି।
ଏମିତି ବି ଆସେ ମୃତ୍ୟୁ ! ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ପିକ୍ଅପ୍ ଭ୍ୟାନ୍। ଆଜି ସକାଳୁ ସକାଳୁ ବଲାଙ୍ଗିର ସହରରେ ଏହି ଦୁଃଖଦ ଘଟଣା ଘଟିଛି।
ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଥିବା ଜଣାପଡିଛି । ହିଞ୍ଜିଳିକାଟୁ ବ୍ଲକ୍ ପଲ୍ଲୀ ପଦ୍ମନାଭପୁର ଗ୍ରାମରେ କ୍ଷୁଦ୍ରଜଳ ସେଚନ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା କେନାଲ ଗାର୍ଡ ୱାର୍ଡ଼ କାର୍ଯ୍ୟରେ ମହାଦୁର୍ନୀତି ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ହିଞ୍ଜିଳିକାଟୁ ବ୍ଲକ୍ ମକରଝୋଳ ପଞ୍ଚାୟତ ପଦ୍ମନାଭପୁର ଗ୍ରାମରେ ସ୍ଥାନୀୟ ଅଞ୍ଚଳର ଚାଷ ଜମିକୁ ଜଳ ଯୋଗାଣର ସୁବନ୍ଦୋବସ୍ତ କରି ପ୍ରାୟ ୧ କୋଟି ୩୮ ଲକ୍ଷ ଟଙ୍କା ବ୍ୟୟରେ କେନାଲ ଗାର୍ଡ ୱାଲ କାମ ଦୀର୍ଘ ଦେଢ଼ ବର୍ଷ ଧରି କାମ ଚାଲିଲା ପରେ ପ୍ରାୟ ଦୁଇମାସ ତଳେ ନିର୍ମାଣ କାମ ଶେଷ ହୋଇଥିଲା
ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଭକ୍ତଙ୍କୁ ପାଛୋଟିବା ପାଇଁ ଆରମ୍ଭ ହେଲାଣି ସଜବାଜ । ସଜେଇ ହେଲାଣି ବଡ଼ ଦାଣ୍ଡ । ମହାପ୍ରଭୁଙ୍କୁ ଦେଖିବା ପାଇଁ ଭକ୍ତ ମନରେ ଅନେକ ଖୁସି ।
କେଉଁ ଉପାନ୍ତ ଅଞ୍ଚଳ ନୁହେଁ, ବରଂ ଏମିତି ଦୃଶ୍ୟ ଢେଙ୍କାନାଳ ଜିଲ୍ଲା ସଦର ମହକୁମାଠାରୁ ମାତ୍ର ୧୫ କିଲୋମିଟର ଦୂର ସଦାଶିବପୁର ପଞ୍ଚାୟତରେ ଦେଖିବାକୁ ମିଳିଛି। ଗାଁରେ ପାଇପ୍ ଲାଇନ୍ ପଡ଼ିଛି, ମାତ୍ର ସେଥିରୁ ଯେଉଁ ପାଣି ବାହାରୁଛି ତାହା ପିଇବା ଯୋଗ୍ୟ ନୁହେଁ। ବାଧ୍ୟ ହୋଇ ମାଇଲ ମାଇଲ୍ ବାଟ ଚାଲିଚାଲି ଯାଇ ନଈ ମଝିରେ ଚୂଆ ଖୋଳି ପାଣି ଆଣୁଛନ୍ତି ଲୋକେ। ପଞ୍ଚାୟତ ଅଧିନରେ ଥିବା ପ୍ରାୟ ୫ ଖଣ୍ଡ ଗାଁର ୬ ହଜାରରୁ ଅଧିକ ଲୋକେ ପାଣି ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସହରର ହାର୍ଟ କୁହାଯାଉଥିବା ଷ୍ଟେସନରୋଡ ଏବଂ ଓଟି ରୋଡକୁ ସଂଯୋଗ କରୁଛି ଏହି ରାସ୍ତା। ଏହି ରାସ୍ତାରେ ଗଲେ ଘରୋଇ ନର୍ସିଂହୋମ, ବଡ ବଡ ବ୍ୟବସାୟ ପ୍ରତିଷ୍ଠାନ ସହ କିଛି ପ୍ରତିଷ୍ଠିତ ଲୋକଙ୍କ ଘର ବି ରହିଛି। ହେଲେ ସାମାନ୍ୟ ବର୍ଷା ହେଲେ ରାସ୍ତା ହୋଇପଡେ ଜଳାର୍ଣ୍ଣବ। ସ୍ଥାନୀୟ ଲୋକଙ୍କ ଅଭିଯୋଗ, ହୋଲଡିଂ ଟ୍ୟାକ୍ସ ଦେବା ସତ୍ତ୍ୱେ ସମସ୍ୟାରୁ ମୁକୁଳି ପାରୁନୁ।
