delhi
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଏପରି ସମୟରେ ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଗତକାଲି ରାତିରେ ରାଜୀବ ଗାନ୍ଧୀ ସୁପର ସ୍ପେସାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅତ୍ୟଧିକ ଜ୍ୱର ସହ ନିଃଶ୍ୱାସ ନେବାରେ ତାଙ୍କୁ ଅସୁବିଧା ହେଉଛି । ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ରଙ୍କର ଆଜି କରୋନା ପରୀକ୍ଷା କରାଯିବ।
ଏ ନେଇ ନିଜେ ସ୍ୱାସ୍ଥ୍ୟମନ୍ତ୍ରୀ ଟ୍ୱିଟ କରି ସୂଚନା ଦେଇଛନ୍ତି।
ସୂଚନାଥାଉ କି, ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୧୬୪୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି। ମୃତ୍ୟୁ ସଂଖ୍ୟା ୭୩। ଦିଲ୍ଲୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨୮୨୯। ସେଥିମଧ୍ୟରୁ ୬୦୪ ଜଣ ସୁସ୍ଥ ଥିବାବେଳେ ୧୬୪୨୭ ରୋଗୀଙ୍କୁ ଚିକିତ୍ସା ପରେ ଡିସଚାର୍ଜ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/delhi_1626696924.jpg)