nu
ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସିଛି ନୀତି ଆୟୋଗର ଗଭର୍ଣ୍ଣିଂ କାଉନ୍ସିଲ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ଥର ପାଇଁ ଏନ୍ଡିଏ ସରକାର ଗଠନ ହେବା ପରେ ଏହା ପ୍ରଥମ ନୀତି ଆୟୋଗ ବୈଠକ । ଏହି ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୈଠକରେ ଯୋଗ ଦେବା ପୂର୍ବରୁ ଫୋନି ବାତ୍ୟା ସହାୟତା ଏବଂ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ଉଠାଇବେ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶାସିତ ଅଞ୍ଚଳର ଲେଫ୍ଟନାଣ୍ଟ ଗଭର୍ଣ୍ଣର, କେନ୍ଦ୍ର ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀ ଏହି ବୈଠକରେ ଯୋଗଦେଇଛନ୍ତି । ହେଲେ ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଯୋଗ ଦେଉ ନାହାନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/nu_1626692923.jpg)