Advertisment

ଆମେରିକାକୁ ଟପିଲା ଭାରତ; ଦିନକରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଲେ

ନୂଆଦିଲ୍ଲୀ: ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ୭୮,୭୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ଏତେ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେବା ବିଶ୍ୱର ପ୍ରଥମ। ନୂଆ ଆକ୍ରାନ୍ତଙ୍କ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫,୪୨, ୭୩୩ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଲଗାତର ତୃତୀୟ ଥର ପାଇଁ ଭାରତରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ […]

ଆମେରିକାକୁ ଟପିଲା ଭାରତ; ଦିନକରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଲେ

coronavirus

Advertisment

ନୂଆଦିଲ୍ଲୀ: ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ୭୮,୭୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ଏତେ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେବା ବିଶ୍ୱର ପ୍ରଥମ। ନୂଆ ଆକ୍ରାନ୍ତଙ୍କ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫,୪୨, ୭୩୩ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଲଗାତର ତୃତୀୟ ଥର ପାଇଁ ଭାରତରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟାରେ ଭାରତ ଆଜି ସାରା ବିଶ୍ୱକୁ ଟପି ଯାଇଛି। AFP ଅନୁସାରେ ଏହା ପୂର୍ବରୁ ଜୁଲାଇ ୧୭ ତାରିଖରେ ଆମେରିକାରେ ୭୭,୬୩୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଉ ଆଜି ଭାରତରେ ଗୋଟିଏ ଦିନରେ ଆମେରିକା ଠାରୁ ବି ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛି।

ସେହିଭଳି ଗତ ୨୪ ଘଣ୍ଟାରେ କରୋନାରେ ୯୪୮ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩,୪୯୮ରେ ପହଞ୍ଚିଛି। ଏଯାଏ ୨୭ ଲକ୍ଷ ୧୩ ହଜାର ୯୩୩ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୭ ଲକ୍ଷ ୬୫ ହଜାର ୩୦୨ ଜଣ ଚିକିତ୍ସାଧିନ ଅଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ବି ମହାରାଷ୍ଟ୍ର ଓ ତାମିଲନାଡୁରେ ସ୍ଥିତି ଉଦବେଗଜନକ ରହିଛି।

Advertisment

ତେବେ ବର୍ତ୍ତମାନ ସୁଦ୍ଧା ଦେଶରେ ୪,୧୪, ୬୧, ୬୩୬ ସାମ୍ପଲ ଟେଷ୍ଟ କରାଯାଇଥିବା ବେଳେ ଶନିବାର ୧୦,୫୫,୦୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ICMR ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏବେ ଭାରତରେ କରୋନା ଆରୋଗ୍ୟ ହାର ୭୬.୪୭ ପ୍ରତିଶତ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