ଭୁବନେଶ୍ୱର : ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ସରକାର ଆଗୁଆ ପଦକ୍ଷେପ ନେଇଛନ୍ତି। ଏପ୍ରିଲ ୨ରୁ ରାଜ୍ୟର ସବୁ ସ୍କୁଲ ସକାଳୁଆ ହେବ। ସକାଳ ସାଢେ ୬ଟାରୁ ସାଢେ୧୦ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। କୌଣସି ପରିସ୍ଥିତିରେ ସ୍କୁଲ କାର୍ଯ୍ୟ ୧୧ଟା ଟପିବନି ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିସହ ମାର୍ଚ୍ଚ ୩୧ ସୁଦ୍ଧା ସବୁ ପରୀକ୍ଷା ସାରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ମେ ୪ ତାରିଖରୁ ଖରାଛୁଟି ଆରମ୍ଭ ହେବ।
ମାଲକାନଗିରି: ଛତିଶଗଡ଼ କାଙ୍କେର ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ୨ ଯବାନ ସହିଦ ହୋଇଛନ୍ତି। ଏମାନେ ହେଲେ ଆସିଷ୍ଟାଣ୍ଟ କମାଣ୍ଡର ଗଜେନ୍ଦ୍ର ସିଂ ଓ କନଷ୍ଟେବଳ ଅମରେଶ କୁମାର। ଗଜେନ୍ଦ୍ରଙ୍କ ଘର ହରିୟାଣାର ହୋଇଥିବା ବେଳେ ଅମରେଶଙ୍କ ଘର ବିହାର ଅଞ୍ଚଳର ବୋଲି ସୂଚନା ମିଳିଛି। ଗତକାଲି କାଙ୍କେର ଜଙ୍ଗଲରେ ବିଏସଏଫ ଓ ଡିଭିଏଫ ମିଳିତ ଭାବେ କମ୍ବିଂ ଚଳାଇଥିବା ବେଳେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ପାଲଟା […]
ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ନୀତି ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଆଜି ଅପରାହ୍ନ ସାଢେ ୩ଟାରୁ ରାତି ୮ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।
ଭୁବନେଶ୍ୱର: ରାଜ୍ୟ ଓ ରାଜ୍ୟ ବାହାରେ ଥିବା ଶ୍ରୀଜଗନ୍ନାଥଙ୍କ ସବୁ ସଂପତ୍ତିକୁ ତାଙ୍କ ଖାତାକୁ ଫେରାଇ ଆଣିବା ଦାବିରେ ହାଇକୋର୍ଟରେ ଦାଏର ହୋଇଛି ଜନସ୍ୱାର୍ଥ ମାମଲା। ପୁରୀ ଚନ୍ଦନପୁର ଅ଼ଞ୍ଚଳର ଜଣେ ଭକ୍ତ ଶରତ ଚନ୍ଦ୍ର ସାହୁ ଓ ଏସ୍ ଏନ୍ ବାନାର୍ଜୀଙ୍କ ପକ୍ଷରୁ ଆଗତ ହୋଇଥିବା ମାମଲାରେ ମୁଖ୍ୟ ଶାସନ ସଚିବ, ରାଜସ୍ୱ ସଚିବ, ଆଇନ ସଚିବ, ଶ୍ରୀମନ୍ଦିର ପ୍ରଶାସନ, ଭିଜିଲାନ୍ସ ନିର୍ଦ୍ଦେଶକ ଓ ପୁରୀ ଜିଲ୍ଲାପାଳଙ୍କୁ ପକ୍ଷକ୍ଷୁକ୍ତ କରାଯାଇଛି। ରାଜ୍ୟ ତଥା ରାଜ୍ୟ ବାହାରେ […]
