ଭୁବନେଶ୍ୱର: କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ଥିବା ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରକୁ ମିଳିଛି ଧମକ। କେହି ଜଣେ ଅଜଣା ବ୍ୟକ୍ତି ଏୟାରପୋର୍ଟକୁ ଟେଲିଫୋନ୍ରେ ଧମକ ଦେଇଥିବା ଖବର ମିଳିଛି। ଏ ସଂପର୍କରେ ଏୟାରପୋର୍ଟ ପକ୍ଷରୁ ଅଭିଯୋଗ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନରେ ଏୟାରପୋର୍ଟର ଏକ ନମ୍ବର ଟର୍ମିନାଲକୁ କେହିଜଣେ ବ୍ୟକ୍ତି ଫୋନ୍ କରିଥିଲେ। ଫୋନ୍ ଆରପଟୁ ବ୍ୟକ୍ତି ଜଣକ ଅଶ୍ଲୀଳ ଭାଷାରେ ଗାଳି ଗୁଲଜ କରୁଥିବା ଏୟାରପୋର୍ଟ ପକ୍ଷରୁ କୁହାଯାଇଛି। […]
ନୂଆଦିଲ୍ଲୀ: ଲଗାତର ୧୧ ଦିନ ପାଇଁ ବଢ଼ିଛି ତୈଳ ଦର। ମୁମ୍ବାଇରେ ଦେଶର ସବୁଠୁ ମହଙ୍ଗା ପେଟ୍ରୋଲ ଏବଂ ଡିଜେଲ ବିକ୍ରି ହେଉଛି। ଆଜି ମୁମ୍ବାଇରେ ବର୍ଦ୍ଧିତ ପେଟ୍ରୋଲ ଦର ୮୫ଟଙ୍କା ୨୯ ପଇସା ହୋଇଥିବାବେଳେ ଦିଲ୍ଲୀରେ ୭୭ଟଙ୍କା ୪୭ ପଇସା। ସେହିପରି ଡିଜେଲ ଦର ମୁମ୍ବାଇରେ ୭୨ଟଙ୍କା ୯୬ ପଇସା ହୋଇଥିବାବେଳେ ଦିଲ୍ଲୀରେ ୬୮ଟଙ୍କା ୫୩ ପଇସା। ବଢ଼ୁଥିବା ତୈଳ ଦରକୁ ନେଇ ଗ୍ରାହକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କ୍ରମାଗତ ତୈଳ […]
ଫୁଲବାଣୀ: କନ୍ଧମାଳ ଜିଲ୍ଲାର ସୁଡ୍ରୁକୁମ୍ପାରେ ପୋଲିସ ଏନ୍କାଉଣ୍ଟରରେ ୫ ମାଓବାଦୀଙ୍କ ମୃତ୍ୟୁର ପ୍ରତିବାଦରେ ଆଜି ବନ୍ଦ ଡାକରା ଦେଇଛନ୍ତି ସିପିଆଇ (ମାଓବାଦୀ)ର କେକେବିଏନ୍ ଡ଼ିଭିଜନ୍। କନ୍ଧମାଳ ସମେତ କଳାହାଣ୍ଡି, ବୌଦ୍ଧ ଏବଂ ନୟାଗଡ଼ରେ ମଧ୍ୟ ୨୪ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଏହି ମାଓ ସଂଗଠନ। ତେବେ ବର୍ତ୍ତମାନ ସୁଦ୍ଧା ଏହି ବନ୍ଦର କୌଣସି ପ୍ରଭାବ ଦେଖିବାକୁ ମିଳିନି। ଗତକାଲି କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ସୁଡ୍ରା ନିକଟରେ ଗଛ ପକାଇ ରାସ୍ତା ଅବରୋଧ କରାଯିବା ସହ ପୋଷ୍ଟର […]
ଭୁବନେଶ୍ୱର: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ପୁଣି ମାଓହିଂସା। ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ସହିଦ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ଯବାନ ମାନେ ୨୦୬ କୋବ୍ରା ବାଟାଲିୟନରେ କାର୍ଯ୍ୟ କରୁଥିଲେ। ଆଜି ସକାଳେ ଛତିଶଗଡର ପୁଶ୍ୱାଡ଼ାରେ ସୁରକ୍ଷାକର୍ମୀ ମାନେ ପାଟ୍ରୋଲିଂରେ ଯାଉଥିବା ବେଳେ ମାଓବାଦୀ ମାନେ ସେମାନଙ୍କୁ ଟାର୍ଗେଟ କରି ଆଇଇଡି ବିସ୍ଫୋରଣ କରିଥିଲେ।
