Advertisment

Car Explosion: ଲାଲ୍‌କିଲ୍ଲା ନିକଟରେ ଭୟଙ୍କର ବିସ୍ଫୋରଣ, ୧୦ ଜଣଙ୍କ ମୃତ୍ୟୁ... ଦିଲ୍ଲୀ ଓ ମୁମ୍ବାଇରେ ହାଇଆଲର୍ଟ

ଦିଲ୍ଲୀ ଲାଲ୍‌କିଲ୍ଲା ନିକଟ ଏକ କାର୍‌ରେ ବିସ୍ଫୋରଣ ଘଟିଛି । ବିସ୍ଫୋରଣ ପରେ ହୁତୁହୁତୁ ହୋଇ ଜଳୁଛି କାର୍‌ । ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ ଟିମ୍ । ବିସ୍ଫୋରଣ ପରେ ଦିଲ୍ଲୀରେ ହାଇଆଲର୍ଟ ଜାରି ହୋଇଛି ।

author-image
Manas Ranjan Mohanty
ଅଦ୍ୟତନ ହୋଇଛି
blast

blast Photograph: (OTV)

ଦିଲ୍ଲୀ ଲାଲ୍‌କିଲ୍ଲା ନିକଟରେ ଏକ କାରରେ ବିସ୍ଫୋରଣ । ଏଥିରେ ୧୦ ଜଣଙ୍କ  ମୃତ୍ୟୁ ହୋଇଛି । ୩୦ଜଣ  ବିସ୍ଫୋରଣରେ ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ହସପିଟାଲ ସ୍ଥାନାନ୍ତର କରାଯାଇଛି । ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।

Advertisment

ମେଟ୍ରୋ ଷ୍ଟେସନ ଗେଟ୍ ୧ ନିକଟ ପାର୍କିଂରେ ବିସ୍ଫୋରଣ ହୋଇଛି । ବିସ୍ଫୋରଣ ପରେ ହୁତୁହୁତୁ ହୋଇ ଜଳିଲା କାର୍‌ । ଆଉ ୮ଟି ଗାଡ଼ି ମଧ୍ୟ ବିସ୍ଫୋରଣରେ ଜଳିଗଲା । ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ ଟିମ୍ । ବିସ୍ଫୋରଣ ପରେ ଦିଲ୍ଲୀ ଓ ମୁମ୍ବାଇରେ ହାଇଆଲର୍ଟ ଜାରି ହୋଇଛି । ନିଆଁ ଲିଭାଇବାକୁ ୭ଟି ଦମକଳ ଗାଡ଼ି ପହଞ୍ଚିଛି । କେଉଁ ପରିସ୍ଥିତିରେ ବିସ୍ଫୋରଣ ଘଟିଲା ତାର ତଦନ୍ତ ଚାଲିଛି । 

ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି । ସ୍ଥିତି ବାବଦରେ ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ମୋଦି । ସେପଟେ IB ମୁଖ୍ୟଙ୍କ ସହ କଥା ହେଲେ ଗୃହ ମନ୍ତ୍ରୀ ଅମିତ ଶାହ । ଦିଲ୍ଲୀ ପୋଲିସ ସହ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି । 

Advertisment

Advertisment
Related Articles
Advertisment