ନୂଆଦିଲ୍ଲୀ: ଅସୁସ୍ଥତା କାରଣରୁ ଆମେରିକାରେ ଚିକିତ୍ସିତ ହେଉଥିବା ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଆଉ ଏକ ଅସ୍ତ୍ରୋପଚାର ହୋଇଥିବା ସୂଚନା ମିଳିଛି। ଏଣୁ ଏବେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ ଅର୍ଥ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନିର୍ବାହ କରିବେ। ଗତକାଲି ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅସ୍ଥାୟୀ ଅର୍ଥମନ୍ତ୍ରୀ ଭାବେ ନିଯୁକ୍ତି ଦିଆଯାଇଛି। ଏହାକୁ ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ୱୀକୃତି ଦିଆଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ତତ୍କାଳ ଭାବେ ପୀୟୂଷ ଗୋଏଲ ଅର୍ଥ ମନ୍ତ୍ରଣାଳୟ […]