Advertisment

ଗୋଆର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରମୋଦ ସାୱନ୍ତ

ନୂଆଦିଲ୍ଲୀ: ଗୋଆର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ପ୍ରମୋଦ ସାୱନ୍ତ। ଗତକାଲି ବିଳମ୍ବିତ ରାତିରେ ଗୋଆ ରାଜ୍ୟପାଳ ମୃଦୁଳା ସିହ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରିଛନ୍ତି। ଏଥିପାଇଁ ଗୋଆ ରାଜଭବନରେ ବିଶେଷ ଆୟୋଜନ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ୧୨ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେଇଛନ୍ତି। ମନ୍ତ୍ରିମଣ୍ଡଳରେ ୨ ଜଣ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି। ୪୫ ବର୍ଷୀୟ ପ୍ରମୋଦ ସାୱନ୍ତ ଗୋଆ ବିଧାନସଭାର ବାଚସ୍ପତି ଥିଲେ। ତେବେ ଶପଥ ଗ୍ରହଣ ପରେ ସାୱନ୍ତ […]

author-image
Sangita Sahu
ଗୋଆର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରମୋଦ ସାୱନ୍ତ

pramod4

ନୂଆଦିଲ୍ଲୀ: ଗୋଆର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ପ୍ରମୋଦ ସାୱନ୍ତ। ଗତକାଲି ବିଳମ୍ବିତ ରାତିରେ ଗୋଆ ରାଜ୍ୟପାଳ ମୃଦୁଳା ସିହ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରିଛନ୍ତି। ଏଥିପାଇଁ ଗୋଆ ରାଜଭବନରେ ବିଶେଷ ଆୟୋଜନ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ୧୨ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେଇଛନ୍ତି। ମନ୍ତ୍ରିମଣ୍ଡଳରେ ୨ ଜଣ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି। ୪୫ ବର୍ଷୀୟ ପ୍ରମୋଦ ସାୱନ୍ତ ଗୋଆ ବିଧାନସଭାର ବାଚସ୍ପତି ଥିଲେ।

Advertisment

publive-image

ତେବେ ଶପଥ ଗ୍ରହଣ ପରେ ସାୱନ୍ତ କହିଛନ୍ତି, ‘‘ପାରିକରଙ୍କ ନେତୃତ୍ୱରେ ନିଆଯାଇଥିବା ପଦକ୍ଷେପକୁ ପୂରା କରିବା ତାଙ୍କର ପ୍ରାଥମିକତା ହେବ।’’ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କ ମୃତ୍ୟୁ ପରେ ଏହି ପଦ ଖାଲି ପଡିଥିଲା।

Advertisment
Advertisment