/odishatv-khabar/media/post_attachments/uploadimage/library/16_9/16_9_0/Capture-11_1625468719.jpg)
fire in hospital
ଅହମଦାବାଦ: ଗୁଜରାଟର ଅହମଦାବାଦ ସ୍ଥିତ ଏକ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଆଜି ସକାଳେ ଅହମଦାବାର ନାଭ୍ରଙ୍ଗପୁରା ଅଞ୍ଚଳରେ ଥିବା ଶ୍ରେୟ ହସ୍ପିଟାଲ୍ରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଯେଉଁମାନଙ୍କର ମୃତ୍ୟୁ ହୋଇଛି ସେମାନେ ଆଇସିୟୁ ୱାର୍ଡରେ ଭର୍ତ୍ତି ହୋଇଥିଲେ।
ହସ୍ପିଟାଲରେ ଭର୍ତ୍ତି ହୋଇଥିବା ପାଖାପାଖି ୪୦ଜଣ ରୋଗୀଙ୍କୁ ଅନ୍ୟ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି। ସର୍ଟ ସର୍କିଟରୁ ହସ୍ପିଟାଲରେ ନିଆଁ ଲାଗିଥିବା ସୂଚନା ମିଳିଛି।
ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ। ଅଗ୍ନିକାଣ୍ଡ ସମ୍ପର୍କରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ, ମେୟର ବିଜଲ ପଟେଲଙ୍କ ସହ କଥା ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଶାସନ ପକ୍ଷରୁ ସମସ୍ତ ଆବଶ୍ୟକୀୟ ସହଯୋଗ ପ୍ରଦାନ କରାଯିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ। ମୃୃତକଙ୍କ ସଂପର୍କୀୟଙ୍କୁ ୨ ଲକ୍ଷ, ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)