/odishatv-khabar/media/post_attachments/uploadimage/library/16_9/16_9_0/parikar-1_1626338747.jpg)
parikar
ନୂଆଦିଲ୍ଲୀ: ପାରିକରଙ୍କ ପରଲୋକରେ ଗୋଆ ସ୍ତବ୍ଧ ହୋଇଥିବା ବେଳେ ରାଜନୈତିକ ମାହୋଲ୍ ବି ସରଗରମ୍ ରହିଛି। ପାରିକରଙ୍କ ବିୟୋଗରେ ଗତକାଲି ବିଜେପି ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରିଙ୍କ ସମେତ ଦଳର ପ୍ରମୁଖ ହେବିୱେଟ ନେତା ସାମିଲ ହୋଇଥିଲେ।
Advertisment
ସେପଟେ ଗୋଆ ରାଜ୍ୟପାଳଙ୍କୁ ଗତକାଲି ରାତିରେ ସରକାର ଗଠନ ପାଇଁ ଚିଠି ଲେଖିଛି କଂଗ୍ରେସ।
ଗୋଆ କଂଗ୍ରେସ ନେତା ଗିରିଶ ଚୋଡନାକର ଏବଂ ଚନ୍ଦ୍ରକାନ୍ତ କାଲଭେକର ରାଜ୍ୟପାଳ ମ୍ରିଦିଲା ସିହ୍ନାଙ୍କୁ ଚିଠି ଲେଖିଛନ୍ତି।
ଅନ୍ୟପଟେ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗାମ୍ବର କାମତଙ୍କ ଦିଲ୍ଲୀ ଗସ୍ତକୁ ନେଇ ଯେଉଁ ରାଜନୈତକ ଚର୍ଚ୍ଚା ହେଉଛି ତାକୁ ସେ ଖଣ୍ଡନ କରିଛନ୍ତି। ବିଜେପି ପକ୍ଷରୁ କୌଣସି ଅଫର ଆସି ନ ଥିବା ସେ କହିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)