ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୧୦ଟା ୩୦ ଯାଏ ୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ ଓ କନ୍ଧମାଳ।
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି। କେଉଁଠି ତଳିଆ ଅଞ୍ଚଳରେ ପାଣି ପଶିଲାଣି ତ ଆଉ କେଉଁଠି ରାସ୍ତା ଉପରେ ପାଣିର ଲହଡ଼ି ଭାଙ୍ଗୁଛି। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆଜି ମଧ୍ୟ କିଛି ସ୍ଥାନରେ ସକାଳୁ ସକାଳୁ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ତେବେ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ୧୦ […]
ପିପିଲି: ବାଇକ୍ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ଯାତ୍ରୀବାହୀ ବସ୍। ପୁରୀ ଜିଲ୍ଲା ସାକ୍ଷୀଗୋପାଳପୁର ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ଛକ ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୯ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ‘ଶ୍ରୀ ଦୁର୍ଗା’ ନାମକ ଯାତ୍ରୀବାହୀ ବସ୍ ଆଜି ସକାଳେ ପୁରୀରୁ ଭୁବନେଶ୍ୱର ଆସୁଥିବା ବେଳେ ବୀରଗୋବିନ୍ଦପୁର ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବୀରଗୋବିନ୍ଦପୁର ଛକ ନିକଟରେ ଥିବା ମା’ ଦକ୍ଷିଣ କାଳୀଙ୍କୁ ଦର୍ଶନ କରି ୨ଜଣ ଯୁବକ […]
ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଉପକଣ୍ଠ ସଦର ଥାନା ଅନ୍ତର୍ଗତ ଆମ୍ବଗଡ଼ଠାରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଅଟୋରେ ବସିଥିବା ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ଦିନ ପ୍ରାୟ ୧୧ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଏକ ଅଟୋ ବ୍ରହ୍ମପୁର ଆଡ଼କୁ ଯାଉଥିବା ବେଳେ ଏକ ଘରୋଇ ବସ୍ ଓଭରଟେକ୍ କରି ଅଟୋର ଡାହାଣ ପାର୍ଶ୍ୱକୁ ଧକ୍କା ଦେଇଥିଲା। ମୃତା ମହିଳା […]
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଦେଓଗାଁ-ତୁଷୁରା ରାସ୍ତା ମହିପୁର ଛକରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଣ୍ଟୁ ବେନିଆ ଓ ତାଙ୍କ ଭଉଣୀ ସଞ୍ଜୁ ବେନିଆ। ସେମାନେ ଭାଇ ଭଉଣୀ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ସଞ୍ଜୁ ତାଙ୍କ ଭାଇ ମଣ୍ଟୁଙ୍କ ସହ ବାଇକ୍ରେ ସାଲେପାଲି ଗାଁକୁ ଯାଉଥିଲେ। ରାସ୍ତା ଅତିକ୍ରମ କରିବା ବେଳେ ତୁଷୁରା ପଟୁ ଆସୁଥିବା ଏକ ଚାଉଳ ବୋଝେଇ ଟ୍ରକ୍ ମହିପୁର […]
ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ୍ର ନିଲିଗୁଡ଼ା ସ୍ଥିତ ସାବେରୀ ନଦୀରେ ଡଙ୍ଗା ବୁଡ଼ି ଯିବାରୁ ୩ ଜଣ ନିଖୋଜ ହୋଇ ଯାଇଛନ୍ତି। ସେମାନଙ୍କ ଘର ପଡ଼ିଆ ବ୍ଲକ୍ ଅନ୍ତର୍ଗତ କୁମ୍ଭାରଗୁଡ଼ା ଗାଁରେ। ସେମାନେ ହେଲେ ଗାଁର ରାଜା କାବାସୀଙ୍କ ଦୁଇ ଝିଅ ମଲିକା କବସୀ, ଦିନେ କବାସୀ ଓ ଜଣେ ସ୍ଥାନୀୟ ଯୁବକ। ଗତକାଲି ଅପରାହ୍ଣରେ ସେମାନେ ଏକ ଦେଶୀ ଡଙ୍ଗାରେ ସାବେରୀ ନଦୀରେ ଆସୁଥିଲେ। ତେବେ ମଝି ନଦୀରେ ଡଙ୍ଗାଟି ଭାରସାମ୍ୟ ହରାଇ […]
ପାରାଦୀପ: ପାରାଦୀପ-କଟକ ରାସ୍ତା ଫୁଲବେଲାରୀ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ୟୁସନ୍ ଯାଉଥିବାବେଳେ ସ୍କୁଲ ଛାତ୍ରଙ୍କ ଉପରେ ହାଇୱା ଟ୍ରକ୍ ମାଡ଼ି ଯିବାରୁ ଘଟଣାସ୍ଥଳରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ୨ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ କୁଜଙ୍ଗ ଡାକ୍ତରଖାନା ପରେ କଟକକୁ ସ୍ଥାନାନ୍ତର କରାଯାଇଛି। ମୃତ ଛାତ୍ରଙ୍କ ନାଁ କାହ୍ନୁ ବୋଲି ଜଣାପଡ଼ିଛି।ମୃତାହତଙ୍କ ଘର ଫୁଲବେଲାରୀ ଗାଁରେ। ସୂଚନା ଅନୁସାରେ, ଏହି ୩ ଛାତ୍ର ସାଇକେଲ୍ରେ ଟ୍ୟୁସନ୍ ଯାଉଥିବା […]
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ତୁଷୁରା ନିକଟ ପୋଲ ଉପରୁ ଏକ ଟ୍ରକ୍ ତେଲ ନଦୀକୁ ଖସି ପଡ଼ିଛି। ନଦୀକୁ ଖସି ପଡ଼ିଥିବା ଟ୍ରକ୍ର ଡ୍ରାଇଭର ଓ ହେଲ୍ପର୍ଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ସେମାନଙ୍କୁ ଉଦ୍ଧାର ପାଇଁ ପ୍ରୟାସ ଚଲାଇଛି। ଟ୍ରକ୍ଟି ଭାରସାମ୍ୟ ହରାଇ ପୋଲର ବାଡ଼ ଭାଙ୍ଗି ନଦୀକୁ ଖସି ପଡ଼ିଥିବା ଜଣାପଡ଼ିଛି। ଏହା ଏକ ମାଲ୍ବାହୀ ଟ୍ରକ୍ ବୋଲି ସୂଚନା ମିଳିଛି। ତେବେ ନଦୀକୁ ଟ୍ରକ୍ଟି ଏମିତି ଖସି […]
ସମ୍ବଲପୁର(ସଞ୍ଜୟ ଜେନା): ସମ୍ୱଲପୁର ସ୍ଥିତ ମହାନଦୀର ସଡ଼କଘାଟକୁ ଗତକାଲିଠୁ ଗାଧୋଇବାକୁ ଯାଇଥିବା ୬ ଯୁବତୀଙ୍କ ମଧ୍ୟରୁ ଜଣଙ୍କ ପତ୍ତା ମିଳୁନି। ଗାଧୋଇବାକୁ ଯାଇଥିବା ବେଳେ ସମସ୍ତେ ଭାସି ଯାଇଥିଲେ। ତେବେ ସେମାନଙ୍କ ମଧ୍ୟରୁ ୫ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏବେବି ଜଣଙ୍କର ପତ୍ତା ମିଳୁନାହିଁ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ଗତ ସନ୍ଧ୍ୟାରୁ ତାହା ବନ୍ଦ ରହିଥିଲା। ଆଜି ପୁଣି ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ମିଳିଥିବା […]
