/odishatv-khabar/media/post_attachments/uploadimage/library/16_9/16_9_0/coronavirus-2_1626244988.jpg)
coronavirus
ୟୁକେରେ ଆତଙ୍କ ସୃଷ୍ଟି କରିଛି କରୋନାର ନୂଆ ଷ୍ଟ୍ରେନ୍। ଏହା ବେକାବୁ ହୋଇଥିବା ନେଇ ଲୋକଙ୍କୁ ଚେତାଇବା ସହ ଲୋକଙ୍କୁ ଘରୁ ନବାହାରିବାକୁ ଲକଡାଉନ କଟକଣା ଜାରି କରିଛନ୍ତି ବ୍ରିଟେନ୍ ସରକାର। ବଡ଼ଦିନ ପାଇଁ ସଂପର୍କୀୟଙ୍କୁ ଏକାଠି ହେବା ଉପରେ ମଧ୍ୟ କଟକଣା ଲଗାଯାଇଛି। ଏହାସହ ଅଣଅତ୍ୟାବଶ୍ୟକ ଦୋକାନ ନଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବହୁ ୟୁରୋପୀୟ ଦେଶ ବ୍ରିଟେନକୁ ବିମାନ ଉଡ଼ାଣ ଉପରେ ନିଷେଧାଦେଶ ଜାରି କରିଛନ୍ତି।
Advertisment
ସେପଟେ ୟୁକେରେ ଏଭଳି ସ୍ଥିତି ଦେଖାଦେବାପରେ ଭାରତ ସମେତ ବିଶ୍ୱର ଅନ୍ୟ ଦେଶ ବି ଚିନ୍ତିତ ହୋଇ ପଡ଼ିଛନ୍ତି। ଏହି ପ୍ରସଙ୍ଗରେ ଦିଲ୍ଲୀରେ ଆଜି ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି। ୟୁକେକୁ ବିମାନ ଚଳାଚଳ ପ୍ରସଙ୍ଗରେ ବୈଠକରେ ନିଷ୍ପତ୍ତି ନିଆଯାଇପାରେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)