/odishatv-khabar/media/media_files/2026/02/27/amit-shah-2026-02-27-12-04-40.jpg)
AMIT-SHAH Photograph: (OTV)
ଆସନ୍ତା ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ। ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଶାହ। ୫ ତାରିଖ ସନ୍ଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।
୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡଳିସ୍ଥିତ CISFର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଜଟଣୀରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ NFSU ଟ୍ରାନଜିଟ୍ କ୍ୟାମ୍ପସର ଶୁଭ ଉଦ୍ଘାଟନ କରିବେ।
ପରେ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ନୂଆ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭିନ୍ନ ବିଭାଗ ପ୍ରକଳ୍ପଗୁଡିକର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି।...
ଆସନ୍ତା ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ
ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
୫ ତାରିଖ ସନ୍ଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ
୬ ତାରିଖ ପୂର୍ବାହ୍ନରେ ମୁଣ୍ଡଳି CISFର ପ୍ରତିଷ୍ଠା ଦିବସରେ ଯୋଗଦେବେ
ଜଟଣୀରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଭୂମିପୂଜନ କରିବେ
କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର କ୍ୟାମ୍ପସ ପାଇଁ ବି କରିବେ ଭୂମି ପୂଜନ
NFSU ଟ୍ରାନଜିଟ୍ କ୍ୟାମ୍ପସର ଶୁଭ ଉଦ୍ଘାଟନ କରିବେ
ନୂଆ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍ଘାଟନ କରିବା କାର୍ଯ୍ୟକ୍ରମ
Evidence Falls Short: ପ୍ରମାଣ ଅଭାବରୁ ଅରବିନ୍ଦ କେଜରିୱାଲ ଏବଂ ମନୀଷ ସିସୋଦିଆ ଖଲାସ, ସିବିଆଇକୁ ଭର୍ତ୍ସନା କଲେ କୋର୍ଟ

Rape-Murder Allegation: ଦୁଷ୍କର୍ମ ପରେ ଛାତରୁ ଠେଲି ହତ୍ୟା କରାଯାଇଥିବା ଅଭିଯୋଗ, ସଂପୃକ୍ତ ଘରୁ ଜବତ ହୋଇଛି ମୃତ ଛାତ୍ରୀଙ୍କ ଅନ୍ତଃବସ୍ତ୍ର ଓ ମୋବାଇଲ୍

Mid-Road Blaze: ମଝି ରାସ୍ତାରେ ହୁତୁହୁତୁ ଜଳିଗଲା ହାଇୱା ଟ୍ରକ, ଏନଟିପିସିରୁ ପାଉଁଶ ନେଇ ପାରାଦ୍ବୀପ ଅଭିମୁଖେ ଯାଉଥିଲା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)