/odishatv-khabar/media/post_attachments/uploadimage/library/16_9/16_9_0/need-to-implement-containment-plan-uniformly-across-the-country-lav-agarwal-mohfw-1_1620734192.jpg)
Lav agrawal
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ତେବେ ଓଡ଼ିଶା ସମେତ ୧୫ରୁ ଅଧିକ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଜି ଏନେଇ ସୂଚନା ଦିଆଯାଇଛି। ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଦିଲ୍ଲୀ, ଆନ୍ଧ୍ରପ୍ରଦେଶ, ରାଜସ୍ଥାନ, ହରିୟାଣା, ଛତିଶଗଡ଼, ବିହାର ଭଳି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଗତ କିଛି ଦିନରେ କମ ରହୁଛି ବୋଲି ଜଣାପଡ଼ିଛି। ହେଲେ ଓଡ଼ିଶା, ପଶ୍ଚିମବଙ୍ଗ, କର୍ଣ୍ଣାଟକ, କେରଳ, ତାମିଲନାଡ଼ୁ, ଜମ୍ମୁ ଓ କାଶ୍ମୀର ଭଳି ୧୫ରୁ ଅଧିକ ରାଜ୍ୟରେ ସଂକ୍ରମଣ ହାର ଅଧିକ ରହିବା ସହ ଏହି ସଂଖ୍ୟା ବଢ଼ିଛି।
ଦେଶର ୧୩ ରାଜ୍ୟରେ ଲକ୍ଷେରୁ ଅଧିକ ଆକଟିଭ୍ କେସ୍ ରହିଛି । ୬ ରାଜ୍ୟରେ ୫୦ ହଜାରରୁ ୧ ଲକ୍ଷ ମଧ୍ୟରେ ଏବଂ ୧୭ ରାଜ୍ୟରେ ୫୦ ହଜାରରୁ କମ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଦେଶର ୨୬ ରାଜ୍ୟରେ ପଜିଟିଭିଟି ହାର ୧୫ ପ୍ରତିଶତରୁ ଅଧିକ ଥିବା ବେଳେ କେବଳ ୪ଟି ରାଜ୍ୟରେ ପଜିଟିଭିଟି ହାର ୫% ରୁ କମ୍ ରହିଛି। ସାରା ଦେଶରେ ୨୧ ପ୍ରତିଶତ ଆକ୍ରାନ୍ତ ସଂଖ୍ୟା ଥିବା ବେଳେ ଓଡ଼ିଶାରେ ଏହା ୨୪.୪ ପ୍ରତିଶତ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସ୍ୱତନ୍ତ୍ର ସଚିବ ଲଭ୍ ଅଗ୍ରୱାଲ ସୂଚନା ଦେଇଛନ୍ତି। ସେପଟେ ଅଧିକରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଜରୁରୀ। ସେଥିପାଇଁ ଦେଶର ସମସ୍ତ ସରକାରୀ ଓ ଘରୋଇ ହସ୍ପିଟାଲରେ ବିନା କୌଣସି ମାନ୍ୟତାରେ RTPCR ଟେଷ୍ଟ ଜରୁରୀ ବୋଲି ICMR ଡିଜି ଡାକ୍ତର ବଳରାମ ଭାର୍ଗବ କହିଛନ୍ତି।
ସେପଟେ, ଦେଶରେ କରୋନା ଭାଇରସକୁ ନେଇ ସାମାନ୍ୟ ଆଶ୍ୱସ୍ତି କଲା ଭଳି ଖବର ଆସିଛି । ଗତ ୨୪ ଘଣ୍ଟା ଭିତରେ ଦେଶରେ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ହୋଇଛି । ଅନ୍ୟପକ୍ଷରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା ଅଧିକ ହୋଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ରିପୋର୍ଟ ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୨୯,୯୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ୨୪ ଘଣ୍ଟା ଭିତରେ ୩୮୭୬ ଜଣ ଲୋକଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାସହ ଦିନକ ଭିତରେ ୩,୫୬,୦୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଡିସଚାର୍ଜ ହେଉଥିବା ଲୋକଙ୍କ ମଧ୍ୟରେ ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ଗୁଜରାଟ, କର୍ଣ୍ଣାଟକ, କେରଳ, ତାମିଲନାଡୁ, ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ, ରାଜସ୍ଥାନ ଓ ଦିଲ୍ଲୀରୁ ୭୪ ପ୍ରତିଶତ ରୋଗୀ ଅଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)