• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

bbsr
ଶପଥ ଗ୍ରହଣ ଉତ୍ସବରେ ନବୀନଙ୍କ ଭାଇଭଉଣୀ

ଭୁବନେଶ୍ୱର: ଲଗାତର ପଞ୍ଚମ ଥର ପାଇଁ ଆଜି ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଶପଥ ନେବେ। ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ୨୦  ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେବେ। ନବୀନଙ୍କ ଏହି ଶପଥ ସମାରୋହ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶପଥ ସମାରୋହରେ ନବୀନ ପଟ୍ଟନାୟକଙ୍କ ପହଞ୍ଚି ସାରିଥିବା ବେଳେ ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକ ଓ ଭଉଣୀ ଗୀତା ମେହେଟ୍ଟା ମଧ୍ୟ ଯୋଗ […]

  • Saturday, 10 July 2021
representational image
ସ୍କୁଟିକୁ ଚାପି ଦେଲା ଟ୍ରକ୍‌: ପୁଅ ମୃତ, ବାପା ଗୁରୁତର

ନୟାଗଡ଼: ଟ୍ୟୁସନ ସାରି ଘରକୁ ଫେରୁଥିବା ବେଳେ ଟ୍ରକ୍‌ ଚାପି ଦେବାରୁ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ତାଙ୍କ ବାପା ମଧ୍ୟ ଗୁରୁତର ହୋଇଛନ୍ତି। ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ଗୌରାଙ୍ଗପୁର ଗାଁରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ଅଷ୍ଟମ ଶ୍ରେଣୀ ଛାତ୍ର ସୌମ୍ୟରଞ୍ଜନ ପ‍ଢ଼ିଆରୀ। ଗୁରୁତର ଆହତ ହୋଇଥିବା ତାଙ୍କ ବାପା ରଞ୍ଜିତ କୁମାର ପଢ଼ିଆରୀଙ୍କୁ ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। […]

  • Saturday, 10 July 2021
minister
ନବୀନଙ୍କ ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିଲେ ଏହି ପୁରୁଣା ମନ୍ତ୍ରୀ

ଭୁବନେଶ୍ୱର: ଲଗାତର ପଞ୍ଚମ ଥର ପାଇଁ ଆଜି ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଶପଥ ନେବେ। ଆଜି ଦିନ ସାଢ଼େ ୧୦ଟାରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବ ହେବ। ଏଥିପାଇଁ ପ୍ରଦର୍ଶନୀ ପଡ଼ିଆରେ ଭବ୍ୟ ଆୟୋଜନ କରାଯାଇଛି। ଶପଥ ନେବାକୁ ଥିବା ନବୀନଙ୍କ ସହିତ ନୂଆ ମନ୍ତ୍ରିମଣ୍ଡଳର ତାଲିକା ଗତକାଲି ପ୍ରକାଶ ପାଇଥିଲା। ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ୮ଜଣ ପୁରୁଣା ମନ୍ତ୍ରୀ ବାଦ୍‌ ପଡ଼ିଥିବା ବେଳେ ଚତୁର୍ଥ ପାଳିର ଶେଷ ସମୟ ପର୍ଯ୍ୟନ୍ତ ମନ୍ତ୍ରୀ ଥିବା […]

  • Saturday, 10 July 2021
cm
ନବୀନଙ୍କ ନୂଆ ଟିମ୍‌ରେ ୬ ପୁରୁଣା ମୁହଁ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ କ୍ରମାଗତ ପଞ୍ଚମଥର ପାଇଁ ଆଜି ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବେ। ଏଥିପାଇଁ ଶପଥ ନେବାକୁ ଥିବା ନବୀନଙ୍କ ସହିତ ନୂଆ ମନ୍ତ୍ରିମଣ୍ଡଳର ତାଲିକା ଗତକାଲି ପ୍ରକାଶ ପାଇଥିଲା। ଏନେଇ ରାଜଭବନ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇଥିଲା। ଆଜି ମନ୍ତ୍ରିମଣ୍ଡଳରେ ୧୧ ଜଣ କ୍ୟାବିନେଟ ଓ ୯ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେବେ। ଗୋଟିଏ ମନ୍ତ୍ରୀ ପଦକୁ ନବୀନ ଖାଲି ରଖିଛନ୍ତି। ଚତୁର୍ଥ ପାଳିର ଶେଷ ସମୟ ପର୍ଯ୍ୟନ୍ତ ମନ୍ତ୍ରୀ ଥିବା […]

