ନୂଆଦିଲ୍ଲୀ: ଆପଣଙ୍କ ପାଇଁ ଏହା ନିଶ୍ଚୟ ଏକ ଜରୁରୀ ଖବର ହୋଇପାରେ। ଆସନ୍ତା ମାର୍ଚ୍ଚ ମାସରେ ଯଦି ଆପଣଙ୍କର କିଛି ବ୍ୟାଙ୍କ ସମ୍ବନ୍ଧୀୟ ଜରୁରୀ କାମ ରହିଛି, ତା’ହେଲେ ଶୀଘ୍ର ଶେଷ କରି ଦିଅନ୍ତୁ। କାରଣ ସମୟ ଆଗରୁ ଯଦି ଏହା ନ କରନ୍ତି ହୁଏତ ଆପଣ ଅସୁବିଧାରେ ପଡିପାରନ୍ତି। କାହିଁକି ନା ମାର୍ଚ୍ଚ ମାସରେ ୮ ଦିନ ବ୍ୟାଙ୍କ ବନ୍ଦ ରହିପାରେ। ମାର୍ଚ୍ଚ ୮ ତାରିିଖ ରବିବାର ଥିବାରୁ ସେଦିନ ବ୍ୟାଙ୍କ ବନ୍ଦ ରହିବ। ୯ […]
ନୂଆଦିଲ୍ଲୀ: ନୂଆଦିଲ୍ଲୀର ପରବର୍ତ୍ତୀ ପୁଲିସ କମିଶନର ହେବେ ଏସଏନ୍ ଶ୍ରୀବାସ୍ତବ। ବର୍ତ୍ତମାନର ପୁଲିସ କମିଶନର ଥିବା ଅମୂଲ୍ୟ ପଟ୍ଟନାୟକଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ଅମୂଲ୍ୟ ପଟ୍ଟନାୟକଙ୍କର କାର୍ଯ୍ୟକାଳ ଜାନୁଆରୀ ୩୧ରେ ଶେଷ ହୋଇଥିଲା। ହେଲେ କେନ୍ଦ୍ର ସରକାର ତାଙ୍କ କାର୍ଯ୍ୟକାଳ ଫେବୃଆରୀ ୨୯ ଯାଏ ବଢ଼ାଇ ଦେଇଥିଲେ। ଶ୍ରୀବାସ୍ତବଙ୍କ କାର୍ଯ୍ୟକାଳ ୩୦ ଜୁନ୍ ୨୦୨୧ ଯାଏ ରହିଛି। ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ ଦିଲ୍ଲୀରେ ହିଂସା ଦେଖିବାକୁ ମିଳିଥିଲା। ଏବେ ସ୍ଥିତି ଶାନ୍ତ ରହିଛି। […]
ନୂଆଦିଲ୍ଲୀ: ତୃତୀୟ ତ୍ରୈମାସିକ ଜିଡିପି ପ୍ରକାଶ ପାଇବା ପୂର୍ବରୁ ଶେଆର୍ ମାର୍କେଟରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ୧୧ ଶହ ପଏଣ୍ଟରୁ ଅଧିକ ଖସିଛି। ବିଶେଷ କରି ବ୍ୟାଙ୍କିଙ୍ଗ୍, ଅଟୋମୋବାଇଲ୍, ମେଟାଲ, ତେଲ ଓ ଗ୍ୟାସ୍ ସେକ୍ଟର ବିଶେଷ ଭାବେ ପ୍ରଭାବିତ ହୋଇଛି। ଆଜି ତୃତୀୟ ତ୍ରୈମାସିକ ଜିଡିପି ଅଭିବୃଦ୍ଧି ହାର କେତେ ରହିଛି ପ୍ରକାଶ ପାଇବ। ତେବେ ଦେଖିବାକୁ ବାକି ରହିଲା ଗତ ଦୁଇଟି କ୍ୱାର୍ଟର୍ ଭଳି ଏଥର […]
ଭୁବନେଶ୍ୱର: କାମ କରିବାକୁ ଯାଇ ତେଲେଙ୍ଗାନାରେ ଫସିଥିବା ବରଗଡ଼ର ୩୫ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ୱରଙ୍କୁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ସୁରେଶ ପୂଜାରୀ। ଏନେଇ ସୁରେଶ ପୂଜାରୀ ଟ୍ୱିଟ୍ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ ବର୍ଷ ବରଗଡ଼ ଜିଲ୍ଲା ପାଇକମାଳ ଅଞ୍ଚଳର ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ତେଲେଙ୍ଗାନା ପେଟାପଲ୍ଲୀର ଇଟାଭାଟିକୁ କାମ କରିବାକୁ ଯାଇଥିଲେ। ସେଠାରେ […]
ନୂଆଦିଲ୍ଲୀ: ଅଧ ରାତିରେ ଦିଲ୍ଲୀ ହିଂସା ମାମଲାର ଶୁଣାଣି କରିଥିବା ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧରଙ୍କ ବଦଳି ହୋଇଛି। ହରିଆଣା ଏବଂ ପଞ୍ଜାବ ହାଇକୋର୍ଟଙ୍କୁ ତାଙ୍କର ବଦଳି ହୋଇଛି। ଦିଲ୍ଲୀରେ ହିଂସାକୁ ନେଇ ସୃଷ୍ଟି ହୋଇଥିବା ଅପ୍ରୀତିକର ପରିସ୍ଥିତି ଉପରେ ଦିଲ୍ଲୀ ହାଇକୋର୍ଟ ମଧ୍ୟରାତ୍ରରେ ଶୁଣାଣି କରିଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିବା ସହ ଦିଲ୍ଲୀ ପୁଲିସକୁ କଡ଼ା ସମାଲୋଚନା […]