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଲାଗି ଖୁସି ଖବର। ବଢ଼ିବ ମହଙ୍ଗା ଭତ୍ତା। ୨% ମହଙ୍ଗା ଭତ୍ତା ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟରେ ମଂଜୁରୀ ମିଳିଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁହେବ। ଏହା ଫଳରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୭%କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର: ଆଜି ସରୁଛି ମାଟ୍ରିକ ପରୀକ୍ଷା। ଅନ୍ତିମ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଫେବୃଆରୀ ୨୩ରୁ ଆରମ୍ଭ ହୋଇଥିବା ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଛନ୍ତି ୬ ଲକ୍ଷ ୮ ହଜାର ୩୧ ଜଣ ଛାତ୍ରଛାତ୍ରୀ। ଏଥର ୨ ହଜାର ୮୧୮ଟି କେନ୍ଦ୍ରରେ ପରୀକ୍ଷା ହୋଇଛି। କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାର୍ଡ ଗଠନ ସତ୍ତ୍ୱେ, ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ବିବାଦରୁ ଦୂରେଇ ପାରି ନାହିଁ । ସଂସ୍କୃତକୁ ଛାଡ଼ିଦେଲେ ଅଧିକାଂଶ ବିଷୟର […]
ନୂଆଦିଲ୍ଲୀ: କେନ୍ଦ୍ରରେ କ୍ଷମତାସୀନ ଏନଡିଏ ମେଣ୍ଟରୁ ଓହରିଲା ତେଲୁଗୁ ଦେଶମ ପାର୍ଟି। ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାରେ କେନ୍ଦ୍ର ସରକାରଙ୍କ ଉଦାସୀନତା ପ୍ରତିବାଦରେ ଏଭଳି ନିଷ୍ପତ୍ତି ନେଇଛନ୍ତି ଟିଡିପି ମୁଖ୍ୟ ତଥା ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ। କେନ୍ଦ୍ର ସରକାରରେ ଥିବା ପାର୍ଟିର ଦୁଇ ମନ୍ତ୍ରୀ ଅଶୋକ ଗଜପତି ରାଜୁ ଓ ଓ୍ୱାଇ. ଏସ୍ ଚୌଧୁରୀ ଆଜି ଇସ୍ତଫା ଦେବେ। ଅଶୋକ ଗଜପତି କେନ୍ଦ୍ରରେ ବେସାମରିକ ବିମାନ ଉଡ୍ଡୟନ ମନ୍ତ୍ରୀ ଓ ଓ୍ୱାଇ. […]
କଟକ:ମେଡିକାଲ୍ କଲେଜ୍ରେ ଆଡମିଶନ୍ ନାଁରେ ଲକ୍ଷ ଲକ୍ଷ ଟଙ୍କାର ଚୁନା। ୨୦ରୁ ଅଧିକ ଲୋକଙ୍କଠାରୁ ଠକା ଯାଇଛି ପ୍ରାୟ ଦେଢ଼ରୁ ୨ କୋଟି ଟଙ୍କା। ଏଭଳି ସାଂଘାତିକ ଅଭିଯୋଗ ଆସିଛି କଟକ ଜଗତପୁରସ୍ଥିତ ରେଶମା ସାଇନ୍ସ କଲେଜ୍ ନାଁରେ। ଝାଡ଼ଖଣ୍ଡ ଜାମସେଦପୁରର ସୁରେନ୍ଦ୍ର ସିଂଙ୍କ ଅଭିଯୋଗ ହେଲା- ଗତବର୍ଷ ଭୁବନେଶ୍ୱର ହାଇଟେକ୍ ମେଡିକାଲ୍ କଲେଜ୍ର ଏମ୍ବିଏସ୍ କୋର୍ସରେ ନିଜ ପୁଅର ଆଡମିଶନ ପାଇଁ ତାଙ୍କ ପାଖକୁ ମେସେଜ୍ ଆସିଥିଲା। ରେଶମା ସାଇନ୍ସ କଲେଜ୍ ନାଁରେ ଏଥିପାଇଁ ପ୍ରଥମେ […]