  • Saturday, 10 July 2021
naveen
ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଲଗାତର ପଞ୍ଚମ ଥର ପାଇଁ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଆଜି ଦିନ ସାଢ଼େ ୧୦ଟାରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ହେବ ଶପଥ ଗ୍ରହଣ ଉତ୍ସବ। ଏଥିପାଇଁ ପ୍ରଦର୍ଶନୀ ପଡିଆରେ ଭବ୍ୟ ଆୟୋଜନ କରାଯାଇଛି। ଶପଥ ଗ୍ରହଣ ସ୍ଥାନ ଭିତର ଓ ବାହାରର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବା ସହ ଅତିଥିମାନଙ୍କ ପ୍ରବେଶ ପାଇଁ ୫ଟି ପ୍ରବେଶ ପଥ ନିର୍ଦ୍ଧାରଣ କରାଯାଇଛି। ଭିଭିଆଇପି,ନିମନ୍ତ୍ରିତ ଅତିଥି […]

  • Saturday, 10 July 2021
fire safety
ସୁରତ ଘଟଣା ପରେ ପଶିଲା ଚେତା; କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗର ଯାଞ୍ଚ

ଭୁବନେଶ୍ୱର: ଗୁଜରାଟ ସୁରଟର ସରଥଣା କୋଚିଂ ସେଣ୍ଟରରେ ହୋଇଥିବା ଅଗ୍ନିକାଣ୍ଡ ପରେ ଓଡ଼ିଶାରେ ଅଗ୍ନିଶମ ବିଭାଗର ତତ୍ପରତା ଦେଖିବାକୁ ମିଳିଛି। କୋଚିଂ ସେଣ୍ଟର ଗୁଡ଼ିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଅଛି କି ନାହିଁ ସେନେଇ ଯାଞ୍ଚ କରାଯାଉଛି।ଏଥିଲାଗି ୨୨ଟି ଟିମ୍‌ ଗଠନ କରାଯାଇଛି। ଆଜି ଭୁବନେଶ୍ୱର, କଟକରେ ଥିବା କୋଚିଂ ସେଣ୍ଟର ଗୁଡ଼ିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଯାଞ୍ଚ କରାଯାଉଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ଯାଞ୍ଚ କରାଯିବ ବୋଲି ଜଣାପଡ଼ିଛି। ତେବେ ଯାଞ୍ଚ ସମୟରେ କିଛି […]

  • Saturday, 10 July 2021
theft
ଚୋରଙ୍କୁ ଧରି ନଡ଼ିଆ ଗଛରେ ବାନ୍ଧିଲେ ଗାଁ ଲୋକେ

ସାଲେପୁର: ରାତିଅଧରେ ପାଚେରି ଡେଇଁ ପଶିଥିଲେ ଚୋରି କରିବାକୁ । ହେଲେ ଉଦ୍ୟମ ହୋଇଗଲା ପଣ୍ଡ। କିଛି ବୁଝିବା ଆଗରୁ ଗାଁ ଲୋକେ ମାଡି ବସି କାବୁ କରି ନେଲେ ୩ ଚୋରଙ୍କୁ। ଆଉ ସେଠାରୁ ସେମାନେ ସିଧା ଗଲେ ଥାନାକୁ। କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ଅଢ଼ଙ୍ଗା ଗାଁରେ ଏଭଳି ଘଟଣା ଘଟିଛି । ଧରାପଡ଼ିଥିବା ଚୋରମାନେ ହେଲେ ସେହି ଗାଁର ବୀରକିଶୋର ସାହୁ ଓ ଲଷ୍ମୀଧର ସାହୁ ଏବଂ ସୁନାଖଣ୍ଡି କାଶୀପୁର ଗାଁର ଗଣେଶ୍ୱର […]

  • Saturday, 10 July 2021
accident
ସୋରରେ ଟୁରିଷ୍ଟ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ

ସୋର: ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଦହିସଡା ଛଅପୋଲିଆ ନିକଟରେ ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ୧୬ ନମ୍ବର ଜାତୀୟ ରାଜପଥ ଉପରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ସିଲିଣ୍ଡର ବୋଝେଇ ଟ୍ରକ୍‌କୁ ‘ପ୍ରଧାନ’ ନାମକ ବସ୍ ଧକ୍କା ଦେଇଥିଲା। ବସ୍‌ଟି ଏତେ ଜୋରରେ ଟ୍ରକ୍‌କୁ ଧକ୍କା […]