ଅନୁଗୁଳ: ଅନୁଗୁଳ ସହରର ଗାନ୍ଧି ମାର୍ଗରେ ଏକ ଫାଇନାନ୍ସ କମ୍ପାନୀର ଜଣେ ରିକଭରି ଏଜେଣ୍ଟଙ୍କୁ ବିଚ୍ ରାସ୍ତାରେ ନିସ୍ତୁକ ମାଡ଼ ମାରି ଲହୁ ଲୁହାଣ କରିଛନ୍ତି କିଛି ଦୁର୍ବୃତ୍ତ। ଗତ ୧ ତାରିଖ ଅପରାହ୍ଣ ସମୟରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ଆଉ ସିସିଟିଭିରେ ଏହି ଦୃଶ୍ୟ କଏଦ ହୋଇଛି। ୪ ଜଣ ଆକ୍ରମଣକାରୀ ମୁହଁରେ କପଡ଼ା ବାନ୍ଧି କ୍ରିକେଟ୍ ଷ୍ଟମ୍ପରେ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କୁ ନିସ୍ତୁକ ପିଟୁଥିବା ଭିଡିଓରେ ଦେଖିବାକୁ ମିଳୁଛି। ଏଜେଣ୍ଟ ଜଣଙ୍କ ଆକ୍ରମଣକାରୀଙ୍କୁ […]
ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ଲୋଚାପଡ଼ାରେ ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୁଲିସ୍ ଉପରକୁ ଆକ୍ରମଣ। ଖଞ୍ଜପଡ଼ିଆ ସାହିରେ ଜୁଆ ଖେଳ ଚାଲୁଥିବା ଖବର ପାଇ ଶୁକ୍ରବାର ରାତିରେ ପୁଲିସ୍ ଚଢ଼ାଉ କରିଥିଲା। ତେବେ ଏହି ସମୟରେ ଜୁଆଡ଼ିମାନେ ପୁଲିସ୍ ଉପରକୁ ଆକ୍ରମଣ କରିଥିଲେ। ସେମାନେ ସଦର ଥାନା ପୁଲିସ୍ର ଗାଡ଼ିକୁ ଭାଙ୍ଗିବା ସହ ପାଟ୍ରୋଲିଂ ବାଇକ୍କୁ ବି ଭାଙ୍ଗି ଦେଇଥିଲେ। ଆକ୍ରମଣରେ ଦୁଇ ଜଣ ପୁଲିସ୍ କର୍ମଚାରୀ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ପୁଲିସ୍ […]
ଆନନ୍ଦପୁର(ମୁନା ସିଂ): ଚେନ୍ନାଇରୁ ଚୋରି, କେନ୍ଦୁଝରରୁ ଗିରଫ। ଚେନ୍ନାଇରୁ ଚୋରି କରି ଆସି ଓଡ଼ିଶାରେ ଲୁଚିଥିଲେ। ହେଲେ ସେମାନଙ୍କ ମଧ୍ୟରୁ ଜଣକୁ ଉଠାଇ ନେଇଛି ତାମିଲନାଡୁ ପୁଲିସ୍। କେନ୍ଦୁଝର ଜିଲ୍ଲାରେ ଏହି ଘଟଣା ଘଟିଛି। ଅଭିଯୁକ୍ତମାନେ ହେଲେ ଗୌରାଙ୍ଗ ଜେନା ଓ ଶିବା ନାୟକ। ପୁଲିସ୍ ଗୌରାଙ୍ଗକୁ ଗିରଫ କରିଥିବା ବେଳେ ଶିବା ଫେରାର ହୋଇଯାଇଛି। ସେମାନଙ୍କ ଘର ଘସିପୁରା ଥାନା ଅନ୍ତର୍ଗତ ତରଡ଼ିପାଳ ଗାଁରେ। ସୂଚନା ଅନୂଯାୟୀ, ଗୌରାଙ୍ଗ ଓ ଶିବା ଚେନ୍ନାଇର ତିରୁଭନମିୟୁର୍ ପୁଲିସ୍ […]
