bus-accident
ଲକ୍ଷ୍ନୌ: ଲକ୍ଷ୍ନୌରେ ଘଟିଛି ବଡ଼ ସଡ଼କ ଦୁର୍ଘଟଣା। ଦୁଇ ରୋଡୱେଜ୍ ବସ୍ ପରସ୍ପରକୁ ଧକ୍କା ଦେବାରୁ ଏହି ଭୟଙ୍କର ଦୁର୍ଘଟଣା ହୋଇଛି, ଯେଉଁଥିରେ ୬ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଡ୍ରାଇଭର୍ ସମେତ ଚାରିଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବାକି ଦୁଇଜଣ ହସ୍ପିଟାଲରେ ପ୍ରାଣ ହରାଇଛନ୍ତି।
https://twitter.com/ANINewsUP/status/1298490523951362049?s=20
ଏହି ଦୁର୍ଘଟଣାରେ ୮ରୁ ଅଧିକ ଲୋକେ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀଙ୍କ ପ୍ରତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମବେଦନା ଜ୍ଞାପନ କରିଛନ୍ତି।
ଲକ୍ଷ୍ନୌ-ହରଦୋଇ ରୋଡ୍ ନିକଟରେ ଏହି ଦୁର୍ଘଟଣା ଘଟିଛି, ଯେଉଁଠାରେ ଦୁଇ ବସ୍ ଓଭରଟେକ୍ କାରଣରୁ ପରସ୍ପର ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଉଭୟ ବସ୍ର ସାମ୍ନା ପଟୁ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବସ୍ ଭିତରେ ପାଖାପାଖି ୨୦ରୁ ୨୨ ଲୋକ ଉପସ୍ଥିତ ଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bus-accident_1625392113.jpg)