ରାଉରକେଲା : ରାଉରକେଲାରେ ମଦ୍ୟପ ବରକୁ ଛି କରି ପୁଣି ବାହାହେବା ଘଟଣାରେ ପୁଣି ଏକ ଟ୍ୱିଷ୍ଟ। ପୂର୍ବରୁ ବି ବର ଜଣକ ବାହା ହୋଇଥିବା ଅଭିଯୋଗ ଆଣିଛନ୍ତି ରାଉରକେଲା ସେକ୍ଟର-୭ର ଜଣେ ଯୁବତୀ। ଆଜି ଏନେଇ ସେ ଟାଙ୍ଗରପାଲି ଥାନାରେ ଅଭିଯୋଗ କରିଛନ୍ତି। ଯୁବତୀଙ୍କ ଅଭିଯୋଗ ଅନୁସାରେ, ଅଭିଯୁକ୍ତ ଶଙ୍କର ପଣ୍ଡା, ଗତ ନଭେମ୍ବର ମାସରେ କୋର୍ଟରେ ବିବାହ କରିଥିଲେ। ତେବେ ବିବାହ ପରେ ବାହାରକୁ କାମ କରିବାକୁ ଯିବାର ଅଛି କହି ତାଙ୍କୁ ବାପ […]
ନୂଆଦିଲ୍ଲୀ : ଆଜି ଘୋଷଣା ହୋଇପାରେ ବିଜେପିର ପ୍ରାର୍ଥୀ ତାଲିକା। ଗତକାଲି ବିଳମ୍ବିତ ରାତି ଯାଏ ଓଡ଼ିଶା ସମେତ ୧୦ରାଜ୍ୟରେ ପ୍ରାର୍ଥୀଙ୍କ ନାଁ ଚୟନ ନେଇ ଦିଲ୍ଲୀ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ହୋଇଥିଲା। ଆଶାୟୀଙ୍କ ନାଁକୁ ନେଇ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ଅରୁଣ ଜେଟଲୀ, ରାଜନାଥ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ସିଇସି ବୈଠକରେ ଓଡ଼ିଶା […]
ବେଙ୍ଗାଲୁରୁ : କର୍ଣ୍ଣାଟକାର ଧାରୱାଡରେ ଥିବା ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିବାରୁ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ୧୫ ଜଣ ଗୁରୁତର ଆହତ ହୋଇଥିବା ବେଳେ ଧ୍ୱଂସାବଶେଷ ତଳେ ଏବେ ୪୦ ଜଣ ଫସି ରହିଥିବା ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ପୁଲିସ୍ ନିୟୋଜିତ ହୋଇଛନ୍ତି। ଘଟଣାସ୍ଥଳରେ ୨୦ଟି ଆମ୍ବୁଲାନ୍ସ ରଖାଯାଇଛି। ଆଜି ମଧ୍ୟାହ୍ନରେ ଧାରୱାଡର କୁମାରେଶ୍ୱର ନଗରଠାରେ ଥିବା ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିଥିଲା। କୋଠାଟି ଭୁଶୁଡ଼ିବା […]
ନୂଆଦିଲ୍ଲୀ : ଦେଶର ପ୍ରଥମ ଲୋକପାଳ ହେଲେ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ପିନାକୀ ଚନ୍ଦ୍ର ଘୋଷ। ତାଙ୍କ ନିଯୁକ୍ତି ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟି ଜଷ୍ଟିସ ଘୋଷଙ୍କୁ ଲୋକପାଳ ପାଇଁ ମନୋନୀତ କରିଥିଲା। ଲୋକପାଳରେ ଅନ୍ୟ ୮ ସଦସ୍ୟଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ସେମାନଙ୍କ ମଧ୍ୟରୁ ୪ ଜଣ ନ୍ୟାୟିକ ସଦସ୍ୟ ଅଛନ୍ତି। ସେମାନେ ହେଲେ ଜଷ୍ଟିସ ଦିଲୀପ ବି. ଭୋସଲେ, ଜଷ୍ଟିସ […]