ଭୁବନେଶ୍ୱର: ରାଜ୍ୟରେ କିଛି ଜିଲ୍ଲାରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩ ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, ଭଦ୍ରକ ଓ ପୁରୀ। ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଚିତ୍ରକୋଣ୍ଡା: ବାଲିମେଳା ଜଳଭଣ୍ଡାରରୁ ଜଳସ୍ତର କମାଇବାକୁ ଦାବି। ଏନେଇ ଆଦିବାସୀ ବିପ୍ଲବୀ ଚାଷୀ ମୂଲ୍ୟ ସଂଗଠନ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଚେତାବନୀ ଦିଆଯାଇଛି। ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ଯୋଗୁ ସ୍ୱାଭିମାନ ଅଞ୍ଚଳରେ ଧାନ, ମାଣ୍ଡିଆ, ବିରି, ମୁଗ ଫସଲ ଇତ୍ୟାଦି ନଷ୍ଟ ହେଉଥିବା ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି। ଗତବର୍ଷ ପାଣି ମାଡ଼ି ଆସିବାରୁ ଚାଷ କାର୍ଯ୍ୟ କ୍ଷତିଗ୍ରସ୍ତ ହୋଇଥିଲା। ତେବେ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବା ବେଳେ ଚଳିତବର୍ଷ ଜଳସ୍ତର ବଢ଼ିବାରେ ଲାଗିଛି। […]
ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ଉପଲକ୍ଷେ ରାଜଧାନୀ ଭୁବନେଶ୍ୱରରେ ଲୋକଙ୍କ ସୁବିଧା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ପୁଲିସ୍ କମିଶନରେଟ୍ ପକ୍ଷରୁ ଭାରି ଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ଆଜିଠୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ କରାଯିବ। ଅଧିକ ସଂଖ୍ୟକ ଗାଡ଼ି ଚଳପ୍ରଚଳକୁ ନେଇ ଅପରାହ୍ଣ ୪ଟାରୁ ରାତି ୨ଟା ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହୋଇଛି। କୌଣସି ପ୍ରକାରର ଭାରି ଯାନ ନିମ୍ନୋକ୍ତ ରାସ୍ତାରେ ଏହି ଦିନ ଗୁଡ଼ିକରେ ଓ […]
ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ବେଗୁନିଆ ଛକ ନିକଟରେ ଏକ ବସ୍ ଟ୍ରକ୍କୁ ପଛରୁ ଧକ୍କା ଦେବା ଫଳରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଓ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ‘ପ୍ରଧାନ’ ନାମକ ଏହି ଘରୋଇ ବସ୍ଟି ଭୁବନେଶ୍ୱରରୁ କୋଲକାତା ଯାଉଥିଲା। ଏହି ସମୟରେ ବେଗୁନିଆ ଛକ ନିକଟରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ପଛପଟୁ ଧକ୍କା ଦେଇଥିଲା। […]
ଭୁବନେଶ୍ୱର: ରାଜ୍ୟରେ କିଛି ଜିଲ୍ଲାରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୦ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ ପୁରୀ। ସକାଳ ୧୦ଟା ୧୫ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
