Advertisment

୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ୍ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ରବିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଭାରତରେ ରେକର୍ଡ ୨୪,୮୫୦ ନୂଆ ପଜିଟିଭ୍ ମାମଲା ସାମ୍ନାକୁ ଆସିଛି। ଯାହାକି କୌଣସି ଗୋଟିଏ ଦିନରେ ଭାରତରେ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାସହ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୭୩,୧୬୫ରେ ପହଞ୍ଚିଛି। ଭାରତରେ କ୍ରମାଗତ ନବମ ଦିନରେ ୧୮ହଜାରରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହେବାର ନୂଆ ରେକର୍ଡ […]

author-image
Ranjeet Kumar Jena
୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ

corina

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ୍ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ରବିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଭାରତରେ ରେକର୍ଡ ୨୪,୮୫୦ ନୂଆ ପଜିଟିଭ୍ ମାମଲା ସାମ୍ନାକୁ ଆସିଛି। ଯାହାକି କୌଣସି ଗୋଟିଏ ଦିନରେ ଭାରତରେ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାସହ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୭୩,୧୬୫ରେ ପହଞ୍ଚିଛି।

Advertisment

ଭାରତରେ କ୍ରମାଗତ ନବମ ଦିନରେ ୧୮ହଜାରରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହେବାର ନୂଆ ରେକର୍ଡ ମଧ୍ୟ କରିଛି। ସେହିପରି ଗୋଟିଏ ଦିନରେ ଦେଶରେ ୬୧୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ଏଥିସହ ଭାରତରେ ମୋଟ ମୃତ୍ୟୁ ସଂଖ୍ୟା ୧୯,୨୬୮ରେ ପହଞ୍ଚିଯାଇଛି।

ଅପରପକ୍ଷରେ ଦେଶରେ ରିକଭରୀ ବା ସୁସ୍ଥ ସଂଖ୍ୟା ଲଗାତର ବଢ଼ିବାରେ ଲାଗିଛି। ଦେଶରେ ରିକଭରୀ ବା ସୁସ୍ଥ ରେଟ୍ ୬୦.୭୭ ପ୍ରତିଶତରେ ପହଞ୍ଚିଛି। ଏଥିସହ ଏହି ମହାମାରୀ ରୋଗରେ ଏପର୍ଯ୍ୟନ୍ତ ୪,୦୯,୦୮୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଦେଶରେ ପଜିଟିଭ୍ ରେଟ୍ ମଧ୍ୟ ୯.୬୩ ପ୍ରତିଶତ ପର୍ଯ୍ୟନ୍ତ ବଢ଼ିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁଯାୟୀ, ଦେଶରେ ଏବେ ୨,୪୪,୮୧୪ ସକ୍ରିୟ ମାମଲା ରହିଛି।

Advertisment

ଦେଶରେ କରୋନା ମହାମାରୀରେ ସବୁଠାରୁ ଅଧିକ ପ୍ରଭାବିତ ରାଜ୍ୟଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ର ସର୍ବୋପରି ଆଗରେ ରହିଛି। ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ୭୦୭୪ ପଜିଟିଭ୍ ମାମଲା ସାମ୍ନାକୁ ଆସିଛି। ସେହିପରି ରାଜଧାନୀ ଦିଲ୍ଲୀରେ ଗୋଟିଏ ଦିନରେ ୨୫୦୫, ତାମିଲନାଡୁରେ ୪୨୮୦, ଉତ୍ତର ପ୍ରଦେଶରେ ୭୫୭, ପଶ୍ଚିମବଙ୍ଗରେ ୭୪୩, ରାଜସ୍ଥାନରେ ୪୮୦, ପଞ୍ଜାବରେ ୧୭୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Coronavirus In India
Advertisment
Advertisment