Advertisment

ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

ନୂଆଦିଲ୍ଲୀ: ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷୁବ୍ଧ ହୋଇଛନ୍ତି। ଯେଉଁ ମନ୍ତ୍ରୀମାନେ ସଂସଦରେ ଅନୁପସ୍ଥିତ ରହୁଛନ୍ତି ସେମାନଙ୍କ ତାଲିକା ପ୍ରତିଦିନ ସନ୍ଧ୍ୟାରେ ଦେବାକୁ ଆଜି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ଦେବାକୁ ବିଜେପି ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଦଳର ସାଂସଦମାନଙ୍କୁ ସରକାରୀ ଅଧିକାରୀଙ୍କ ସହ ବସି ଲୋକଙ୍କ ସମସ୍ୟା କେମିତି ସମାଧାନ ହୋଇପାରିବ […]

ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

pm modi

Advertisment

ନୂଆଦିଲ୍ଲୀ: ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷୁବ୍ଧ ହୋଇଛନ୍ତି। ଯେଉଁ ମନ୍ତ୍ରୀମାନେ ସଂସଦରେ ଅନୁପସ୍ଥିତ ରହୁଛନ୍ତି ସେମାନଙ୍କ ତାଲିକା ପ୍ରତିଦିନ ସନ୍ଧ୍ୟାରେ ଦେବାକୁ ଆଜି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ଦେବାକୁ ବିଜେପି ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଦଳର ସାଂସଦମାନଙ୍କୁ ସରକାରୀ ଅଧିକାରୀଙ୍କ ସହ ବସି ଲୋକଙ୍କ ସମସ୍ୟା କେମିତି ସମାଧାନ ହୋଇପାରିବ ସେ ବିଷୟରେ ମଧ୍ୟ ଆଲୋଚନା କରିବାକୁ କହିଛନ୍ତି। ଖାଲି ଏତିକି ନୁହେଁ ଯକ୍ଷ୍ମା ଓ କୁଷ୍ଠ ପରି ରୋଗର ମୂଳୋତ୍ପାଟନକୁ ଏକ ମିଶନ ଭାବେ ଗ୍ରହଣ କରି କାମ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ସାଂସଦମାନଙ୍କୁ ଆହ୍ୱାନ ଦେଇଛନ୍ତି।

Advertisment

ଦେଶରେ ଉତ୍କଳ ଜଳ ସଙ୍କଟ ଦେଖା ଦେଇଥିବା ବେଳେ ଏହାର ସମାଧାନ ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