କେନ୍ଦୁଝର: କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେଙ୍କଡ଼ା ଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍କୁ ପଛପଟୁ ଏକ ବସ୍ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ହୋଇଛି। ଏଥିରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ବସ୍ ଡ୍ରାଇଭର ଓ ହେଲ୍ପର୍ଙ୍କ ସମେତ ୬ଜଣ ଯାତ୍ରୀ ଅଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ‘ଶ୍ରୀରାମ’ ନାମକ ଏହି ଘରୋଇ ବସ୍ ଯାତ୍ରୀଙ୍କୁ ନେଇ ବଡବିଲ୍ରୁ […]
ଯାଜପୁର: ବିଜ୍ଞାନ ଯୁଗରେ ବି ଅନ୍ଧବିଶ୍ୱାସର ରାଜୁତି ଚାଲିଛି। ଏଭଳି ଏକ ଅନ୍ଧବିଶ୍ୱାସର ଅଭାବନୀୟ ଚିତ୍ର ଯାଜପୁର ଜିଲ୍ଲାରେ ଦେଖିବାକୁ ମିଳିଛି। ସାପୁକାମୁଡ଼ା ପରେ ମେଡିକାଲ ନ ଯାଇ ମନ୍ଦିରରେ ଜଣେ ବ୍ୟକ୍ତି ଅଧିଆ ପଡ଼ିଥିବା ଦେଖିବାକୁ ମିଳିଛି। ସୂଚନା ଅନୁସାରେ, ଯାଜପୁର ଜିଲ୍ଲା କୋରୋଇ ଥାନା ଅନ୍ତର୍ଗତ ଅସନଝର ଗାଁର ରମାକାନ୍ତ ନାୟକଙ୍କୁ ସାପ କାମୁଡ଼ି ଦେଇଥିଲା। ହେଲେ ସେ ତୁରନ୍ତ ଚିକିତ୍ସା ଲାଗି ମେଡିକାଲ ନ ଯାଇ ଗାଁ ମନ୍ଦିରରେ ଅଧିଆ ପଡ଼ିଛନ୍ତି। ଆଉ […]
ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜାରେ ପାଗ ଭଲ ରହିବ ! କାହିଁକି ନା ବର୍ତ୍ତମାନ ଓଡ଼ିଶା ଉପରେ କିମ୍ବା ବଙ୍ଗୋପସାଗର ପାଖରେ କୌଣସି ଘୂର୍ଣ୍ଣିବଳୟ ନାହିଁ। କେବଳ ଏକ ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ରହିଛି। ଯାହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏବେ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘାଚ୍ଛନ୍ନ ଥିବାବେଳେ ଅଧିକାଂଶ ସ୍ଥାନରେ ଆକାଶ ମେଘ ମୁକ୍ତ ରହିଛି। ତେବେ ଉପର […]
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବିସ୍ଫୋରଣ ହୋଇଛି। ଏଥିରେ ଘରର କାନ୍ଥ ଭାଙ୍ଗି ଛିନ୍ଛତ୍ର ହୋଇପଡ଼ିଛି। ଗତକାଲି ବିଳମ୍ୱିତ ରାତିରେ ଏହି ବିସ୍ଫୋରଣ ହୋଇଛି। ସୂଚନା ଅନୁସାରେ, ଗାଁର କାଳିଚରଣ ମହାପାତ୍ରଙ୍କ ଏକ ତିନି ତାଲା କୋଠାର ଉପର ମହଲାରେ ବିସ୍ଫୋରଣ ହେବା ଫଳରେ ଉପର ମହଲାର କାନ୍ଥ ଭାଙ୍ଗି ଯାଇଛି। କାଳିଚରଣଙ୍କ ଘରର ଉପର ମହଲାରେ ଜଣେ ମାର୍ବଲ ମିସ୍ତ୍ରୀ ଭଡ଼ାରେ ରହୁଥିଲେ। ତାଙ୍କ ନାଁ […]
