Advertisment

୧୬ ତାରିଖ ସୁଦ୍ଧା ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ ଆରବ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଗତକାଲି ସକାଳେ ଦକ୍ଷିଣପୂର୍ବ ଆରବ ସାଗର ଓ ଲାକ୍ଷାଦ୍ୱୀପ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କ୍ରମଶଃ ଏହା ଘନୀଭୂତ ହୋଇ ୧୬ ତାରିଖ ସୁଦ୍ଧା ଏହା ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇପାରେ। ଆଜି ଏହା ଲାକ୍ଷାଦ୍ୱୀପ ଉପରେ ୱେଲ୍‌ମାକର୍ଡ…

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୧୬ ତାରିଖ ସୁଦ୍ଧା ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ ଆରବ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର

cyclonic storm

ନୂଆଦିଲ୍ଲୀ/ଭୁବନେଶ୍ୱର: ଗତକାଲି ସକାଳେ ଦକ୍ଷିଣପୂର୍ବ ଆରବ ସାଗର ଓ ଲାକ୍ଷାଦ୍ୱୀପ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କ୍ରମଶଃ ଏହା ଘନୀଭୂତ ହୋଇ ୧୬ ତାରିଖ ସୁଦ୍ଧା ଏହା ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇପାରେ। ଆଜି ଏହା ଲାକ୍ଷାଦ୍ୱୀପ ଉପରେ ୱେଲ୍‌ମାକର୍ଡ ପରିଣତ ହୋଇ କ୍ରମଶଃ ଘନୀଭୂତ ହୋଇ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ(ଡିପ୍ରେସନ)ରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ  ଘନୀଭୂତ ହୋଇ ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇପାରେ।

Advertisment

ସାମୁଦ୍ରିକ ଝଡ଼ର ରୂପ ନେବା ପରେ ଏହାର ନାଁ ‘ତାଉକତେ’ ରହିବ। ଏହା ଆହୁରି ଅଧିକ ଘନୀଭୂତ ହୋଇ ଉତ୍ତର-ଉତ୍ତରପଶ୍ଚିମ ଗୁଜରାଟ ଓ ପାକିସ୍ତାନ ଉପକୂଳ ଆଡ଼କୁ ଗତି କରିପାରେ। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ମେ’ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଗୁଜରାଟ ଉପକୂଳ ଛୁଇଁପାରେ। ଏହାର ପ୍ରଭାବରେ କେରଳ, ତାମିଲନାଡୁ, କର୍ଣ୍ଣାଟକ, ଗୋଆ ଓ ଦକ୍ଷିଣ କୋଙ୍କଣ ଏବଂ ଗୁଜରାଟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷେ, ଆଜି ଓ ଆସନ୍ତାକାଲି ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ।  ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଉପକୂଳବର୍ତ୍ତୀ ଜିଲ୍ଲା ଏବଂ ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବି ବର୍ଷା ହୋଇପାରେ।

Advertisment
Weather Alert In Odisha
Advertisment
Advertisment