ନୂଆଦିଲ୍ଲୀ: ଦିଲ୍ଲୀ ହିଂସା ଘଟଣାରେ ମୃତ୍ୟୁ ସଂଖ୍ୟା ୩୨କୁ ବୃଦ୍ଧି ପାଇଥିବାବେଳେ ୨୦୦ରୁ ଅଧିକ ଆହତ ହୋଇଛନ୍ତି। ବୁଧବାର ରାତିରେ ଉତ୍ତରପୂର୍ବ ଦିଲ୍ଲୀର ଭଜନପୁରା, ମଉଜପୁର ଏବଂ କରଓ୍ୱାଲ ନଗରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଗତକାଲି ରାତି ୧୧ଟା ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୮ ରହିଥିଲା। ଦିଲ୍ଲୀରେ ହିଂସା ପରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ହିଂସା ଘଟିଥିବା ସ୍ଥାନ ବୁଲି ପରିଦର୍ଶନ କରୁଛନ୍ତି। ଗତକାଲି ଦିଲ୍ଲୀ ହିଂସା ପ୍ରସଙ୍ଗରେ ମତ ରଖି ଶାନ୍ତି ବଜାୟ […]
ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଆକ୍ରାନ୍ତ ସନ୍ଦେହରେ ଜାପାନର ୟୋକୋହମା ବନ୍ଦରରେ ଫସି ରହିଥିବା ୧୧୯ ଜଣ ଭାରତୀୟ ଆଜି ସ୍ୱଦେଶ ଫେରିଛନ୍ତି। ସେମାନଙ୍କୁ ଏୟାର ଇଣ୍ଡିଆ ବିମାନରେ ଜାପାନାର ଟୋକିଓରୁ ଦିଲ୍ଲୀକୁ ଅଣାଯାଇଛି। ସେମାନଙ୍କ ମଧ୍ୟରେ ଓଡ଼ିଆ ଇଞ୍ଜିନିୟର ଶିବାଶିଷ ନାୟକ ଅଛନ୍ତି। ତେବେ ଭାରତୀୟ ଯାତ୍ରୀଙ୍କ ସହ ଶ୍ରୀଲଙ୍କା, ନେପାଳ, ଦକ୍ଷିଣ ଆଫ୍ରିକା ଓ ପେରୁର ୫ଜଣ ଯାତ୍ରୀ ଏହି ବିମାନରେ ଫେରିଛନ୍ତି। କରୋନା ଆକ୍ରାନ୍ତ ସନ୍ଦେହରେ ଏହି ଯାତ୍ରୀମାନଙ୍କୁ ୟୋକୋହମା ବନ୍ଦରର ଡାଇମଣ୍ଡ ପ୍ରିନସେସ୍ ଜାହାଜରେ […]
ନୂଆଦିଲ୍ଲୀ: ଦିଲ୍ଲୀରେ ହିଂସାକୁ ନେଇ ସୃଷ୍ଟି ହୋଇଥିବା ଅପ୍ରୀତିକର ପରିସ୍ଥିତି ଉପରେ ଦିଲ୍ଲୀ ହାଇକୋର୍ଟ ମଧ୍ୟରାତ୍ରରେ ଶୁଣାଣି କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଶୁଣାଣି ବେଳେ କୋର୍ଟ ହିଂସାକାଣ୍ଡରେ ଆହତ ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସହଯୋଗ ଯୋଗାଇ ଦେବାକୁ ଦିଲ୍ଲୀ ପୁଲିସ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ମୁରଲୀଧରଙ୍କ ବାସଭବନରେ ହିଁ ମାମଲାର ଶୁଣାଣି ମଧ୍ୟରାତ୍ରରେ ହୋଇଛି। ଆଇନଜୀବୀ ସୁରୁର ମାଣ୍ଡେର […]
କୋଟା: ରାଜସ୍ଥାନର ବୁଣ୍ଡି ଜିଲ୍ଲାରେ ଏକ ବରଯାତ୍ରୀ ବସ୍ ନଦୀ ଭିତରକୁ ଖସି ଯିବା ଫଳରେ ୨୪ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ଜଣଙ୍କ ଅବସ୍ଥା ସଙ୍ଗୀନ ରହିଛି। ମୃତକଙ୍କ ମଧ୍ୟରେ ୧୦ଜଣ ମହିଳା ଓ ୩ଜଣ ଶିଶୁ ଅଛନ୍ତି। ଆଜି ସକାଳେ ଏହି ଅଭାବନୀୟ ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ୨୮ଜଣ ବରଯାତ୍ରୀଙ୍କୁ ନେଇ ଏହି ବସ୍ଟି କୋଟାରୁ ସଓ୍ୱାଇ ମାଧୋପୁର ଯାଉଥିଲା। ଏହି ସମୟରେ ବସ୍ଟି ଭାରସାମ୍ୟ […]
ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ(ସିଏଏ) ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ସଂଘର୍ଷ ତୀବ୍ର ହେବାରେ ଲାଗିଛି। ଆଜି ଏହି ହିଂସାକାଣ୍ଡରେ ପୁଣି ୭ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁସଂଖ୍ୟା ୨୦ରେ ପହଞ୍ଚିଛି। ଏବେ ବି ପ୍ରାୟ ୨୦୦ ଜଣ ଲୋକ ସଂଘର୍ଷରେ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ ପ୍ରଶାସନ ସ୍ଥିତି ନିୟନ୍ତ୍ରଣ ପାଇଁ କର୍ଫ୍ୟୁ ଲଗାଇଥିଲେ ହେଁ ଆଜି ସକାଳୁ ଗୋକୁଲପୁରୀରେ ହିଂସା ଦେଖିବାକୁ ମିଳିଛି। କିଛି ଦୁର୍ବୃତ୍ତ ସଂଘବଦ୍ଧ […]
ନୂଆଦିଲ୍ଲୀ/ ଭୁବନେଶ୍ୱର: ଓଡ଼ିଆ ଭାଷା ଲାଗି ବିଶିଷ୍ଟ ଗାଳ୍ପିକ ଡକ୍ଟର ତରୁଣକାନ୍ତି ମିଶ୍ରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଛି। ଗଳ୍ପ ସଙ୍କଳନ ‘ଭାସ୍ୱତୀ’ ପାଇଁ ତାଙ୍କୁ ୨୦୧୯ର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ଏଥିସହ ସାନ୍ତାଳୀ ଭାଷା ଲାଗି ଓଡ଼ିଶାର ବିଶିଷ୍ଟ ସାନ୍ତାଳୀ ଲେଖକ କାଳୀଚରଣ ହେମ୍ବ୍ରମଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଛି। ଗଳ୍ପ ସଙ୍କଳନ ‘ଶିଶିରଜାଲି’ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀରେ ଅନୁଷ୍ଠିତ […]
ନୂଆଦିଲ୍ଲୀ: ଆଜି ଦ୍ୱିତୀୟ ଦିନ ଭାରତ ଗସ୍ତ ଅବସରରେ ରାଷ୍ଟ୍ରପତି ଭବନ ପରିସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି। ଏହାପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଡୋନାଲ୍ଡ ଟ୍ରମ୍ପଙ୍କୁ ସ୍ୱାଗତ କରିଥିଲେ। ଏହାସହ ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ, ବୈଦେଶିକ ବ୍ୟାପର ମନ୍ତ୍ରୀଙ୍କ ସମେତ ଦୁଇ ରାଷ୍ଟ୍ରର ବରିଷ୍ଠ ଅଧିକାରୀଙ୍କ ସହ ଔପଚାରିକ ସାକ୍ଷାତ କରିଥିଲେ। ଏହାପରେ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ରାଜଘାଟ ଯାଇଥିଲେ। […]
ନୂଆଦିଲ୍ଲୀ: ରେକର୍ଡ ସ୍ତରରେ ସୁନା ଦର। ଭାରତରେ ସୁନା ଦର ପ୍ରତି ୧୦ ଗ୍ରାମ୍କୁ ୪୪ ହଜାର ଟଙ୍କା ଟପିଛି। ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ଏହା ସର୍ବକାଳୀନ ରେକର୍ଡ ବୋଲି କୁହାଯାଉଛି। ଅନ୍ତର୍ଜାତୀୟ ମାର୍କେଟରେ ସୁନା ମୂଲ୍ୟର ୨.୫ ପ୍ରତିଶତ ବୃଦ୍ଧି ପାଇଛି। ଗତ ୭ ବର୍ଷ ମଧ୍ୟରେ ସବୁଠୁ ଉଚ୍ଚରେ ପହଞ୍ଚିଛି ସୁନା ଦର। ଆଜି ଦିଲ୍ଲୀରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୪ ହଜାର ୧୫୦ ଟଙ୍କା ରହିଛି। ଚୀନରେ କରୋନା […]
ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ୧୩ଟି ଜିଲ୍ଲାବାସୀଙ୍କୁ ଦିନ ୧ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ ଓ ନୟାଗଡ଼। ଏଥିସହ ଘଣ୍ଟା […]
ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟସଭାର ୫୫ଟି ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ହେବ ନିର୍ବାଚନ। ଏନେଇ ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ରାଜ୍ୟସଭା ନିର୍ବାଚନ ପାଇଁ ମାର୍ଚ୍ଚ ୬ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାସହ ମାର୍ଚ୍ଚ ୧୩ ତାରିଖରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ମାର୍ଚ୍ଚ ୨୬ ତାରିଖରେ ରାଜ୍ୟସଭାର ୫୫ଟି ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ସକାଳ ୯ଟାରୁ ଅପରାହ୍ଣ ୪ଟା ମଧ୍ୟରେ ଭୋଟ୍ ଗ୍ରହଣ ହେବା ସହ ସଂଧ୍ୟା ୫ଟାରେ […]
ଭୁବନେଶ୍ୱର: ଗତକାଲି ରାତିରୁ କିଛି ସ୍ଥାନରେ ବର୍ଷା ହେଉଥିବାବେଳେ ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ମଧ୍ୟମ ଧରଣ ବର୍ଷା ଲାଗି ରହିଛି। ଏହାସହ ଉପକୂଳ ଜିଲ୍ଲା ଗୁଡ଼ିକରେ ମଧ୍ୟ ଝିପିଝିପି ବର୍ଷା ହେଉଥିବା ଜଣାପଡ଼ିଛି। ଆସନ୍ତା ୨୪ ଘଣ୍ଟା ଯାଏ ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆସନ୍ତା ୨୪ ଘଣ୍ଟା […]
ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୭ ଜିଲ୍ଲାବାସୀଙ୍କୁ ଦିନ ୧୧ଟା ୩୦ ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ […]
ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଉତ୍ତର-ପୂର୍ବ ଦିଲ୍ଲୀରେ ଆନ୍ଦୋଳନବେଳେ ହିଂସାକାଣ୍ଡ ଘଟି ଜଣେ ପୁଲିସ୍ କର୍ମୀ ଓ ୪ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ସୋମବାର ଦିନ ହୋଇଥିବା ଏହି ହିଂସାକାଣ୍ଡ ଘଟଣାରେ ୧୦୦ରୁ ଅଧିକ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗତକାଲି ସିଏଏକୁ ବିରୋଧ କରି ଆନ୍ଦୋଳନ ଚାଲିଥିବାବେଳେ ସିଏଏ ସମର୍ଥକ ଓ ଏହାକୁ ବିରୋଧ କରୁଥିବା ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏପରିକି ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ପଥର […]
ନୂଆଦିଲ୍ଲୀ: ଯଦି ଆପଣ ସୁନାରେ ଟଙ୍କା ନିବେଶ କରିଛନ୍ତି ତା’ହେଲେ ଏହା ଆପଣଙ୍କ ପାଇଁ ଏକ ଖୁସି ଖବର, ହେଲେ ଯଦି ଆପଣ ସୁନା କିଣିବା ପାଇଁ ଯୋଜନା କରୁଛନ୍ତି ଏହି ଖବର ଆପଣଙ୍କୁ ଝଟ୍କା ଦେଇପାରେ। ଗତ ୨ ମାସରେ ସୁନା ଦରରେ ବୃଦ୍ଧି ଓ ହ୍ରାସ ହେଉଥିବା ଦେଖିବାକୁ ମିଳିଛି। ପ୍ରଥମେ ଆମେରିକା-ଇରାନ ଏହାପରେ ଆମେରିକା-ଚୀନ ମଧ୍ୟରେ ଟ୍ରେଡ୍ ୱାର୍ ଯୋଗୁ ସୁନା, ରୂପା ଦର ବୃଦ୍ଧି ଘଟିଥିଲା। ଏପରିକି ୧୦ ଗ୍ରାମ୍ ସୁନା […]