  • Saturday, 10 July 2021
kalpana das
ଓଡ଼ିଶା ଫେରିବ କଳ୍ପନାଙ୍କ ମରଶରୀର; କାଠମାଣ୍ଡୁ ଅଭିମୁଖେ ୩ଜଣିଆ ଟିମ୍‌

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ମହିଳା ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାସଙ୍କ ମରଶରୀରକୁ ଓଡ଼ିଶା ଫେରାଇ ଆଣିବାକୁ ଆଜି ୩ଜଣିଆ ଟିମ୍ ନେପାଳର କାଠମାଣ୍ଡୁ ଗସ୍ତ କରିଛନ୍ତି। କଳ୍ପନାଙ୍କ ଭାଇ ପ୍ରଦୀପ ଦାସ, ଏଭେରେଷ୍ଟ ଆରୋହଣକାରୀ ଗଣେଶ ଜେନା ଏବଂ କଳ୍ପନାଙ୍କ ସମ୍ପର୍କୀୟ ରଣଜିତ କର୍ମୀ ମଧ୍ୟ ଟିମ୍‌ ସହ କାଠମାଣ୍ଡୁ ଅଭିମୁଖେ ଗସ୍ତ କରିଛନ୍ତି। ଏଥିସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମଧ୍ୟ ଭାରତୀୟ ଦୂତାବାସ ସହ ଯୋଗାଯୋଗ ରଖି ପାର୍ଥିବ ଶରୀରକୁ କିପରି ଓଡ଼ିଶା ଅଣାଯାଇପାରିବ […]

  • Saturday, 10 July 2021
cm
ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ କରିବାକୁ ଦାବି ଜଣାଇଲେ ନବୀନ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ଭେଟି ନୂଆ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି। ଏହା ସହିତ ସେ ୧୧୨ ଜଣ ବିଧାୟକଙ୍କ ସମର୍ଥନ ପତ୍ର ମଧ୍ୟ ରାଜ୍ୟପାଳଙ୍କୁ ପ୍ରଦାନ କରିଛନ୍ତି। ନବୀନ ରାଜ୍ୟପାଳଙ୍କୁ ଭେଟିବାକୁ ଯିବା ପୂର୍ବରୁ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ ନବୀନଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଥିଲା। ତାଙ୍କୁ ନେତା ରୂପେ ବାଛିବା ପାଇଁ ଦଳର ଅନ୍ୟତମ ବରିଷ୍ଠ ନେତା ବିକ୍ରମ […]

  • Saturday, 10 July 2021
cm discuss
ନବନିର୍ବାଚିତ ସାଂସଦଙ୍କ ସହ ନବୀନଙ୍କ ଆଲୋଚନା

ଭୁବନେଶ୍ୱର: ବିଧାୟକ ଦଳ ବୈଠକ ପୂର୍ବରୁ ଆଜି ବିଜେଡିର ପ୍ରଥମ ସଂସଦୀୟ ଦଳ ବୈଠକ ବସିଥିଲା। ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ୧୨ ଜଣ ନବ ନିର୍ବାଚିତ ବିଜେଡି ସାଂସଦ ଯୋଗ ଦେଇଥିଲେ। ସଂସଦରେ ବିଜେଡିର ଆଭିମୁଖ୍ୟ ନେଇ ସାଂସଦଙ୍କ ସହ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ  ଆଲୋଚନା କରିଥିଲେ। ସଂସଦରେ କିଏ କେଉଁ ପ୍ରସଙ୍ଗ ଉଠାଇବେ ସେ ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି। ସଂସଦରେ ବିଜେଡି ମୁଖ୍ୟତଃ ୩ଟି ପ୍ରମୁଖ ଦାବି ରଖିବ। […]

  • Saturday, 10 July 2021
fire
ଗଛରେ ପିଟି ହୋଇ ଜଳିଗଲା ବୋଲେରୋ

ଟିଟିଲାଗଡ଼(ମାନସ ରଞ୍ଜନ ମହାନ୍ତି): ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ କରେଲଧୂଆ ନିକଟରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବୋଲେରୋ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଯିବା ପରେ ସେଥିରେ ନିଆଁ ଲାଗି ଯାଇଥିଲା। ତେବେ ଗାଡ଼ିରେ ବସିଥିବା ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଗତକାଲି ରାତି ପ୍ରାୟ ସାଢ଼େ ୮ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବୋଲେରୋଟି ବଲାଙ୍ଗିର ଆଡୁ ଦ୍ରୁତ ଗତିରେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଖବର […]