ବେଲ ଅର୍ଡର ପହଞ୍ଚିବାରେ ବିଳମ୍ବକୁ ନେଇ କ୍ଷୁବ୍ଧ ହୋଇଛନ୍ତି ସୁପ୍ରିମକୋର୍ଟ। ଇଣ୍ଟରନେଟ ଯୁଗରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ କାମ ପାଇଁ ଏବେ ବି ଆମକୁ ପୋଷ୍ଟାଲ ସର୍ଭିସ ଉପରେ ନିର୍ଭର କରିବାକୁ ପଡ଼ୁଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି କୋର୍ଟ
ଭୁବନେଶ୍ୱର: ରିଓ ଅଲିମ୍ପିକରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଆ ଆଥଲେଟ୍ ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାରଙ୍କ ଅବହେଳା। ଭୁବନେଶ୍ୱରରେ ଜମି କିମ୍ବା ଘର ଖଣ୍ଡିଏ ଦେବା ପାଇଁ ରାଜ୍ୟ ସରକାର ତାଙ୍କୁ ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ଏହା ଭିତରେ ଦୁଇବର୍ଷ ବିତି ଯାଇଥିଲେ ବି ଦୂତିଙ୍କୁ ଘରଖଣ୍ଡିଏ ମିଳିନାହିଁ। ରିଓ ଅଲିମ୍ପିକରେ ଭାଗ ନେଇ ସାରା ଓଡିଶାକୁ ଗର୍ବିତ କରିଥିବା ଏହି ଆଥଲେଟ୍ ଏବେ ନିଜର କ୍ଷୋଭକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି। ଜାଗା ଟିଏ […]
କୋଲକାତା: କୋଲକାତା ଅଭିମୁଖେ ଯାଉଥିବା ୧୨୨୭୮ ପୁରୀ-ହାୱଡ଼ା ଶତାବ୍ଦୀ ଏକ୍ପପ୍ରେସରେ ଜଳଖିଆ ଖାଇ ୩୩ଜଣ ଯାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ସୂଚନା ଅନୁସାରେ, ପ୍ରଥମେ ବେଲ୍ଦା ଷ୍ଟେସନ ନିକଟରେ ୨ଜଣ ଯାତ୍ରୀ ଅସୁସ୍ଥ ଅନୁଭବ କରିବା ସହ ବାନ୍ତି କରିଥିଲେ। କିଛି ସମୟ ଭିତରେ ଆଉ ୧୫ଜଣ ଯାତ୍ରୀ ଅସୁସ୍ଥ ଅନୁଭବ କରୁଥିବା ଅଭିଯୋଗ କରିଥିଲେ। ଟ୍ରେନ ଖଡଗପୁର ଷ୍ଟେସନରେ ପହଞ୍ଚିବା ପରେ ଅସୁସ୍ଥଥିବା ୧୫ଜଣ ଯାତ୍ରୀଙ୍କୁ ଚିକିତ୍ସା କରାଯାଇଥିଲା। ଏଥିପାଇଁ ଟ୍ରେନଟି ଖଡଗପୁର ଷ୍ଟେସନରେ ପ୍ରାୟ ଏକ […]
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ସତର୍କତା। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆକାଶ ମେଘାଛନ୍ନ ରହିବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସହ ଘଡ଼ଘଡ଼ି ଓ କୁଆପଥର ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘଣ୍ଟାପ୍ରତି ୪୫ରୁ ୬୫ କିଲୋମିଟର ବେଗରେ ପବନ ବହିବାର ପୂର୍ବାନୁମାନ ମଧ୍ୟ କରିଛି ପାଣିପାଗ ବିଭାଗ। ଏହି ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ମାନେ […]