କୋରାପୁଟ: ଆନ୍ଧ୍ର ଓଡିଶା ସୀମାନ୍ତ ସାଲୁର ଘାଟିରେ ମାଟି ଅତଡ଼ା ଧସିବା ଫଳରେ ଯାନବାହାନ ଚଳାଚଳ ପ୍ରଭାବିତ ହୋଇଛି। ୨୬ନମ୍ବର ଜାତୀୟ ରାଜପଥରେ ଅଟକି ରହିଥିବା ଗାଡ଼ି ଗୁଡ଼ିକ ଗୋଟିଏ ପାର୍ଶ୍ୱରେ ଚଳାଚଳ କରୁଛି। ଫଳରେ ଧୀରେ ଧୀରେ ଗାଡ଼ି ଚଳାଚଳ ସ୍ୱାଭାବିକ ହେଉଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ସାଲୁର ଘାଟିରେ ମାଟି ଅତଡ଼ା ଧସିବା ଯୋଗୁ ଭୁବନେଶ୍ୱରରୁ ଜୟପୁର ଓ ଜୟପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଗାଡ଼ି ଗୁଡ଼ିକ ଅଟକି ରହିଥିଲା।
ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ଅବସରରେ ଯେଉଁମାନେ ନୂଆ ଗାଡ଼ି କିଣିଛନ୍ତି ସେମାନେ ଅକ୍ଟୋବର ୫ ଓ ୭ରେ ଗାଡ଼ିର ରେଜିଷ୍ଟ୍ରେସନ୍ କରିପାରିବେ। ଏହି ୨ ଦିନ ଆର୍ଟିଓ ଅଫିସ ଗୁଡ଼ିକ ଅପରାହ୍ଣ ୩ଟା ରୁ ୫ଟା ପର୍ଯ୍ୟନ୍ତ ଖୋଲା ରହିବ। ଏନେଇ ପରିବହନ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ସମୟରେ ଯେଉଁମାନେ ନୂଆ ଗାଡ଼ି କିଣିଥିବେ ସେମାନେ ପଞ୍ଜୀକରଣ ବା ରେଜିଷ୍ଟ୍ରେସନ୍ କରିପାରିବେ। ଏଥିସହ ବିନା ରେଜିଷ୍ଟ୍ରେସନ୍ରେ ଯେପରି ଗାଡି ବିକ୍ରି ନ ହୁଏ […]
ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): କର୍ତ୍ତବ୍ୟରେ ଅବହେଳା ପାଇଁ ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ବହାଡ଼ାଝୋଲା ଫାଣ୍ଡି ଏଏସ୍ଆଇ ଶରତ ମିଶ୍ରଙ୍କୁ ନିଲମ୍ବନ କରାଯାଇଛି। ଡିଆଇଜି ଆଶିଷ ସିଂଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଏସ୍ପି ଶଶୀଭୂଷଣ ଶତପଥୀ ଏହି ନିଲମ୍ବନ ଆଦେଶ ଦେଇଛନ୍ତି। ସେହିପରି ଓଡ଼ଗାଁ ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ପଣ୍ଡାଙ୍କର ମଧ୍ୟ ବଦଳି ହୋଇଛି। ଏକ ମାମଲାରେ ଅବହେଳା କରୁଥିବା ନେଇ ଜଣେ ବ୍ୟକ୍ତି ବହାଡ଼ାଝୋଲା ଫାଣ୍ଡି ଅଧିକାରୀ ଓ ଓଡ଼ଗାଁ ଥାନା ଅଧିକାରୀଙ୍କ ବିରୋଧରେ ଫେରାଦ ହୋଇଥିଲେ। […]
ଭୁବନେଶ୍ୱର: ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ରାଜ୍ୟର ୩ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପକ୍ଷରୁ ପଦଯାତ୍ରା ଆରମ୍ଭ ହୋଇଛି। ଏଥିରେ ଦଳର ବିଭିନ୍ନ ନେତା ଓ କର୍ମୀମାନେ ମଧ୍ୟ ସାମିଲ ହୋଇଥିଲେ। ବିଜେଡ଼ିର ଏହି ପଦଯାତ୍ରା ଏକାମ୍ର ନିର୍ବାଚନ ମଣ୍ଡଳୀର ୬୨ ନମ୍ବର ଓ୍ୱାର୍ଡରୁ ଶୁଭାରମ୍ଭ ହୋଇଥିବା ବେଳେ କଟକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ବିଜେପି ପକ୍ଷରୁ ଗାନ୍ଧି ସଂକଳ୍ପ ପଦଯାତ୍ରା ଅନୁଷ୍ଠିତ […]