  • Saturday, 10 July 2021
naveen patnaik
୨୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ନବୀନ ପଟ୍ଟନାୟକ କ୍ରମାଗତ ପଞ୍ଚମ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏଥିପାଇଁ ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରାଯିବ ବୋଲି ସୂଚନା ମିଳିଛି। ନବୀନଙ୍କ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ପୁଲିସ୍‌ ଡିଜି ଆର୍‌.ପି. ଶର୍ମା ପ୍ରଦର୍ଶନୀ ପଡ଼ିଆ ଯାଇ ସୁରକ୍ଷା ସମୀକ୍ଷା କରିଛନ୍ତି। ଶପଥ ଗ୍ରହଣ ଉତ୍ସବରେ ୫ ହଜାରରୁ ଅଧିକ ଲୋକଙ୍କ ସମାଗମ ହୋଇପାରେ।ଏଥିସହ ରାଜ୍ୟ ବାହାରୁ ଅତିଥି ଆସୁଥିବାରୁ ସୁରକ୍ଷା […]

  • Saturday, 10 July 2021
summer
ଡହଡହ ଖରାରେ ସିଝୁଛି ସାରା ଓଡ଼ିଶା; ୯ ଜିଲ୍ଲାରେ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ୪୬.୫ ଡିଗ୍ରୀ ସହ ଟିଟିଲାଗଡ଼ରେ ତାପମାତ୍ରା ରେକର୍ଡ କରିଛି। ତା’ସହ ରାଜ୍ୟର ୯ଟି ସହରରେ ତାପମାତ୍ରା ୪୪ ଡିଗ୍ରୀ ପାର୍ କରିଛି। ରାଜ୍ୟରେ ଏଭଳି ସ୍ଥିତି ଆହୁରି ୪ ଦିନ ଯାଏ ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ, ସ୍ଥିତିକୁ ନଜରରେ ରଖି ରାଜ୍ୟର ୯ଟି ଜିଲ୍ଲାରେ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ […]

  • Saturday, 10 July 2021
bus accident
ଗଛରେ ପିଟି ହେଲା ବସ୍‌

ସୋନପୁର(ରବିନ୍ଦ୍ର ହୋତା): ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ମନମୁଣ୍ଡା ବାସୁଦେବପାଲିଠାରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୮ଜଣ ଆହତ ହୋଇଛନ୍ତି। ଆହତଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୬ଜଣ ଅବସ୍ଥା ଗୁରୁତର ରହିଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଭୁବନେଶ୍ୱରରୁ ବଲାଙ୍ଗିର ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ବସ୍‌ଟି ଏତେ ଜୋରରେ ଯାଇ […]

  • Saturday, 10 July 2021
explosion
ଗ୍ୟାସ୍‌ ଟାଙ୍କି ଫାଟି ୪ ଗୁରୁତର

ନୟାଗଡ଼: ଗ୍ୟାସ୍‌ ଟାଙ୍କି ଫାଟି ୪ ଗୁରୁତର ଆହତ। ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ବାହାଡ଼ାଝୋଲା ଗାଁରେ ଏହି ଅଘଟଣ ଘଟିଛି। ଆହତଙ୍କୁ ପ୍ରଥମେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ, ବାହାଡ଼ାଝୋଲା ଗାଁର ବିଜୟ ଘଟୁଆ, ଘରେ ଥିବା ଟାଙ୍କିରୁ ଗ୍ୟାସ୍‌ ଲିକ୍ ହେଉଥିବା ଦେଖି ସଜାଡ଼ିବା ପାଇଁ ମେକାନିକ୍‌କୁ ଡାକିଥିଲେ। ମେକାନିକ୍‌ ଟାଙ୍କି ସଜାଡ଼ିବା ପରେ ଟାଙ୍କିରୁ ଗ୍ୟାସ୍‌ ଲିକ୍‌ ହେଉଛି କି ନାହିଁ […]

