Advertisment

କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗର ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଠିକ୍ ସମୟରେ ଚଳିତ ବର୍ଷ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ସାଧାରଣତଃ ଜୁନ୍‌ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଥାଏ ଏବଂ ଜୁଲାଇ ୧୫ ସୁଦ୍ଧା ଏହା ସାରା ଦେଶକୁ ଆଚ୍ଛାଦିତ କରିଥାଏ। କିନ୍ତୁ ଚଳିତ ଥର ବାତ୍ୟା ‘ଅମ୍ପନ୍‌’ ଯୋଗୁ ମୌସୁମୀ ବାୟୁ ପହଞ୍ଚିବାରେ ବିଳମ୍ବ ହୋଇପାରେ ବୋଲି କୁହାଯାଇଥିଲା ଏବଂ ଜୁନ୍‌ […]

author-image
Rajalaxmi Sahoo
କେରଳ ଛୁଇଁଲା ମୌସୁମୀ

cloudy

ନୂଆଦିଲ୍ଲୀ: କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗର ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଠିକ୍ ସମୟରେ ଚଳିତ ବର୍ଷ ମୌସୁମୀ ବାୟୁ କେରଳରେ ପହଞ୍ଚିଛି।

Advertisment

ସାଧାରଣତଃ ଜୁନ୍‌ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଥାଏ ଏବଂ ଜୁଲାଇ ୧୫ ସୁଦ୍ଧା ଏହା ସାରା ଦେଶକୁ ଆଚ୍ଛାଦିତ କରିଥାଏ। କିନ୍ତୁ ଚଳିତ ଥର ବାତ୍ୟା ‘ଅମ୍ପନ୍‌’ ଯୋଗୁ ମୌସୁମୀ ବାୟୁ ପହଞ୍ଚିବାରେ ବିଳମ୍ବ ହୋଇପାରେ ବୋଲି କୁହାଯାଇଥିଲା ଏବଂ ଜୁନ୍‌ ୧ରୁ-୫ ମଧ୍ୟରେ ମୌସୁମୀ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିଲା। କିନ୍ତୁ ଏଥର ମଧ୍ୟ ଠିକ୍ ସମୟରେ ଅର୍ଥାତ ଜୁନ୍‌ ପହିଲାରେ ହିଁ କେରଳକୁ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ।

ବର୍ଷ ସାରା ଭାରତରେ ଯେତେ ବର୍ଷା ହୁଏ, ତା’ର ୭୦ ପ୍ରତିଶତ ବର୍ଷା ଏହି ମୌସୁମୀ ବାୟୁ ଯୋଗୁ ହୋଇଥାଏ। ଏହି ବର୍ଷା ଉପରେ ନିର୍ଭର କରିଥାଏ ଦେଶର କୃଷି କାର୍ଯ୍ୟ। ଭାରତ ଏକ କୃଷି ପ୍ରଧାନ ଦେଶ ହୋଇଥିବାରୁ ମୌସୁମୀ ବର୍ଷା ଉପରେ ହିଁ ଏହାର ଅର୍ଥନୀତି ନିର୍ଭର କରିଥାଏ।

Advertisment

ଜୁନ୍‌ରୁ ସେପ୍ଟେମ୍ବର ଶେଷ ଯାଏ, ପ୍ରାୟ ୪ ମାସ ସକ୍ରିୟ ରହିଥାଏ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଏବଂ ଭାରତରେ ଏହି ସମୟରେ ବର୍ଷା ଋତୁର ଆରମ୍ଭ ହୋଇଥାଏ।

Kerala Monsoon Update Weather Forecast Monsoon Update In India
Advertisment
Advertisment