ସମ୍ବଲପୁର: ପୁଣି ଜୀବନ ହାରିଲେ ଦୁଷ୍କର୍ମ ପୀଡ଼ିତା। ସମ୍ବଲପୁର ଜିଲ୍ଲା ଶାସନ ଥାନା ଅଞ୍ଚଳରେ ଜଣେ ଦୁଷ୍କର୍ମ ପୀଡ଼ିତା ନାବାଳିକା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ୧୫ ବର୍ଷୀୟା ନାବାଳିକାଙ୍କ ସହ ଗତ ୨ ତାରିଖରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଥିଲା। ଗତକାଲି ଘରେ କେହି ନ ଥିବା ବେଳେ ନାବାଳିକା ଜଣକ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଦୁଷ୍କର୍ମ ମାମଲାରେ ୬ ଜଣ ଅଭିଯୁକ୍ତ ଗିରଫ ହୋଇ ଏବେ ଜେଲ୍ରେ […]
ଭୁବନେଶ୍ୱର: ଦୀର୍ଘ ୨୩ ଦିନର ଆନ୍ଦୋଳନ ପରେ ଆସନ୍ତାକାଲିଠୁ କାର୍ଯ୍ୟରେ ଯୋଗ ଦେବେ ରାଜସ୍ୱ ଅମଲା ସଂଘ। ୨୩ ଦିନ ଧରି ଜିଦ୍ରେ ଅଟଳ ରହିବା ପରେ ଗତକାଲି ଆନ୍ଦୋଳନ ପ୍ରତ୍ୟାହାର କରିଥିଲା ଓଡ଼ିଶା ରାଜସ୍ୱ ଅମଲା ସଂଘ। ମୁଖ୍ୟ ଶାସନ ସଚିବଙ୍କ ଲିଖିତ ପ୍ରତିଶ୍ରୁତି ପରେ ଏହି ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ତେଣୁ ଆସନ୍ତାକାଲି ଠାରୁ ସମସ୍ତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ ବୋଲି ଓଡ଼ିଶା ରାଜସ୍ୱ ଅମଲା ସଂଘର ରାଜ୍ୟ ସାଧାରଣ ସଂପାଦକ ନରେଶ ମହାପାତ୍ର […]
ଶ୍ରୀନଗର: ସୁଧୁରୁନି ପାକିସ୍ତାନ। ବାରମ୍ବାର ଅସ୍ତ୍ରବିରତି ଉଲ୍ଲଙ୍ଘନ କରୁଛି। ଏହାକୁ ନେଇ ଭାରତ-ପାକ୍ ସୀମାରେ ଏବେ ଯୁଦ୍ଧ ଭଳି ପରିସ୍ଥିତି ଦେଖା ଦେଇଛି। ଗତକାଲି ପୁଣି ମୋର୍ଟାର ମାଡ଼ କରିଛି ପାକିସ୍ତାନ। ଏଥିରେ ୪ଜଣ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି। ଗୁଳିମାଡ଼ରେ ସୀମାବର୍ତ୍ତୀ ଅଞ୍ଚଳରେ ଅନେକ ଘର ବି କ୍ଷତିଗ୍ରସ୍ତ ହୋଇଛି। ଭାରତୀୟ ସେନା ପକ୍ଷରୁ ମଧ୍ୟ ଏହାର କଡ଼ା ଜବାବ ଦିଆଯାଇଛି। ଲଗାତର ୭ଦିନ ଧରି ପାକିସ୍ତାନ ରେଞ୍ଜର୍ସ ପକ୍ଷରୁ […]
ନୂଆଦିଲ୍ଲୀ: ଦେଶର ସର୍ବ ପୁରାତନ ଦଳ କଂଗ୍ରେସରେ ଏବେ ପାଣ୍ଠିର ଘୋର ସଙ୍କଟ ଦେଖା ଦେଇଛି। ପାଞ୍ଚ ମାସ ହେଲାଣି ଏଆଇସିସିରୁ କୌଣସି ପିସିସିକୁ ଟଙ୍କାଟିଏ ବି ଫଣ୍ଡ ଆସିନି। ଏମିତିକି ଇଲେକ୍ଟୋରାଲ୍ ବଣ୍ଡ ମାଧ୍ୟମରେ ବି ଦଳ ଅର୍ଥ ସଂଗ୍ରହ କରିପାରୁନି। ସ୍ଥିତିର ମୁକାବିଲା ପାଇଁ ଦଳୀୟ ସଦସ୍ୟମାନଙ୍କୁ ସାହାଯ୍ୟ କରିବାକୁ ଅନୁରୋଧ କରିଛି କଂଗ୍ରେସ। ଏଥିସହିତ ଖର୍ଚ୍ଚ କମାଇବାକୁ ନେତାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କଂଗ୍ରେସର ଅବସ୍ଥା ଏଭଳି ହୋଇଛି ଯେ, ଦଳ ଚଳାଇବାକୁ ନେତା […]