  • Saturday, 10 July 2021
RRB Exam
ପରୀକ୍ଷା ନଦେଇ ଫେରିଗଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ରେଳବାଇ ନିଯୁକ୍ତି ବୋର୍ଡ ପରୀକ୍ଷା(ଆର୍‌ଆର୍‌ବି)ରେ ଅବ୍ୟବସ୍ଥା।  ଜୁନିଅର୍‌ ଇଞ୍ଜିନିୟର, ଜୁନିୟର ଇଞ୍ଜିନିୟର ଆଇଟି ଓ ଡିପୋଟ୍‌ ମ୍ୟାଟେରିଆଲ୍‌ ସୁପରିଣ୍ଟେଣ୍ଡେଣ୍ଟ୍‌ ପଦବୀ ପାଇଁ ଆଜି ଜାତୀୟ ସ୍ତରରେ ପରୀକ୍ଷା ହେଉଥିଲା। ଏଠାରେ ଆର୍‌ଆର୍‌ବି ଭୁବନେଶ୍ୱର ପକ୍ଷରୁ ଏହାକୁ ପରିଚାଳନା କରାଯାଉଥିଲା। ହଜାର ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆସିଥିଲେ। ହେଲେ ଅବ୍ୟବସ୍ଥା ଯୋଗୁ ଛାତ୍ରଛାତ୍ରୀ ଶେଷ ମୁହୂର୍ତ୍ତରେ ପରୀକ୍ଷା ଦେଇ ନ ପାରି ନିରାଶ ହୋଇ ଫେରିଯାଇଛନ୍ତି। ଶେଷରେ ପରୀକ୍ଷାକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ହୋଇଛି। ପରୀକ୍ଷାକୁ ବାତିଲ୍‌ […]

  • Saturday, 10 July 2021
Blue Whales
ହ୍ୱେଲ୍ ମାଛ ମାପେ ସମୁଦ୍ରର ଗଭୀରତା

କ’ଣ ଆପଣ ଜାଣନ୍ତି ହ୍ୱେଲ୍ ମାଛର ଶବ୍ଦ ସମୁଦ୍ରର ଗଭୀରତା ମାପିପାରେ ! ହେଲେ କେମିତି ଦେଖନ୍ତୁ ପୁରା ରିପୋର୍ଟ।

rain
ତାତିରୁ ମିଳିବ ତ୍ରାହି! ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଫଳରେ ଅସହ୍ୟ ତାତିରେ ରାଜ୍ୟବାସୀ ଛଟପଟ ହେଉଛନ୍ତି। ତେବେ କିଛି ଜିଲ୍ଲାରେ ବର୍ଷା ହେବାନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର। ଏହି ସବୁ ଜିଲ୍ଲାରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ସମ୍ବଲପୁର ଓ ହୀରାକୁଦରେ ସ୍ୱଳ୍ପ ଧରଣର ବର୍ଷା ହୋଇଥିଲା। ଅନ୍ୟପକ୍ଷେ, ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ଦୁଇ ତିନି […]

  • Saturday, 10 July 2021
sand art
ବାଲୁକା କଳା ମାଧ୍ୟମରେ କଳ୍ପନାଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ(ମଧୁସୂଦନ ମିଶ୍ର): ଓଡ଼ିଶାର ପ୍ରଥମ ଏଭରେଷ୍ଟ ଆରରୋହଣକାରୀ କଳ୍ପନା ଦାଶଙ୍କ ଦୁଃଖଦ ବିୟୋଗ ଘଟିଛି। ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭରେଷ୍ଟ ଉପରେ ପ୍ରାଣ ହରାଇଛନ୍ତି ପାହାଡ଼ ରାଣୀ କଳ୍ପନା। ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କଳ୍ପନାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବାଲୁକା କଳା ମାଧ୍ୟମରେ କଳ୍ପନା ଦାଶଙ୍କ ଆତ୍ମାର ସେ ସଦ୍‌ଗତି କାମନା କରିଛନ୍ତି। I am deeply saddened to know about the demise of #KalpanaDash, the woman mountaineer from […]

  • Saturday, 10 July 2021
fire
ଦୋକାନରେ ଲାଗିଲା ନିଆଁ

ରାୟଗଡ଼ା(ମନୋଜ ପାତ୍ର): ଦୋକାନ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ। ରାୟଗଡ଼ା ଜିଲ୍ଲା ସାରଳା ଛକ ନିକଟ ଓଭରବ୍ରିଜ୍‌ ତଳେ ଏହି ଅଘଟଣ ଘଟିଛି। ଆଜି ଭୋର ସମୟରେ ଓଭରବ୍ରିଜ୍‌ ତଳେ ଥିବା ଘଣ୍ଟା, ଚପଲ ଓ ଫଳ ଦୋକାନରେ କୌଣସି କାରଣରୁ  ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡରେ  ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବା ବେଳେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।

  • Saturday, 10 July 2021
child dead body rescue
ନାଳ ଭିତରୁ ନିଖୋଜ ଶିଶୁର ମୃତଦେହ ଉଦ୍ଧାର

