Advertisment

୪ ଆତଙ୍କୀ ସଫା

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୁକ୍ରବାର ଶୋପିଆନାରେ ଭାରତୀୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ଯେଉଁଥିରେ ଭାରତୀୟ ସୁରକ୍ଷାକର୍ମୀ ୪ ଜଣ ଆତଙ୍କବାଦୀଙ୍କୁ ମାରି ଦେଇଛନ୍ତି। ସେହିପରି ସୁରକ୍ଷାକର୍ମୀଙ୍କ କାର୍ଯ୍ୟାନୁଷ୍ଠାନରେ ଭୟଭୀତ ହୋଇ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳୁ ଶୋପିଆନର କିଲୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମିଳିତ ଅପରେସନ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀମାନେ ଲୁଚି […]

author-image
Ranjeet Kumar Jena
ଅଦ୍ୟତନ ହୋଇଛି
୪ ଆତଙ୍କୀ ସଫା

tro

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୁକ୍ରବାର ଶୋପିଆନାରେ ଭାରତୀୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ଯେଉଁଥିରେ ଭାରତୀୟ ସୁରକ୍ଷାକର୍ମୀ ୪ ଜଣ ଆତଙ୍କବାଦୀଙ୍କୁ ମାରି ଦେଇଛନ୍ତି। ସେହିପରି ସୁରକ୍ଷାକର୍ମୀଙ୍କ କାର୍ଯ୍ୟାନୁଷ୍ଠାନରେ ଭୟଭୀତ ହୋଇ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛି।

Advertisment

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳୁ ଶୋପିଆନର କିଲୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମିଳିତ ଅପରେସନ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀମାନେ ଲୁଚି ରହିଥିବା ଅଞ୍ଚଳକୁ ସୁରକ୍ଷାକର୍ମୀମାନେ କର୍ଡନ କରି ସମସ୍ତଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ। ତେବେ ସେମାନେ ଏହାର ଜବାବ ଗୁଳିରେ ଦେଇଥିଲେ।

ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ପାଲଟା ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଗୁଳି ବିନିମୟରେ ପ୍ରଥମେ ୨ ଜଣ ଆତଙ୍କବାଦୀ ପ୍ରାଣ ହରାଇଥିବା ଖବର ମିଳିଥିଲା। ଏହାର କିଛି ସମୟରେ ଆଉ ୨ ଜଣଙ୍କ ମୃତଦେହ ମିଳିଥିଲା।

Advertisment

୪ ଜଣ ସହଯୋଗୀଙ୍କୁ ହରାଇବା ପରେ ୫ ନମ୍ବର ଆତଙ୍କୀ ଜଣଙ୍କ ବାଧ୍ୟ ହୋଇ ସୁରକ୍ଷାକର୍ମୀଙ୍କ ଆଗରେ ଆତ୍ମସମର୍ପଣ କରିଥିଲା। ସମସ୍ତ ଆତଙ୍କବାଦୀଙ୍କ ନିକଟରୁ ଏଯାଏ ୨ଟି ଏକେ-୪୭ ବନ୍ଧୁକ ଓ ୩ଟି ପିସ୍ତଲ ମିଳିଛି। ସର୍ଚ୍ଚ ଅପରେସନ ଜାରି ରହିଥିବାରୁ ସେନା ପକ୍ଷରୁ ଆଉ କୌଣସି ବିସ୍ତୃତ ତଥ୍ୟ ଦିଆଯାଇ ନାହିଁ।

Advertisment
Advertisment