ଧୋକା ଦେଲା ସାତ ଜନମର ସାଥୀ । ରୀତି ନୀତିରେ ହୋଇଥିଲା ବାହାଘର । ଅଗ୍ନିକୁ ସାକ୍ଷୀ ରଖି ସାତ ଜନମର ସାଥି ହେବା ପାଇଁ ଉଭୟେ ଶପଥ ନେଇଥିଲେ । କିନ୍ତୁ ସାତଜନମର ସାଥି ହେବା ପାଇଁ ଶପଥ କରିଥିବା ସ୍ୱାମୀ, ଦଶ ବର୍ଷରେ ସ୍ତ୍ରୀକୁ ଦେଲା ଧୋକ୍କା ।
କମିଶନ ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ ପଦବୀରୁ ତଡ଼ା ଖାଇଥିବା କରିତକର୍ମା କୋଟିପତି ବିରଞ୍ଚି ସାହୁ କେବଳ ଜଣେ ନୁହଁନ୍ତି, ଦୀର୍ଘଦିନ ଧରି ଅନେକ ଲୋକଙ୍କ ସଂପୃକ୍ତିରେ ଏ ଦୁର୍ନୀତି ଚାଲିଥିବା ଅଭିଯୋଗ ଉଠିଛି । ଜଣଙ୍କ ପରେ ଜଣେ ଚାକିରି ଆଶାୟୀ ସାମ୍ନାକୁ ଆସି ବିଷୋଦଗାର୍ କରୁଛନ୍ତି । ତାସହ ବଖାଣୁଛନ୍ତି ନିଜ ବେଦନାଦାୟକ କାହାଣୀ । ଏସବୁ ଭିତରେ ଗତକାଲି ବିରଞ୍ଚିଙ୍କ କୁବେରପଣର ସତ ଖୋଜିବାକୁ ଏବଂ ଆର୍ଥିକ କାରବାରର ଗୁମର ଖୋଲିବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ଅଣ୍ଟା ଭିଡ଼ିଛି।
୩ ତାରିଖ ସିବିଏସଇ ରେଜଲ୍ଟ ବାହାରିଥିବା ବେଳେ ଏହି ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କର ରେଜଲ୍ଟ ଭଲ ହୋଇନାହିଁ ବୋଲି ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକ ଅଭିଯୋଗ କରିଛନ୍ତି । ଯେଉଁ ମାନେ ଅଷ୍ଟମ ଏବଂ ନବମରେ ୯୦ ପ୍ରତିଶତ ନମ୍ବର ରଖୁଥିଲେ, ସେମାନଙ୍କୁ ୪୦ ପ୍ରତିଶତରୁ କମ୍ ନମ୍ବର ମିଳିଛି
ସରକାରୀ ସହାୟତା ଆକାଶ କଇଁୟା ଚିଲିକା ମାଛ ପରି । ବୟସର ଅପରାହ୍ନରେ ବୃଦ୍ଧ ମହିଳାଙ୍କ ଉପରେ ପରିବାର ବୋଝ । ବଳବୟସ ଗଲାଣି, ଚମ ଧୁଡ଼ୁ ଧୁଡ଼ୁ କରୁଛି, ତଥାପି ଘର କାମ କରୁଛନ୍ତି । ପୁଅ କାମ କରିପାରୁନି, ପରିବାର ଚଳାଉଛନ୍ତି । ଏମିତି ସମସ୍ୟାରେ ଜୀବନ ଜିଉଁଛନ୍ତି ଅସହାୟ ଦୂର ମାଝି ।
ନେତା ହେବା ପରେ ବି ବଦଳି ନାହାନ୍ତି । ଚାରିଥର ସରପଞ୍ଚ, ଥରେ ପଞ୍ଚାୟତ ସମିତି ଅଧ୍ୟକ୍ଷ, ଥରେ ଜିଲ୍ଲା ପରିଷଦ ସଦସ୍ୟ ଆଉ ଏବେ ବିଧାୟକ । ବିଧାୟକଙ୍କୁ ଛୁଇଁପାରିନି ଭିଆଇପି କଲଚର୍ । ପଦବୀ ପାଇବାର ପରେ ବି ତାଙ୍କର ଚାଲିଚଳନ, ଆଚାର ବ୍ୟବହାରରେ କିଛି ପରିବର୍ତ୍ତନ ଆସିନି । ଆଜିକାଲି ନେତା ମାନେ ପଦ ପଦବୀ ପାଇଗଲା ସେମାନଙ୍କ ଢାଞ୍ଚା ବଦଳି ଯାଉଥିବା ଦେଖାଯାଉଛି ।