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଟାଉନ୍‌ ଥାନା ଅନ୍ତର୍ଗତ ଲକ୍ଷ୍ମୀନଗର ପଡ଼ାର  ନିଖୋଜ ହୋଇଥିବା ଜଣେ ୫ ବର୍ଷର ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ରାତିରେ ଏକ ପରିତ୍ୟକ୍ତ ନାଳରୁ ଶିଶୁର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସ୍‌କୁ ଖବର ଦିଆଯାଇଥିଲା। ଟାଉନ୍  ଥାନା ପୁଲିସ୍‌ ମୃତଦେହକୁ ଉଦ୍ଧାର କରି ଶବବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଘଟଣାର ତଦନ୍ତ କରୁଛି। ଶିଶୁର ମୁଣ୍ଡରେ ଆଘାତ ଲାଗିଥିବା ବେଳେ ନାକରୁ ରକ୍ତ ବାହାରୁଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ  […]

  • Saturday, 10 July 2021
aparajita sarangi
ବିଜୟ ପରେ ଅପରାଜିତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର: ବିଜେପିର ନବ ନିର୍ବାଚିତ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିଜେପି ପାର୍ଟି ଅଫିସ୍‌ରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଭୁବନେଶ୍ୱର ଲୋକସଭା ଆସନରୁ ବିଜୟୀ ହେବା ପରେ ଗତକାଲି ଅପରାଜିତା ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇଥିଲେ।  ସେଠାରେ କର୍ମୀ ଏବଂ ନେତାମାନେ ତାଙ୍କୁ ପୁଷ୍ପ ଗୁଚ୍ଛ ସହ ସ୍ୱାଗତ ଜଣାଇଥିଲେ। ଏଥର ଭୁବନେଶ୍ୱର ଲୋକସଭା ଆସନରେ ରୋଚକପୂର୍ଣ୍ଣ ଲଢେଇ ହୋଇଥିଲା। ମୁହାଁମୁହିଁ ହୋଇଥିଲେ ଦୁଇ ପୂର୍ବତନ ଆଇଏଏସ୍‌ ଓ ଆଇପିଏସ୍ ଅଧିକାରୀ । ହେଲେ ଏହି ଲଢ଼େଇରେ […]

  • Saturday, 10 July 2021
drown
ପାଣିରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ; ବନ୍ଧା ହେଲେ କୋଚିଂ ସେଣ୍ଟର ମାଲିକ

ସମ୍ବଲପୁର(ସଞ୍ଜୟ ଜେନା): ପାଣିରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରଜତ କୁମାର ସାହୁ। ସମ୍ବଲପୁର ଜିଲ୍ଲା ବାମରା ଅଞ୍ଚଳରେ ତାଙ୍କ ଘର। ସେ ଚିପିଲିମା ନବୋଦୟ ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ର। ସମ୍ବଲପୁରର ସିଂହପାଲିରେ ଥିବା ଏକ କୋଚିଂ ସେଣ୍ଟରରେ ରହି ସେ ସମରକୋର୍ସ କରୁଥିଲେ ବୋଲି ଜଣାପଡ଼ିଛି। ପୁଲିସ୍‌ର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ରଜତ ତାଙ୍କର କିଛି ସାଙ୍ଗଙ୍କ ସହ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ସେ ବୁଡ଼ି ଯିବାରୁ ତାଙ୍କର ମୃତ୍ୟୁ […]

  • Saturday, 10 July 2021
bombing
ପିପିଲିରେ ବିଜେପି ନେତାଙ୍କ ଘର ଉପରକୁ ବୋମାମାଡ଼

ପିପିଲି(ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପିପିଲିରେ ବିଜେପି ନେତା ଆଶ୍ରିତ ପଟ୍ଟନାୟକଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ତାଙ୍କ ଘର ଉପରକୁ ବୋମାମାଡ଼ କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ବଳଙ୍ଗା ଥାନା ଅନ୍ତର୍ଗତ କମାକନ୍ତିଆରେ ଥିବା ଆଶ୍ରିତଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ୨ଟି ବୋମା ମାଡ଼ କରିଥିବା ଅଭିଯୋଗ ହୋଇଛି। ବୋମାମାଡ଼ରେ ତାଙ୍କ ଘରର କବାଟ ଭାଙ୍ଗି ଯାଇଛି। ତେବେ କେହି ମୃତାହତ ହୋଇ ନାହାନ୍ତି। ଚଳିତ ନିର୍ବାଚନରେ ଆଶ୍ରିତ ପିପିଲିରୁ ବିଜେପି ବିଧାୟକ […]

  • Saturday, 10 July 2021