masud
ନୂଆଦିଲ୍ଲୀ: ଆତଙ୍କବାଦୀ ସଂଗଠନ ଜୈଶ୍-ଏ-ମହମ୍ମଦର ମୁଖ୍ୟ ମସୁଦ୍ ଆଝାରକୁ ପୁଣି ସୁରକ୍ଷା ଦେଲା ଚୀନ ଜାତିସଂଘ। ସୁରକ୍ଷା ପରିଷଦରେ ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷଣା ପ୍ରସ୍ତାବ ଉପରେ ଚୀନ ରୋକ ଲଗାଇଛି। ଚତୁର୍ଥ ଥର ଲାଗି ଚୀନ୍ ମସୁଦ ଆଝାରକୁ ସୁରକ୍ଷା ଦେଇଛି। ମସୁଦକୁ ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷଣା ପାଇଁ ଆହୁରି ପ୍ରମାଣ ଆବଶ୍ୟକ ବୋଲି ଚୀନ କହିଛି।
ଜାତିସଂଘ ସୁରକ୍ଷା ପରିଷଦରେ ଜୈଶ୍-ଏ-ମହମ୍ମଦର ମୁଖ୍ୟ ମସୁଦ୍କୁ ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷଣା ପ୍ରସ୍ତାବକୁ ଚୀନ ବ୍ୟତୀତ ସମସ୍ତେ ସମର୍ଥନ କରିଥିବା ସୂଚନା ମିଳିଛି। ଚୀନର ସୁରକ୍ଷା ଯୋଗୁ ମସୁଦକୁ ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷଣା କରାଯାଇ ପାରିନାହିଁ। ଏହାକୁ ନେଇ ଭାରତ ଅସନ୍ତୋଷ ବ୍ୟକ୍ତ କରିଛି।
ତେବେ ଭାରତର ଏହି ପ୍ରସ୍ତାବକୁ ସମର୍ଥନ କରିଥିବା ସୁରକ୍ଷା ପରିଷଦ ସମସ୍ତ ଦେଶଙ୍କୁ ଧନ୍ୟବାଦ ଦେଇଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପୁଲଓ୍ୱାମା ଆତ୍ମଘାତୀ ଆକ୍ରମଣ ପରେ ମାସୁଦ୍କୁ ଗ୍ଲୋବାଲ ଟେରରିଷ୍ଟ ଘୋଷଣା ନେଇ ଫେବୃଆରୀ ୨୭ ତାରିଖରେ ଆମେରିକା, ଫ୍ରାନ୍ସ ଓ ବ୍ରିଟେନ୍ ପକ୍ଷରୁ ଜାତିସଂଘ ସୁରକ୍ଷା ପରିଷଦରେ ପ୍ରସ୍ତାବ ଆଗତ କରାଯାଇଥିଲା। ପ୍ରସ୍ତାବ ପାରିତ ହେବାରେ ସହଯୋଗ କରିବାକୁ ଭାରତ ସବୁ ସଦସ୍ୟ ରାଷ୍ଟ୍ରଙ୍କୁ ନିବେଦନ କରିଥିଲା। ଏହାସତ୍ତ୍ୱେ ଚୀନ୍ ମସୁଦ ଆଝାରକୁ ସୁରକ୍ଷା ଦେଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/masud-123_1626757817.jpg)